ହାତଯୋଡ଼ି ବିଜୁ ପରିବାରକୁ କ୍ଷମା ମାଗିଲେ ପାଣ୍ଡିଆନ

ଭୁବନେଶ୍ୱର,୯ା୬: କାର୍ତ୍ତିକ ପାଣ୍ଡିଆନ ରବିବାର ସକ୍ରିୟ ରାଜନୀତିରୁ ଅବସର ଘୋଷଣା କରିଛନ୍ତି। ଭିଡିଓ ବାର୍ତ୍ତା ଜରିଆରେ ସେ ରାଜନୀତି ଛାଡ଼ିଥିବା ଘୋଷଣା କରିଛନ୍ତି। ଏହି ଭିଡିଓରେ ସେ କହିଛନ୍ତି, ମୋ’ ପାଇଁ ବିଜୁ ଜନତା ଦଳ ବହୁତ କ୍ଷତି ସହିଛି। ନବୀନ ପଟ୍ଟନାୟକଙ୍କ ପ୍ରତି ମୋର ଯଥେଷ୍ଟ ସମ୍ମାନ ରହିଛି। ବିଜୁ ପରିବାରକୁ ମୁଁ ଏଥିପାଇଁ ହାତଯୋଡ଼ି କ୍ଷମା ମାଗୁଛି।

ବିଜେଡିର ପରାଜୟ ପରେ ପ୍ରଥମ ଥର ମୁହଁ ଖୋଲିଛନ୍ତି ପାଣ୍ଡିଆନ। ଭିଡିଓ ବାର୍ତ୍ତାରେ ହାତଯୋଡି ବିଜୁ ପରିବାରକୁ କ୍ଷମା ମାଗିଛନ୍ତି। ସେ କହିଛନ୍ତି, ‘ମୁଁ ଗୋଟିଏ ଛୋଟ ଗାଁ ଓ ଭଲ ପରିବାରରୁ ଆସିଛି। ସବୁବେଳେ ଲୋକଙ୍କ ପାଇଁ କାମ କରିଛି। ୧୨ବର୍ଷ ତଳେ ମୁଖ୍ୟମନ୍ତ୍ରୀଙ୍କ ଅଫିସରେ ଯୋଗ ଦେଇଥିଲି। ନବୀନଙ୍କୁ ସହାୟତା କରିବାକୁ ରାଜନୀତିକୁ ଓହ୍ଲାଇଥିଲି। ମୁଖ୍ୟମନ୍ତ୍ରୀଙ୍କ ପାଖରେ କାମ କରି ଅନେକ କିଛି ଶିଖିଛି। ମହାପ୍ରଭୁଙ୍କ କୃପାରୁ ଲୋକସେବାରେ ସଫଳ ହୋଇଛି।

ପୈତୃକ ସମ୍ପତ୍ତି ଛଡ଼ା ଅନ୍ୟ କେଉଁଠି ସମ୍ପତ୍ତି ନାହିଁ। ଚାକିରିର ୨୪ ବର୍ଷ ପରେ ମଧ୍ୟ ସେତିକି ହିଁ ସମ୍ପତ୍ତି ଅଛି। ମୋ ପ୍ରଚାର ଯୋଗୁ ଯଦି ବିଜେଡିକୁ କ୍ଷତି ପହଞ୍ଚିଛି, ସେଥିପାଇଁ ଦୁଃଖିତ। ମେଣ୍ଟରଙ୍କୁ ସହାୟତା ପାଇଁ ମୁଁ ଅବସର ନେଇ ବିଜେଡିରେ ମିଶିଥିଲି। ମୋ ଗୁରୁ ନବୀନ, ମୋ ନିଶ୍ବାସରେ ନବୀନ ପଟ୍ଟନାୟକ ହିଁ ରହିବେ ବୋଲି ପାଣ୍ଡିଆନ କହିଛନ୍ତି।

ଆଇଏଏସ୍‌ ଚାକିରି ଛାଡି ବିଜୁ ଜନତା ଦଳରେ ସାମିଲ ହୋଇଥିଲେ କାର୍ତ୍ତିକ ପାଣ୍ଡିଆନ । ଦଳର ଫ୍ରଣ୍ଟ ଲାଇନରେ ରହି ନିର୍ବାଚନ ପରିଚାଳନା କରୁଥିଲେ । ରାଜ୍ୟ ସାରା ବିଜେଡି ପକ୍ଷରୁ କ୍ୟାମ୍ପେନିଂ କରୁଥିଲେ । କିନ୍ତୁ ଦଳ ୨୪ ବର୍ଷ ପରେ ଶୋଚନୀୟ ପରାଜୟ ବରଣ କରିଥିଲା । ଆଉ ଦଳ ପରାଜୟର କାରଣ କେବଳ ପାଣ୍ଡିଆନ ବୋଲି ଅନେକ ଦଳୀୟ କର୍ମୀ ଖୋଲାଖୋଲି ଭାବେ ଅସନ୍ତୋଷ ଝାଡିଥିଲେ । ଦଳରେ ତାଙ୍କୁ ନେଇ ଅସନ୍ତୋଷ ବି ବଢୁଥିଲା । ତେବେ ପ୍ରଚାର ସମୟରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ନ ହେଲେ ରାଜନୀତି ଛାଡିଦେବେ ବୋଲି କହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ଆଳୁ ସଙ୍କଟ, ଓଡ଼ିଶାରେ ହାହାକାର

ଭୁବନେଶ୍ୱର,୨୭।୭: ରାଜ୍ୟରେ ଆଳୁ ଦର ହୁ ହୁ ହୋଇ ବଢୁଛି । କଟକ, ଭୁବନେଶ୍ବର, ବ୍ରହ୍ମପୁର, ବାଲେଶ୍ବର, ସମ୍ବଲପୁର ସବୁଠି ଆଳୁ ଦର ୫୦ ଟଙ୍କା...

ତେଲ ନଦୀ ଉପରେ ୪ ଫୁଟ ପାଣି: ଭାସିଗଲା କ୍ରେନ୍‌

ପାଟଣା,୨୭।୭(ବୀରକିଶୋର ଦାଶ): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ସାହାରପଡା ବ୍ଲକ ବେହାଲ ହୋଇପଡିଛି। ସାହାରପଡ଼ା ବ୍ଲକ କୁମୁଳା ବାହାଳୀ ନିକଟ ତେଲ ନଦୀ ପୋଲଉପରେ ଶନିବାର...

ରାଜ୍ୟରେ ଆଗାମୀ ୪ ଦିନ ଯାଏ ପ୍ରବଳ ବର୍ଷା, ୧୦ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୭।୭: ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓ ଓ ଉପକୂଳ ଓ ପ୍ରବଳ ବର୍ଷା ହେବାର...

ନୂଆ ବିଧାୟକମାନେ ଶୁଣାଇଲେ ନିଜ ଅଞ୍ଚଳର ସମସ୍ୟା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ଅପରାହ୍ନରେ ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ସୁରୁଖୁରୁରେ ଚଳାଇବା ଲାଗି ପ୍ରଥମେ ପରାମର୍ଶଦାତା କମିଟି ଗଠିତ ହୋଇଛି। ଏଥିରେ ବାଚସ୍ପତି...

ଚତୁର୍ଥ ଲଘୁଚାପରୁ ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୭ା୭(ଅନୁରାଧା ମହାରଣା): ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ...

ବଢ଼ିପାରେ ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଦିଆଯାଉଥିବା ମଧ୍ୟାହ୍ନଭୋଜନ ମୁଣ୍ଡପିଛା ମୂଲ୍ୟ ବଢ଼ିପାରେ। ଏ ନେଇ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ବିଜେଡି ସଭ୍ୟ ରଣେନ୍ଦ୍ର ପ୍ରତାପ...

ଆଳୁ ଅଭାବ: ଦର ବଢ଼ିଲା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ...

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri