ପାଣ୍ଡିଆନ କଲେ ବଡ଼ ଘୋଷଣା, ଜୁନ ୯ରୁ ମାଗଣା…

ଭୁବନେଶ୍ୱର,୧୧।୫: ସୁନ୍ଦରଗଡ଼ର ରଘୁନାଥପାଲ୍ଲୀରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଜୋରଦାର ପ୍ରଚାର କରିଛନ୍ତି । ଜନସଭାରେ ଯୋଗ ଦେଇ ବିକାଶମୂଳକ କାମର ହିସାବ ଦେବା ସହ ବିରୋଧୀ ଭାଜପାକୁ ତୁହାକୁ ତୁହା ଆକ୍ରମଣ କରି ଲହୁ ଲୁହାଣ କରିଛନ୍ତି ପାଣ୍ଡିଆନ ।

ରଘୁନାଥପାଲ୍ଲୀରେ ଶନିବାର ପ୍ରଚାର କରି ସେ କହିଛନ୍ତି, ୨୦୧୪ରେ ଭାଜପା ୨ କୋଟି ଚାକିରି ଦେବାକୁ କହିଥିଲା, ୧୦ ବର୍ଷରେ ଓଡ଼ିଶାବାସୀ ୮୦ ଲକ୍ଷ ଲୋକ ଚାକିରି ପାଇବା କଥା । କିନ୍ତୁ କ୍ଷମତାକୁ ଆସିଲେ ଭାଜପା ସବୁ କିଛି ଭୁଲିଯାଏ । ଦରଦାମ ହ୍ରାସ କରିବାକୁ କହି କ୍ଷମତାକୁ ଆସିଥିଲା ଭାଜପା । କିନ୍ତୁ ସରକାରକୁ ଆସିବା ପରେ ହୁ ହୁ ହୋଇ ଦର ବଢୁଛି । ନବୀନ ସରକାର ଦର ହ୍ରାସ ପାଇଁ ସବୁପ୍ରକାର ଉଦ୍ୟମ କରୁଛନ୍ତି । ନବୀନ ବାବୁ ମାଗଣା ବିଜୁଳି ଦେବାକୁ ଘୋଷଣା କରିବା ପରେ ବିରୋଧୀଙ୍କୁ କରେଣ୍ଟ ଲାଗୁଛି । ଜୁନ ୯ ତାରିଖରେ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେ । ଶପଥଗ୍ରହଣର ସଂଧ୍ୟାରେ ନିର୍ବାଚନୀ ଇସ୍ତାହାରକୁ କ୍ୟାବିନେଟରେ ଅନୁମୋଦନ ଦିଆଯିବ । ଏବଂ ଜୁନ ୯ରୁ ମାଗଣା ବିଜୁଳି ପ୍ରତି ଘରକୁ ଘର ମିଳିବ ବୋଲି ପାଣ୍ଡିଆନ ବଡ଼ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

ବିଧାନସଭାରେ ମନ୍ତ୍ରୀଙ୍କ ବଡ଼ ସୂଚନା: ରାଶନ କାର୍ଡରୁ ବାଦ୍‌ ପଡିଲେ…

ଭୁବନେଶ୍ୱର,୨୩।୯: ରାଜ୍ୟରେ ନୂତନ ରାଶନ କାର୍ଡ (Ration Card) ପାଇଁ ଆବେଦନ କରିଥିବା ହିତାଧିକାରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ବିଧାନସଭାରେ ବିଧାୟକ ବ୍ୟୋମକେଶ ରାୟଙ୍କ…

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

ଝରକା ଗ୍ରୀଲ କାଟି ବ୍ୟାଙ୍କରୁ ଲୁଟ: ପୋଲିସ ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୩।୯ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ଶ୍ରୀରାମପୁରସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଝରକା ଗ୍ରୀଲ କାଟି…

ଗୋରୁ ଗୁହାଳରୁ ୧୫ ଫୁଟର ବଉଳା କୁମ୍ଭୀର ଉଦ୍ଧାର: ଖେଳିଗଲା ଆତଙ୍କ,ଦେଖନ୍ତୁ VIDEO

ମହାକାଳପଡ଼ା,୨୩।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀ-ନାଳରେ ଏବେ ମାଳ ମାଳ କୁମ୍ଭୀର ଭାସୁଥିବା ଦେଖିବାକୁ ମିଳୁଛି। ନଦୀରେ ପ୍ରାକୃତିକ ଖାଦ୍ୟ ମାଛ ଓ…

ମାତ୍ର ଗୋଟିଏ ମିନିଟରେ ଟିକେଟ ରେଜିଷ୍ଟ୍ରେଶନ ଶେଷ! IND vs WI ମ୍ୟାଚ ପାଇଁ ପ୍ରବଳ ଉତ୍ସାହ

ନୂଆଦିଲ୍ଲୀ,୨୩।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ଦିନିକିଆ (ODI) ସିରିଜ ପାଇଁ ପ୍ରଶଂସକମାନେ ଉତ୍ସାହର ସହ ଅପେକ୍ଷା କରିଛନ୍ତି, କାରଣ ଏଥିରେ ରୋହିତ ଶର୍ମା…

‘ଏକ ଛୋଟ ସହରର ପୁଅର ସ୍ବପ୍ନ’… ଜାତୀୟ ପୁରସ୍କାର ଜିତିବା ପରେ ଭାବବିହ୍ବଳ ହେଲେ କାର୍ତ୍ତିକ ଆର୍ଯ୍ୟନ; ଲେଖିଲେ ହୃଦୟସ୍ପର୍ଶୀ ପୋଷ୍ଟ

ମୁମ୍ବାଇ: ଗୁଜୁରାଟରେ ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଥିଲା, ଯେଉଁଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଜେତାମାନଙ୍କୁ ସମ୍ମାନିତ କରିଥିଲେ। ଏହି ସମ୍ମାନ ପାଇଥିବା ବ୍ୟକ୍ତିବିଶେଷଙ୍କ…

ଭାଜପା ପାଇଁ ଆସିଲା ବଡ଼ ଖୁସି ଖବର: ୧୨ ଜଣ UDP ବିଧାୟକଙ୍କ ମଧ୍ୟରୁ ୮ ଜଣ…

ଶିଲଂ,୨୩।୯: ମେଘାଳୟର ୧୨ ଜଣ UDP ବିଧାୟକଙ୍କ ମଧ୍ୟରୁ ୮ ଜଣ ଭାଜପାରେ ଯୋଗ ଦେଉଛନ୍ତି। ଖ୍ଲିହରିଆଟ (Khliehriat) ବିଧାୟକ କାଇରମେନ ଶାଇଲାଙ୍କ ନେତୃତ୍ୱରେ ଏହି ବିଧାୟକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?