ମୁଖ୍ୟମନ୍ତ୍ରୀ ଚୟନକୁ ନେଇ ଭାଜପାକୁ କଟାକ୍ଷ କଲେ ପାଣ୍ଡିଆନ

ଭୁବନେଶ୍ୱର,୭।୫:ଭାଜପାର ମୁଖ୍ୟମନ୍ତ୍ରୀ ଚୟନକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ କଥା କଟାକଟି ଚାଲିଥିବାବେଳେ ପୁଣି ଏହି ପ୍ରସଙ୍ଗକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ। ମଙ୍ଗଳବାର ଖଲ୍ଲିକୋଟରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ଧୂଆଁଧାର ପ୍ରଚାର କରିଛନ୍ତି ପାଣ୍ଡିଆନ । ନବୀନ ସରକାରଙ୍କ ବିଭିନ୍ନ ଯୋଜନାର ହିସାବ ଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ସେ ଭୋଟ ଭିକ୍ଷା କରିଛନ୍ତି । ଶଙ୍ଖ ଚିହ୍ନରେ ଆଶୀର୍ବାଦ କରିବାକୁ ମଧ୍ୟ ଅପିଲ କରିଛନ୍ତି ପାଣ୍ଡିଆନ ।

ପାଣ୍ଡିଆନ କହିଛନ୍ତି, ଯେହେତୁ ରାଣୀ ମା’ ଇହଧାମ ତ୍ୟାଗ କରିଛନ୍ତି ତେଣୁ ଖଲ୍ଲିକୋଟ ଉପରେ ସ୍ବତନ୍ତ୍ର ନଜର ରଖିବାକୁ ନିଜେ କହିଛନ୍ତି ମୁଖ୍ୟମନ୍ତ୍ରୀ । କିଛି ଲୋକ ଭାବୁଛନ୍ତି, ନବୀନ ବାବୁ ଓଡିଶାବାସୀଙ୍କ ଆଶୀର୍ବାଦ ପାଇବେନି କି ମୁଖ୍ୟମନ୍ତ୍ରୀ ହେବେନି । ଏଭଳି କହି ଭାଜପା ନେତା ଦିନରେ ସ୍ବପ୍ନ ଦେଖୁଛନ୍ତି । ବିଜେଡିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନବୀନ ପଟ୍ଟନାୟକ ଦୀର୍ଘ ୨୪ ବର୍ଷ ହେବ ଓଡିଶା ପାଇଁ ସେବା କରୁଛନ୍ତି, କିନ୍ତୁ ଭାଜପାର ମୁଖ୍ୟମନ୍ତ୍ରୀ ଚେହେରା କିଏ? ତାହାର ଉତ୍ତର ଦେଇପାରୁନାହାନ୍ତି ଭାଜପା ନେତା ।

ପାଣ୍ଡିଆନ ଭାଜପାକୁ କଟାକ୍ଷ କରି କହିଛନ୍ତି, ୧୦ ବର୍ଷ ହେଲା ଜଣେ କେନ୍ଦ୍ରମନ୍ତ୍ରୀ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେବାକୁ ଚେଷ୍ଟା କରୁଛନ୍ତି । କିନ୍ତୁ ଦଳ ତାଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କରିବାକୁ ଡରୁଛି । ତାଙ୍କ ଉପରେ ଆସ୍ଥା, ବିଶ୍ୱାସ ନାହିଁ । ଯଦି ନିଜ ଦଳର ଉକ୍ତ କେନ୍ଦ୍ରମନ୍ତ୍ରୀଙ୍କ ଉପରେ ଆଶା ବିଶ୍ୱାସ ନାହିଁ ତାହେଲେ ଲୋକଙ୍କର ଆଶା ବିଶ୍ୱାସ କେଉଁଠୁ ଆସିବ? ୨୪ ବର୍ଷ ହେଲା ନବୀନ ମୁଖ୍ୟମନ୍ତ୍ରୀ ଅଛନ୍ତି, ଏବେ ଆମକୁ ସୁଯୋଗ ଦିଅନ୍ତୁ ବୋଲି ଭାଜପା ନେତା କହୁଛନ୍ତି । କିନ୍ତୁ ଦଳର ମୁଖ୍ୟମନ୍ତ୍ରୀ ଚେହେରା କିଏ ସେକଥା ଆଗ କୁହନ୍ତୁ ତାହା ପରେ ଓଡିଶାବାସୀ ତାଙ୍କ ଚେହେରା ଦେଖି ଆଶୀର୍ବାଦ ଦେବେ କି ନାହିଁ ଚିନ୍ତା କରିବେ । ଦମ ଥିଲେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରନ୍ତୁ। ହେଲେ ଭାଜପା ୧୦% ଆସନ ମଧ୍ୟ ପାଇବନି ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ଓଡ଼ିଶା ବନ୍ଦର ପ୍ରଭାବ: କେନ୍ଦ୍ର ସରକାର ବିରୋଧରେ ଗର୍ଜିଲେ ବିରୋଧୀ

ଗଞ୍ଜାମ,୮।୧୦(ବିଦ୍ୟାଧର ସାହୁ):ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗଞ୍ଜାମରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ ସିପିଆଇ(ଏମ) ସମେତ ବାମପନ୍ଥୀ ଦଳ ପକ୍ଷରୁ…

ଏହି ନେତାଙ୍କୁ ପ୍ରଧାନମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଥିଲେ ନାନା ପାଟେକର; ପ୍ରଧାନମନ୍ତ୍ରୀ ପଦକୁ ନେଇ କହିଥିଲେ ଗୁରୁତ୍ୱପୂର୍ଣ୍ଣ କଥା

ମୁମ୍ବାଇ,୮।୧୦: ହିନ୍ଦୀ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ନିଜର ଦୀର୍ଘ ଚଳଚ୍ଚିତ୍ର କ୍ୟାରିୟର ମଧ୍ୟରେ ସେ କେବଳ ନିଜ ଚଳଚ୍ଚିତ୍ର ପାଇଁ…

୨୫ ଏକରର ଫାର୍ମହାଉସ କୋଟି କୋଟି ଟଙ୍କାର ସମ୍ପତ୍ତି: କାହା ପାଇଁ କ’ଣ ଛାଡ଼ିଯାଇଛନ୍ତି ନାନା? ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଚଳଚ୍ଚିତ୍ର ଜଗତ ଶୋକାକୁଳ ହୋଇପଡ଼ିଛି। ଗୁରୁବାର ସକାଳେ (ଅକ୍ଟୋବର ୮) ଗୋଆସ୍ଥିତ ବାସଭବନରେ ୭୫ ବର୍ଷ ବୟସରେ…

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

ଏହି କ୍ରିକେଟର୍‌ଙ୍କୁ ହୃଦୟରୁ ପସନ୍ଦ କରୁଥିଲେ ନାନା ପାଟେକର: ଆଉଟ୍‌ ହେଲେ ଖାଉ ନ ଥିଲେ…

ମୁମ୍ବାଇ,୮।୧୦: ବଲିଉଡ୍‌ର ଲୋକପ୍ରିୟ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ପରଲୋକରେ ସିନେମା ଜଗତରେ ଶୋକର ଛାୟା ଖେଳିଯାଇଛି। ନାନା ପାଟେକର…

ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦର ପ୍ରଭାବ: ଦାରିଙ୍ଗବାଡ଼ିରେ ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି, ୮।୧୦ (ଅରୁଣ ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି।…

ଅମଳ ପୂର୍ବରୁ ଚାଷୀମୁଣ୍ଡରେ ଚଡ଼କ: ଧାନ ଫସଲରେ ରୋଗପୋକ, ମଉଳି ଯାଉଛି ଅମଳ ଆଶା

ବରଗଡ଼,୮ା୧୦(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି ବୋଲି କୁହାଯାଏ। ହେଲେ ଏଠାରେ ଧାନଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ସମସ୍ୟା ଏଠାରେ ସାଧାରଣରେ…

ବରଗଡ଼ରେ ବନ୍ଦକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ଗାଡ଼ି ଚଳାଚଳ ଠପ୍‌

ବରଗଡ଼,୮।୧୧(ପ୍ରେମାନନ୍ଦ ଖମାରୀ): ଗୁରୁବାର ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଛି । ଗାଡ଼ି ଚଳାଚଳ ଠପ ପଡିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?