Posted inରାଜ୍ୟ

ପୁଣି ମୁହାଁଇଲେଣି! ବିଜେଡି ନେତାଙ୍କୁ ଭେଟିଲେ ପାଣ୍ଡିଆନ, ରାଜ୍ୟରେ ହଇଚଇ

ଭୁବନେଶ୍ୱର,୧୭।୭: FM କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦେବା ଦାବିରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ବୁଧବାର ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ପୋଲିସ-ବିଜେଡି କର୍ମୀ ଧସ୍ତାଧସ୍ତି ହୋଇଥିଲେ। ବିଜେଡି କର୍ମୀ ବ୍ୟାରିକେଡ ଭାଙ୍ଗି ଧସେଇ ପଶିବାକୁ ଉଦ୍ୟମ କରୁଥିବା ବେଳେ ପାଣି ମାଡ କରିଥିଲା ପୋଲିସ। ଲୁହବୁହା ଗ୍ୟାସ ମଧ୍ୟ ପ୍ରୟୋଗ କରାଯାଇଥିଲା। ପୋଲିସ ସହ ମୁହାଁମୁହିଁ ଭିତରେ ଆହତ ହୋଇଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା । ବିଜେଡି ନେତା ପ୍ରଣବ ପ୍ରକାଶ ଦାସ ଓରଫ ବବି ଦାସ, ପ୍ରୀତିରଞ୍ଜନ ଘଡେଇ ଓରଫ ଡ୍ୟାନୀ ଏବଂ ରାଜ୍ୟ ସଭା ସାଂସଦ ସୁଲତା ଦେଓ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆହତ ବିଜେଡି ନେତାଙ୍କୁ ଭେଟିଛନ୍ତି ଭିକେ ପାଣ୍ଡିଆନ। ହସ୍ପିଟାଲ ଯାଇ ପାଣ୍ଡିଆନ ଏବଂ ତାଙ୍କ ସ୍ତ୍ରୀ ବବି ଦାସ, ସୁଲତା ଦେଓଙ୍କୁ ଭେଟିଛନ୍ତି।

ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ସାରା ରାଜ୍ୟରେ ଚହଳ ସୃଷ୍ଟି ହୋଇଛି। ଏନେଇ ବୁଧବାର ଭୁବନେଶ୍ୱରରେ ବିଜେଡି ବଡ଼ ଆନ୍ଦୋଳନ କରିଛି। ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧି । ଗୁରୁବାର କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ଦିଆଯାଇଥିବା ବେଳେ ବିରୋଧି ବିଜେଡି ପକ୍ଷରୁ ବୁଧବାର ବାଲେଶ୍ୱରରେ ବନ୍ଦ ପାଳନ କରାଯାଇଥିଲା। ଏହିଦିନ ପୋଲିସ-ବିଜେଡି ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ବିଜେଡିର ଲୋକସେବା ଭବନ ଘେରାଉ ଉଦ୍ୟମ ବେଳେ ଉପୁଜିଥିଲା ଆନ୍ଦୋଳନ । ବିଜେଡି କର୍ମୀଙ୍କ ଉପରୁକୁ ପାଣି ମାଡ ସହ ଲୁହାବୁହା ଗ୍ୟାସ ପ୍ରୟୋଗ କରିଥିଲା ପୋଲିସ । ଏହି ଲୁହାବୁହା ଗ୍ୟାସ ମାଡରେ ବିଜେଡି ନେତା ବବି ଦାସ ଆହତ ହୋଇଥିବା ବେଳେ ପ୍ରୀତିରଞ୍ଜନ ଘଡେଇ ଆହତ ହୋଇଥିବା ସୂଚନା ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri