Posted inରାଜ୍ୟ

ମୋଦିଙ୍କୁ ନିମନ୍ତ୍ରଣ କଲେ ପାଣ୍ଡିଆନ, କହିଲେ ୯ ତାରିଖ ଆସିବେ

ଭୁବନେଶ୍ୱର,୧୧।୫: ବୀରମିତ୍ରପୁରରେ ପ୍ରଚାର କରୁଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ । ପ୍ରଚାର କରିବା ସହ ସେ ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି । ତେବେ ଏହାରି ଭିତରେ ପ୍ରଧାନମନ୍ତ୍ରୀଙ୍କୁ ଜୋରଦାର ଟାର୍ଗେଟ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ । ପ୍ରଧାନମନ୍ତ୍ରୀ ଓଡିଶା ଗସ୍ତରେ ରହି ବିଜେଡିକୁ ଟାର୍ଗେଟ କରିଥିବାବେଳେ ଏହାକୁ କାଉଣ୍ଟର କରିଛନ୍ତି ପାଣ୍ଡିଆନ । କାଉଣ୍ଟର ଭିତରେ ପ୍ରଧାନମନ୍ତ୍ରୀଙ୍କୁ ସେ ନିମନ୍ତ୍ରଣ କରିଛନ୍ତି ।

ସେ କହିଛନ୍ତି, ଜୁନ ୧୦ ତାରିଖରେ ଭାଜପା ସରକାର ଗଢିବ ବୋଲି ଆପଣ କହିଥିଲେ । ଆମ ମୁଖ୍ୟମନ୍ତ୍ରୀ ତାର ଜବାବ ଦେଲେ। ସେ କହିଥିଲେ, ଭାଜପାର ଅଭ୍ୟାସ ଅଛି ଦିନରେ ସ୍ବପ୍ନ ଦେଖିବା । ଆପଣଙ୍କୁ ବିନମ୍ର ସହ କହିବି ଓଡିଶାବାସୀଙ୍କ ଭଲ ପାଇବା, ଓଡିଶାବାସୀଙ୍କ ସ୍ନେହ ଓ ମହାପ୍ରଭୁଙ୍କ ଆଶୀର୍ବାଦରେ ଜୁନ ୯ ତାରିଖରେ ୧୧.୩୦ରୁ ୧ଟା ଭିତରେ ଆମ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେ । ଆପଣଙ୍କୁ ଅନୁରୋଧ ରହିଲା ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବରେ ଆପଣ ସାମିଲ ହେବେ । ଆଉ ଓଡିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଘୋଷଣା କରିବେ। ଓଡିଶା ପାଇଁ ସ୍ପେଶାଲ ପ୍ୟାକେଜ କରିବେ, ଓଡିଶା କୋଲ ରୟାଲଟିକୁ ବୃଦ୍ଧି କରିବେ । ଆପଣ ଆସି ଜୁନ ୯ରେ ଏ ସବୁ ଘୋଷଣା କରନ୍ତୁ । ଓଡିଶାବାସୀ ଖୁସି ହେଲେ ଆପଣ ୪୦୦ ପାର ବି କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

ଓଜନ କମାଇବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ଉପାୟ

ନିୟମିତ ମହୁ ଖାଇଲେ ତାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏଭଳି ସମସ୍ୟା ସହ ଜଡିତ କେତେକ ବ୍ୟକ୍ତିଙ୍କୁ ପ୍ରତିଦିନ କିଛି ପରିମାଣରେ ମହୁ ଖାଇବାକୁ ଦିଆଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri