Posted inଜାତୀୟ

ନୀତୀଶଙ୍କ ହେଲିକପ୍ଟର ପଙ୍ଖା ପବନରେ ଉଡ଼ିଗଲା ସଭାମଞ୍ଚ, ଅଳ୍ପକେ ବର୍ତ୍ତିଲେ ଲୋକେ

ପାଟନା,୧୫ା୧୦: ମୁଙ୍ଗର ଜିଲାରେ ଜେଡିୟୁ ପ୍ରାର୍ଥୀଙ୍କ ସମର୍ଥନରେ ସାଧାରଣ ସଭାକୁ ଆସିଥିବା ସିଏମ୍‌ ନୀତୀଶ କୁମାରଙ୍କ ହେଲିକପ୍ଟର ଅବତରଣ ସମୟରେ ହଠାତ୍‌ ଏକ ଅଘଟଣ ଘଟିଛି। ହେଲିକପ୍ଟର ଅବତରଣ ସମୟରେ ଖୁବ୍‌ ଜୋର୍‌ରେ ପବନ ହୋଇଥିଲା। ଫଳରେ ସେଠାରେ ନିର୍ମିତ ସଭାମଞ୍ଚକୁ ଉଡ଼ାଇ ନେଇଥିଲା। ଘଟଣାସ୍ଥଳରେ ଉପସ୍ଥିତ ଥିବା ସୁରକ୍ଷା କର୍ମୀମାନେ ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସଫଳ ହୋଇଥିଲେ।

ଚଳିତବର୍ଷ ବିହାର ନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି। ବୁଧବାର ସିଏମ୍‌ ମୁଙ୍ଗର ଜିଲାର ତାରାପୁର ବିଧାନସଭା ଆସନରୁ ଜେଡିୟୁ ପ୍ରାର୍ଥୀ ମେଭାଲାଲ ଚୌଧାରୀଙ୍କ ସପକ୍ଷରେ ରାଲି କରିବା ପାଇଁ ଯାଇଥିଲେ। ସିଏମ୍‌ ହେଲିକପ୍ଟର ଠିକ୍‌ ସମୟରେ ସମାବେଶ ସ୍ଥଳରେ ଆର୍‌ଏସକେ ହାଇସ୍କୁଲ ପଡ଼ିଆରେ ପହଞ୍ଚିଥିଲା। ଯେତେବେଳେ ହେଲିକପ୍ଟରଟି ସଭାସ୍ଥଳ ନିକଟରେ ଅବତରଣ କଲା, ହେଲିକପ୍ଟର ପଙ୍ଖା ପବନରେ ସଭାମଞ୍ଚଟି ଉଡ଼ିଗଲା।


ନୀତୀଶଙ୍କ ସଭାରେ ଯୋଗ ଦେଇଥିବା ଦୀପକ କୁମାର କହିଛନ୍ତି ଯେ, ସେ ସୌଭାଗ୍ୟବଶତଃ ବଞ୍ଚିଯାଇଛନ୍ତି। ଏଥି ସହିତ ମଞ୍ଚଟି ଠିକ ଭାବରେ ବନ୍ଧା ହୋଇ ନ ଥିବା କୁହାଯାଉଛି। ତେଣୁ ପ୍ରବଳ ପବନ ହେତୁ ଏହା ଉଡ଼ିଗଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’

ଗୁଆହାଟି,୨୬।୭: NEET ପେପର୍‌ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri