ଏମ୍‌ପି, ବିଧାୟକ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କଲେ ପାଣ୍ଡିଆନ

ଜି.ଉଦୟଗିରି,୨।୫(ଶିଶିର ପଟ୍ଟନାୟକ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ଜି.ଉଦୟଗିରି ଷ୍ଟାଡିୟମ ପଡ଼ିିଆରେ ଅବତରଣ କରି ସେଠାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ ଯୋଗ ଦେଇଥିଲେ। ଏହି ଅବସରରେ ଜି.ଉଦୟଗିରି ବିଜେଡି ବିଧାନସଭା ପ୍ରାର୍ଥୀ ସାଲୁଗା ପ୍ରଧାନ ଓ କନ୍ଧମାଳ ଏମ୍‌ପି ପ୍ରାର୍ଥୀ ଡ. ଅଚୁତ୍ୟ ସାମନ୍ତଙ୍କୁ ଶଙ୍ଖ ଚିହ୍ନରେ ଭୋଟ ଦେଇ ଜୟଯୁକ୍ତ କରିବାକୁ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା କମ୍‌ କାମ ବେଶି କରନ୍ତି କହି ମୁଖ୍ୟମନ୍ତ୍ରୀ ରାଇକିଆ ସହରକୁ ଏନ୍‌ଏସି ଘୋଷଣା କରିଥିବା କଥା ପାଣ୍ଡିଆନ କହିଥିଲେ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସମ୍ପର୍କରେ ସେ କହି ରାଇକିଆ ବ୍ଲକର ସରିତା ସାହୁ ନାମ୍ନୀ ମହିଳା ତାଙ୍କ ଚିକିତ୍ସା ପାଇଁ ଦୁଇ ବର୍ଷରେ ୧୭ ଲକ୍ଷ ଟଙ୍କାର ଅନୁକମ୍ପା ପାଇଥିବା କହିଥିଲେ ।

ସେହିପରି ଦାରିଙ୍ଗବାଡି ବ୍ଲକର ସାବନା ନାୟକ ତାଙ୍କ ଚିକିତ୍ସା ପାଇଁ ୧୦ ଲକ୍ଷ ଟଙ୍କା ପାଇଥିବା କହିଥିଲେ। ଏପରିକି ଅଞ୍ଚଳର ସ୍କୁଲ, କଲେଜ, ହସ୍ପିଟାଲର ରୂପାନ୍ତକରଣ କରାଯାଇଥିବା ପାଣ୍ଡିଆନ୍‌ ପ୍ରକାଶ କରିଥିଲେ।

ଦାରିଙ୍ଗବାଡି, ବାଲିଗୁଡା, ବ୍ରାହ୍ମଣୀଗାଁର ପର୍ଯ୍ୟଟନ ବିକାଶ ପାଇଁ ନବୀନ ସରକାର ଅର୍ଥ ମଞ୍ଜୁର କରିଥିବା କହିଥିଲେ । ତାଙ୍କର ଜି ଉଦୟଗିରି ଗସ୍ତ ସମୟରେ ମନ୍ଦିର, ଚର୍ଚ୍ଚ, ମସଜିଦ ରୂପାନ୍ତକରଣ ପାଇଁ ଜି ଉଦୟଗିରି ଅଞ୍ଚଳରୁ ଯେଉଁ ଅନୁରୋଧ କରାଯାଇଥିଲା ମୁଖ୍ୟମନ୍ତ୍ରୀ ସେସବୁ ପୂରଣ କରିଛନ୍ତି ବୋଲି କହିଥିଲେ।

ଏପରି କି ସାଲୁଗା ପ୍ରଧାନ ଏବଂ ଡ଼ ଅଚୁତ୍ୟ ସାମନ୍ତ ମୁଖ୍ୟମନ୍ତ୍ରୀ କନ୍ଧମାଳ ଜିଲାର ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର ବିକାଶକୁ ଗୁରୁତ୍ୱ ଦେଇଛନ୍ତି ବୋଲି ତାଙ୍କ ଭାଷଣରେ କହିଥିଲେ।

ସଭା ମଞ୍ଚକୁ ଯିବା ପୂର୍ବରୁ ପାଣ୍ଡିଆନ ଲୋକଙ୍କ ସହ ମିଶି ସେମାନଙ୍କଠାରୁ ବିଭିନ୍ନ ଅଭିଯୋଗ ପତ୍ର ଗ୍ରହଣ କରିଥିଲେ। ସଭାରେ ଥିବା ଯୁବକ, ମହିଳା, ଛାତ୍ରୀଛାତ୍ରମାନେ ପାଣ୍ଡିଆନଙ୍କ ସହ ସେଲ୍ଫି ନେବାକୁ ଅନୁରୋଧ କରି ସେଲ୍ଫି ନେଇଥିଲେ।

ଅନ୍ୟପକ୍ଷେ କଂଗ୍ରେସ ଓ ଭାଜପାର ଅନେକ କର୍ମୀ ବିଜୁ ଜନତା ଦଳରେ ଯୋଗ ଦେଇଥିଲେ। ମିଶ୍ରଣ ପର୍ବରେ ଜିଲା ପର୍ଯ୍ୟବେକ୍ଷକ ବିଜୟ କୁମାର ନାୟକ, କ୍ଳେଶ ପ୍ରଧାନ, ଜି.ଉଦୟଗିରି ବ୍ଲକ ଅଧ୍ୟକ୍ଷା ସୁଷମା ପ୍ରଧାନ, ଏନ୍‌ଏସି ଅଧ୍ୟକ୍ଷା ଦେବସ୍ମିତା ଶତପଥୀ, ବିଜୁ ଜନତା ଦଳର ନଗର ସଭାପତି ପି. ସଞ୍ଜୀବ କୁମାର ପାତ୍ରଙ୍କ ସମେତ ଅନେକ ନେତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଗଲ୍ ମ୍ୟାପ୍ ଦେଖାଇଲା ଭୁଲ୍ ବାଟ: ସିଙ୍ଗାରି ଘାଟିରେ ୫ ଘଣ୍ଟା ଫସିଲା ୧୪ ଚକିଆ ଟ୍ରକ୍, ହନ୍ତସନ୍ତ…

ଥୁଆମୂଳ ରାମପୁର, ୨୬ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଓ କଲମପୁର ବ୍ଲକକୁ ସଂଯୋଗ କରୁଥିବା ମୁଖ୍ୟ ଜୀବନରେଖା ସଦୃଶ ସିଙ୍ଗାରି ଘାଟି ରାସ୍ତାରେ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଦିଗପହଣ୍ଡିରେ ଦଣ୍ଡନାଚ ପାଇଁ ନିୟମାବଳୀ ଜାରି: ଅଶ୍ଳୀଳ ନୃତ୍ୟ ଗୀତ ଉପରେ କଟକଣା, ଉଲ୍ଲଂଘନ କଲେ…

ଦିଗପହଣ୍ଡି,୨୬|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ମା ‘ ରୁଦ୍ରକାଳୀ ଙ୍କ ଦଣ୍ଡନାଚ ପରିବେଷଣ ପାଇଁ ଗଞ୍ଜାମ ଜିଲାପାଳ ଙ୍କ ନିର୍ଦ୍ଦେଶକ୍ରମେ ସ୍ଥାନୀୟ ଏନଏସି…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ଗଜପତିରେ ଭାଜପାକୁ ବଡ଼ ଝଟକା: ଶଙ୍ଖ ଭବନରେ ବିଜେଡିରେ ସାମିଲ ହେଲେ ସରପଞ୍ଚଙ୍କ ସମେତ ୬୦ରୁ ଊଦ୍ଧର୍‌ବ କର୍ମୀ, ସ୍ବାଗତ କଲେ…

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ଭାଜପା ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଗୋଷାଣି ବ୍ଲକ ଅନ୍ତର୍ଗତ ରମ୍ପା ପଞ୍ଚାୟତର ଭାଜପା ସମର୍ଥିତ ସରପଞ୍ଚଙ୍କ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri