ହାତଯୋଡ଼ି ବିଜୁ ପରିବାରକୁ କ୍ଷମା ମାଗିଲେ ପାଣ୍ଡିଆନ

ଭୁବନେଶ୍ୱର,୯ା୬: କାର୍ତ୍ତିକ ପାଣ୍ଡିଆନ ରବିବାର ସକ୍ରିୟ ରାଜନୀତିରୁ ଅବସର ଘୋଷଣା କରିଛନ୍ତି। ଭିଡିଓ ବାର୍ତ୍ତା ଜରିଆରେ ସେ ରାଜନୀତି ଛାଡ଼ିଥିବା ଘୋଷଣା କରିଛନ୍ତି। ଏହି ଭିଡିଓରେ ସେ କହିଛନ୍ତି, ମୋ’ ପାଇଁ ବିଜୁ ଜନତା ଦଳ ବହୁତ କ୍ଷତି ସହିଛି। ନବୀନ ପଟ୍ଟନାୟକଙ୍କ ପ୍ରତି ମୋର ଯଥେଷ୍ଟ ସମ୍ମାନ ରହିଛି। ବିଜୁ ପରିବାରକୁ ମୁଁ ଏଥିପାଇଁ ହାତଯୋଡ଼ି କ୍ଷମା ମାଗୁଛି।

ବିଜେଡିର ପରାଜୟ ପରେ ପ୍ରଥମ ଥର ମୁହଁ ଖୋଲିଛନ୍ତି ପାଣ୍ଡିଆନ। ଭିଡିଓ ବାର୍ତ୍ତାରେ ହାତଯୋଡି ବିଜୁ ପରିବାରକୁ କ୍ଷମା ମାଗିଛନ୍ତି। ସେ କହିଛନ୍ତି, ‘ମୁଁ ଗୋଟିଏ ଛୋଟ ଗାଁ ଓ ଭଲ ପରିବାରରୁ ଆସିଛି। ସବୁବେଳେ ଲୋକଙ୍କ ପାଇଁ କାମ କରିଛି। ୧୨ବର୍ଷ ତଳେ ମୁଖ୍ୟମନ୍ତ୍ରୀଙ୍କ ଅଫିସରେ ଯୋଗ ଦେଇଥିଲି। ନବୀନଙ୍କୁ ସହାୟତା କରିବାକୁ ରାଜନୀତିକୁ ଓହ୍ଲାଇଥିଲି। ମୁଖ୍ୟମନ୍ତ୍ରୀଙ୍କ ପାଖରେ କାମ କରି ଅନେକ କିଛି ଶିଖିଛି। ମହାପ୍ରଭୁଙ୍କ କୃପାରୁ ଲୋକସେବାରେ ସଫଳ ହୋଇଛି।

ପୈତୃକ ସମ୍ପତ୍ତି ଛଡ଼ା ଅନ୍ୟ କେଉଁଠି ସମ୍ପତ୍ତି ନାହିଁ। ଚାକିରିର ୨୪ ବର୍ଷ ପରେ ମଧ୍ୟ ସେତିକି ହିଁ ସମ୍ପତ୍ତି ଅଛି। ମୋ ପ୍ରଚାର ଯୋଗୁ ଯଦି ବିଜେଡିକୁ କ୍ଷତି ପହଞ୍ଚିଛି, ସେଥିପାଇଁ ଦୁଃଖିତ। ମେଣ୍ଟରଙ୍କୁ ସହାୟତା ପାଇଁ ମୁଁ ଅବସର ନେଇ ବିଜେଡିରେ ମିଶିଥିଲି। ମୋ ଗୁରୁ ନବୀନ, ମୋ ନିଶ୍ବାସରେ ନବୀନ ପଟ୍ଟନାୟକ ହିଁ ରହିବେ ବୋଲି ପାଣ୍ଡିଆନ କହିଛନ୍ତି।

ଆଇଏଏସ୍‌ ଚାକିରି ଛାଡି ବିଜୁ ଜନତା ଦଳରେ ସାମିଲ ହୋଇଥିଲେ କାର୍ତ୍ତିକ ପାଣ୍ଡିଆନ । ଦଳର ଫ୍ରଣ୍ଟ ଲାଇନରେ ରହି ନିର୍ବାଚନ ପରିଚାଳନା କରୁଥିଲେ । ରାଜ୍ୟ ସାରା ବିଜେଡି ପକ୍ଷରୁ କ୍ୟାମ୍ପେନିଂ କରୁଥିଲେ । କିନ୍ତୁ ଦଳ ୨୪ ବର୍ଷ ପରେ ଶୋଚନୀୟ ପରାଜୟ ବରଣ କରିଥିଲା । ଆଉ ଦଳ ପରାଜୟର କାରଣ କେବଳ ପାଣ୍ଡିଆନ ବୋଲି ଅନେକ ଦଳୀୟ କର୍ମୀ ଖୋଲାଖୋଲି ଭାବେ ଅସନ୍ତୋଷ ଝାଡିଥିଲେ । ଦଳରେ ତାଙ୍କୁ ନେଇ ଅସନ୍ତୋଷ ବି ବଢୁଥିଲା । ତେବେ ପ୍ରଚାର ସମୟରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ନ ହେଲେ ରାଜନୀତି ଛାଡିଦେବେ ବୋଲି କହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri