ଦୁର୍ନୀତି ଅଭିଯୋଗ ପରେ ପଞ୍ଚାୟତକୁ ଦିଆଗଲା ପିଡିଏସ୍‌ ବଣ୍ଟନ ଦାୟିତ୍ୱ

କେସିଙ୍ଗା,୨।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତରେ ପିଡିଏସ୍‌ ଚାଉଳ ବଣ୍ଟନରେ ଦୁର୍ନୀତି ଓ ଅନିୟମିତତାକୁ ନେଇ କେସିଙ୍ଗା ବିଡିଓଙ୍କ ନିକଟରେ ସରପଞ୍ଚ ଓ ଗ୍ରାମବାସୀ ଅଭିଯୋଗ କରିଥିଲେ। ଏହାର ତଦନ୍ତ ପରେ ଶୁକ୍ରବାର ବଣ୍ଟନ ଦାୟିତ୍ୱ ପଞ୍ଚାୟତକୁ ହସ୍ତାନ୍ତର କରାଯାଇଛି। ସରପଞ୍ଚ ଅଞ୍ଜୁ କୁମାର, ପିଇଓ ଲମ୍ବୋଦର ଶିଖା ଶୁକ୍ରବାର ଏହାର ଶୁଭାରମ୍ଭ କରି ହିତାଧିକାରୀଙ୍କୁ ଚାଉଳ ବଣ୍ଟନ କରିଛନ୍ତି।

ପଞ୍ଚାୟତର ମା’ଜଗଦମ୍ବା ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ଚାଉଳ ବଣ୍ଟନରେ ମନମୁଖି ଓ ଦୁର୍ନୀତି କରୁଥିବା ଅଭିଯୋଗ କରି ସରପଞ୍ଚ ଅଞ୍ଜୁ କୁମାରଙ୍କ ସମେତ ପଞ୍ଚାୟତର ହିତାଧିକାରୀମାନେ ଅକ୍ଟୋବର ୧୮ ତାରିଖରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣାରେ ବସିଥିଲେ।

ଏପରିକି ଘଟଣାର ତଦନ୍ତ କରି ପଞ୍ଚାୟତକୁ ବଣ୍ଟନ ଦାୟିତ୍ୱ ଦେବା ପାଇଁ ସରପଞ୍ଚ ଅଞ୍ଜୁ କୁମାର ଲିଖିତ ଭାବେ ଦାବି କରିଥିଲେ। ଏହି ଖବର ଧରିତ୍ରୀରେ ପ୍ରକାଶ ପାଇଥିଲା। ପରେ କେସିଙ୍ଗା ବିଡିଓ ପ୍ରଫୁଲ୍ଲ କୁମାର ଅଦୁ ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରି ପ୍ରତିଶ୍ରୁତି ଦେଇଥିଲେ। ଏନେଇ ବିଡିଓ ଉପଜିଲାପାଳଙ୍କ ସହିତ ଆଲୋଚନା କରି ଚାଞ୍ଚେର ପଞ୍ଚାୟତ ଚାଉଳ ବଣ୍ଟନ ଦାୟିତ୍ୱ ପଞ୍ଚାୟତକୁ ଦିଆଯାଇଛି। ଏନେଇ ପଞ୍ଚାୟତର ସମସ୍ତ ହିତାଧିକାରୀ ବିଡିଓଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ଏ ସଂକ୍ରାନ୍ତରେ ପିଇଓ ଲମ୍ବୋଦର ଶିଖାଙ୍କୁ ପଚାରିବାରୁ, ଏଣିକି ଠିକ ଭାବେ ହିତାଧିକାରୀଙ୍କୁ ପିଡିଏସ୍‌ ସାମଗ୍ରୀ ଦିଆଯିବ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

ବରିଷ୍ଠ କଂଗ୍ରେସ ନେତା ଅମୁଲ୍ୟ ସାହୁ BJPରେ ସାମିଲ: ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ନାଗାର୍ଜୁନ ପ୍ରଧାନଙ୍କ ଥିଲେ ସହକର୍ମୀ

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଜଣେ ବରିଷ୍ଠ ନାଗରିକ ତଥା ପୂର୍ବତନ କଂଗ୍ରେସ ନେତା ଅମୁଲ୍ୟ ସାହୁ ମଙ୍ଗଳବାର ଆନୁଷ୍ଠାନିକ ଭାବେ…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri