ରାଜନୀତିରୁ ଅବସର ଘୋଷଣା କଲେ ପାଣ୍ଡିଆନ

ଭୁବନେଶ୍ୱର,୯।୬: ସକ୍ରିୟ ରାଜନୀତିରୁ ଅବସର ଘୋଷଣା କଲେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ରବିବାର ଭିଡିଓ ବାର୍ତ୍ତ ଜାରି କରି ସକ୍ରିୟ ରାଜନୀତିରୁ ଅବସର ବିଷୟରେ ସୂଚନା ଦେଇଛନ୍ତି। ଏଥିସହ ରାଜନୀତି ଛାଡ଼ିବା ସହ ଦଳୀୟ କର୍ମୀ ତଥା ବିଜୁ ପରିବାର ନିକଟରେ କ୍ଷମା ପ୍ରାର୍ଥନା କରିଛନ୍ତି।

ଚଳିତ ନିର୍ବାଚନରେ ବିଜୁ ଜନତା ଦଳ, ଭାଜପା ଠାରୁ ଅତି ଶୋଚନୀୟ ଭାବେ ପରାଜିତ ହୋଇଛି। ଏହାପରେ ବଡ ଘୋଷଣା କରିଛନ୍ତି ପାଣ୍ଡିଆନ । ଭିଡିଓ ବାର୍ତ୍ତା ଜାରି କରି ବଡ ଘୋଷଣା କରିଛନ୍ତି ପାଣ୍ଡିଆନ । ବିଧିବଦ୍ଧ ଭାବେ ରାଜନୀତିରୁ ସନ୍ନ୍ୟାସ ନେବା ନେଇ ଘୋଷଣା କରିଛନ୍ତି । ବିଜୁ ଜନତା ଦଳର ପରାଜୟ ପାଇଁ କ୍ଷମା ମାଗିବା ସହିତ ରାଜନୀତିରୁ ସନ୍ନ୍ୟାସ ଘୋଷଣା କରିଛନ୍ତି ପାଣ୍ଡିଆନ ।

ବିଜେଡିର ପରାଜୟ ପରେ ପ୍ରଥମ ଥର ମୁହଁ ଖୋଲିଛନ୍ତି ପାଣ୍ଡିଆନ। ଭିଡିଓ ବାର୍ତ୍ତାରେ ହାତଯୋଡି ବିଜୁ ପରିବାରକୁ କ୍ଷମା ମାଗିଛନ୍ତି। ସେ କହିଛନ୍ତି, ‘ମୁଁ ଗୋଟିଏ ଛୋଟ ଗାଁ ଓ ଭଲ ପରିବାରରୁ ଆସିଛି। ସବୁବେଳେ ଲୋକଙ୍କ ପାଇଁ କାମ କରିଛି। ୧୨ବର୍ଷ ତଳେ ମୁଖ୍ୟମନ୍ତ୍ରୀଙ୍କ ଅଫିସରେ ଯୋଗ ଦେଇଥିଲି। ନବୀନଙ୍କୁ ସହାୟତା କରିବାକୁ ରାଜନୀତିକୁ ଓହ୍ଲାଇଥିଲି। ମୁଖ୍ୟମନ୍ତ୍ରୀଙ୍କ ପାଖରେ କାମ କରି ଅନେକ କିଛି ଶିଖିଛି। ମହାପ୍ରଭୁଙ୍କ କୃପାରୁ ଲୋକସେବାରେ ସଫଳ ହୋଇଛି। ନବୀନଙ୍କ ଭିଜନ୍‌କୁ ପୁରା କରିବାକୁ ଉଦ୍ୟମ କରୁଥିଲି’।

ପୈତୃକ ସମ୍ପତ୍ତି ଛଡ଼ା ଅନ୍ୟ କେଉଁଠି ସମ୍ପତ୍ତି ନାହିଁ। ଚାକିରିର ୨୪ ବର୍ଷ ପରେ ମଧ୍ୟ ସେତିକି ହିଁ ସମ୍ପତ୍ତି ଅଛି। ମୋ ପ୍ରଚାର ଯୋଗୁଁ ଯଦି ବିଜେଡିକୁ କ୍ଷତି ପହଞ୍ଚିଛି, ସେଥିପାଇଁ ଦୁଃଖିତ।
ମେଣ୍ଟରଙ୍କୁ ସହାୟତା ପାଇଁ ମୁଁ ଅବସର ନେଇ BJDରେ ମିଶିଥିଲି। ମୋ ଗୁରୁ ନବୀନ, ମୋ ନିଶ୍ବାସରେ ନବୀନ ପଟ୍ଟନାୟକ ହିଁ ରହିବେ ବୋଲି ପାଣ୍ଡିଆନ କହିଛନ୍ତି।

 

IAS ଚାକିରି ଛାଡି ବିଜୁ ଜନତା ଦଳରେ ସାମିଲ ହୋଇଥିଲେ କାର୍ତ୍ତିକ ପାଣ୍ଡିଆନ । ଦଳର ଫ୍ରଣ୍ଟ ଲାଇନରେ ରହି ନିର୍ବାଚନ ପରିଚାଳନା କରୁଥିଲେ । ରାଜ୍ୟ ସାରା ବିଜେଡି ପକ୍ଷରୁ କ୍ୟାମ୍ପେନିଂ କରୁଥିଲେ । କିନ୍ତୁ ଦଳ ୨୪ ବର୍ଷ ପରେ ଶୋଚନୀୟ ପରାଜୟ ବରଣ କରିଥିଲା । ଆଉ ଦଳ ପରାଜୟର କାରଣ କେବଳ ପାଣ୍ଡିଆନ ବୋଲି ଅନେକ ଦଳୀୟ କର୍ମୀ ଖୋଲାଖୋଲି ଭାବେ ଅସନ୍ତୋଷ ଝାଡିଥିଲେ । ଦଳରେ ତାଙ୍କୁ ନେଇ ଅସନ୍ତୋଷ ବି ବଢୁଥିଲା । ତେବେ ପ୍ରଚାର ସମୟରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ନ ହେଲେ ରାଜନୀତି ଛାଡିଦେବେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ

ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି।…

ପ୍ରତାପ ଜେନାଙ୍କ ଘର ଉପରେ ଆକ୍ରମଣ ନେଇ ତାତିଲା ବିଜେଡି: ସାମ୍ବାଦିକ ସମ୍ମିଳନୀରେ ବର୍ଷିଲେ…

ଭୁବନେଶ୍ୱର,୨୧।୩(ସୁନିତ ମିଶ୍ର): ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ପ୍ରତାପ ଜେନାଙ୍କ ଅନୁପସ୍ଥିତିରେ ତାଙ୍କ ବାସଭବନରେ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କ…

ରାମାୟଣ ମଞ୍ଚସ୍ଥ ପାଇଁ ଚାଲିଥିଲା ପ୍ରସ୍ତୁତି: ଘଟିଲା ବଡ଼ ଅଘଟଣ, ଲାଇଟ୍‌ ଲଗାଉଥିବାବେଳେ ଯୁବକଙ୍କୁ…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ଢେପସାହିରେ ଥିବା ମା ’ ମଙ୍ଗଳା ମନ୍ଦିର ପ୍ରତିଷ୍ଠାର ବାର୍ଷିକୋତ୍ସବ ପାଇଁ ଗଜପତି ଜିଲା…

ଅଣ ଓଡିଆ ଯୁବକଙ୍କୁ ଛୁଆ ଚୋର ଭାବି  ପିଟିପକାଇଲେ ଗାଁ ଲୋକେ: ଭିଡିଓ ଭାଇରାଲ ପରେ… 

ବଲାଙ୍ଗୀର,୨୧।୩: ବଲାଙ୍ଗୀର ସଦରଥାନା ଅନ୍ତର୍ଗତ ଖର୍ଲ୍ଲୀକାନି ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗାଁରେ ଛୁଆ ଚୋର ସନ୍ଦେହରେ ଜଣେ ଅଣ ଓଡ଼ିିଆ ଯୁବକଙ୍କୁ ଗାଁ…

ଗ୍ୟାସ୍‌କୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆସନ୍ତା ୨୩ରୁ…

ନୂଆଦିଲ୍ଲୀ,୨୧ା୩: କେନ୍ଦ୍ର ସରକାର ଏଲ୍‌ପିଜିକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶନିବାର ସରକାର କହିଛନ୍ତି, ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ (UT)କୁ ବାଣିଜ୍ୟିକ ଏଲ୍‌ପିଜିର ଆଉ…

ପ୍ରତାପ ଜେନାଙ୍କ କ୍ୱାର୍ଟର୍ସ ଆଗରେ ହଙ୍ଗାମା: ଗିରଫ ହେଲେ ୨ ଯୁବଛାତ୍ର ନେତା

ଭୁବନେଶ୍ୱର,୨୧ା୩: ବିଜେଡି ନେତା ପ୍ରତାପ ଜେନାଙ୍କ କ୍ବାର୍ଟର୍ସ ଆଗରେ ହଙ୍ଗାମା କରିଥିବା ଘଟଣାରେ ୨ ଜଣଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା ପୋଲିସ। ଗିରଫ ଦ୍ୱୟ ହେଲେ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ ଅପ୍‌ଡେଟ୍‌

ଭୁବନେଶ୍ୱର,୨୧।୩: ଚୁକ୍ତିଭିତ୍ତିକ ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ ଅପଡେଟ୍‌ । ରାଜ୍ୟରେ ଆଉ ନିଯୁକ୍ତି ହେବନି ଚୁକ୍ତି ଭିତ୍ତିକ ଶିକ୍ଷକ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ…

ଗ୍ୟାସ ରିଫିଲିଂ ବେଳେ ଭୟଙ୍କର ବିସ୍ଫୋରଣ: ଜଳିଲା…

ଭୁବନେଶ୍ୱର,୨୧।୩: ଭରତପୁର ଥାନା କଳିଙ୍ଗନଗରରେ ବିସ୍ଫୋରଣ ଘଟି ଜଣେ ଗୁରୁତର ହୋଇଛନ୍ତି। ଉକ୍ତ ବେଆଇନ ଗ୍ୟାସ ଡିପୋରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ଛାତ ଉଡି ଯାଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri