ପାଣ୍ଡିଆନ ଦେଲେ ବଡ଼ ପ୍ରତିଶ୍ରୁତି, ମିଶନ ଶକ୍ତି ମା’ମାନଙ୍କୁ ମିଳିବ ପେନସନ

ପୁରୀ,୧୮।୫: ପୁରୀ କୃଷ୍ଣପ୍ରସାଦରେ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କ୍ରମରେ ବଡ଼ ଘୋଷଣା କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ସେ ମୁଖ୍ୟମନ୍ତ୍ରୀଙ୍କ ୩ଟି ଦସ୍ତଖତ କଥା ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି, ପୁରୀ ବାସିନ୍ଦାଙ୍କ ଆଶୀର୍ବାଦ ହେଲେ ଏଠାରୁ ବିଜେଡିର ବିଧାୟକ ଓ ଏମପି ପ୍ରାର୍ଥୀ ଜିତିବେ, ଜୁନ ୯ରେ ପୁଣିଥରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶପଥ ନେବେ । ଶପଥ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀ ୩ଟି ଦସ୍ତଖତ କରିବେ । ପ୍ରଥମରେ ମାଗଣା ବିଜୁଳି ବିଲ ଉପରେ ଦସ୍ତଖତ କରିବେ, ଜୁଲାଇଠାରୁ ଆଉ ବିଜୁଳି ବିଲ ଆସିବନି । ଦ୍ୱିତୀୟରେ ବିଏସକେୱାଇ କାର୍ଡ ଯୋଜନା, ଯେଉଁଥିରେ ବାକି ରହିଯାଇଥିବା ପ୍ରତି ପରିବାରକୁ ବିଜୁ ସ୍ବାସ୍ଥ୍ୟ କାର୍ଡ ଯୋଗାଇଦିଆଯିବ । ତୃତୀୟ ଦସ୍ତଖତ କରି ମିଶନ ଶକ୍ତି ମା’ଙ୍କର ବହୁ ଦିନର ଇଚ୍ଛାକୁ ପୂରଣ କରିବେ ମୁଖ୍ୟମନ୍ତ୍ରୀ।

ବହୁ ଦିନରୁ ମିଶନ ଶକ୍ତି ମା’ଙ୍କର ଦାବି ଥିଲା ସେମାନଙ୍କୁ ଭତ୍ତା ମିଳୁ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜୁନ ୯ ତାରିଖରେ ଶପଥ ନେବା ପରେ ସେମାନଙ୍କର ଏହି ଇଚ୍ଛାକୁ ପୂରଣ କରିବେ । ମିଶନ ଶକ୍ତି ଗ୍ରୁପର ମା’ ମାନଙ୍କୁ ୬୦ ବର୍ଷ ପରେ ପେନସନ ମିଳିବ ବୋଲି ପ୍ରଚାର ମଞ୍ଚ ଉପରୁ ପ୍ରତିଶ୍ରୁତି ଦେଇଛନ୍ତି କାର୍ତ୍ତିକ ପାଣ୍ଡିଆନ ।


Enter your email to get our daily news in your inbox.

All Right Reserved By Dharitri.Com

ରାଶନକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଶସ୍ୟ ବଦଳରେ ମିଳିବ…

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କର ରାଶନ କାର୍ଡ ଅଛି ଏବଂ ଆପଣ ସରକାରଙ୍କ ମାସିକ ମାଗଣା ରାଶନ ଯୋଜନାର ହିତାଧିକାରୀ, ତେବେ ଏହା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା।…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri