ବିଧାୟକ, ସାଂସଦ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ପାଣ୍ଡିଆନ

ପାଟଣା,୨୧।୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ସାହାରପଡ଼ା ବ୍ଲକ ମୁଖ୍ୟାଳୟ ହାଇସ୍କୁଲ ପଡ଼ିଆରେ ମଙ୍ଗଳବାର ଅପରାହ୍ନରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିୟାନ ପାଟଣା ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ଓ ସାଂସଦ ପ୍ରାର୍ଥୀ ଧନୁର୍ଜୟ ସିଧୁଙ୍କ ପାଇଁ ନିର୍ବାଚନ ପ୍ରଚାର କରିବା ସହ ଭୋଟ ଭିକ୍ଷା କରିଛନ୍ତି। ଏହି ଅବସରରେ କେନ୍ଦ୍ର ନେତାଙ୍କୁ ଟୁରିଷ୍ଟ ଭଳି ଓଡ଼ିଶା ଆସି ଚାଲିଯିବେ ବୋଲି ପାଣ୍ଡିଆନ କହିଛନ୍ତି। ହେଲେ ମୁଖ୍ୟମନ୍ତ୍ରୀ ଏଠି ରହିବେ ରାଜ୍ୟବାସୀଙ୍କ କଥା ଚିନ୍ତା କରିବେ ବୋଲି ପାଣ୍ଡିଆନ କହିଛନ୍ତି।

୫ବର୍ଷ ପରେ ପୁଣି ସୁଯୋଗ ଆସିଛି। ନବୀନବାବୁଙ୍କୁ ଜିତାଇବା ପାଇଁ ବିଧାୟକ ଏବଂ ସାଂସଦ ପ୍ରାର୍ଥୀଙ୍କୁ ୨୫ ତାରିଖରେ ଭୋଟ ଦେବାକୁ ସେ ଜନସାଧାରଣଙ୍କୁ ନିବେଦନ କରିଥିଲେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜୁନ ୯ରେ ଶପଥ ନେଲା ପରେ ପ୍ରଥମ ଦସ୍ତଖତରେ ସମସ୍ତ ଲୋକଙ୍କ ବିଦ୍ୟୁତ୍‌ ବିଲ ଛାଡ କରିବେ। ଏପରି କି ଜନସାଧାରଣଙ୍କ ପାଇଁ ବିଜୁ ସ୍ବାସ୍ଥ୍ୟ କାର୍ଡ ସହ ମିଶନ ଶକ୍ତି ମହିଳାଙ୍କ ପାଇଁ ଭତ୍ତା, ଆଦିବାସୀଙ୍କ ଜଙ୍ଗଳଜାତ ଦ୍ରବ୍ୟର ଉଚିତ ମୂଲ୍ୟରେ ବିକ୍ରି, ଛାତ୍ରୀଛାତ୍ରଙ୍କୁ ଷ୍ଟାଇପେଣ୍ଡ, ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରକୁ ୨୦ କୋଟିର ଅନୁଦାନ ସହ ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ରାସ୍ତା ଓ ପୋଲକୁ ଦିଆଯାଇଥିବା ଅନୁଦାନର ବିବରଣୀ ପଢ଼ି ଜନସାଧାରଣଙ୍କୁ ଅବଗତ କରାଇଥିଲେ। ସଭା ଆରମ୍ଭରେ ବିଧାୟକ ଏବଂ ସାଂସଦ ପ୍ରାର୍ଥୀଙ୍କୁ ଯୋଡ଼ି ଶଙ୍ଖରେ ଭୋଟଦେବାକୁ ଜନସାଧାରଣଙ୍କୁ ସେ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?