ଡିଏସ କୁଟ୍ଟେଙ୍କ ନିଲମ୍ବନ ପ୍ରସଙ୍ଗକୁ ନେଇ ମୁହଁ ଖୋଲିଲେ ପାଣ୍ଡିଆନ, ପ୍ରେସମିଟ୍‌ କରି କହିଦେଲେ ଭିତିରି କଥା

ଭୁବନେଶ୍ୱର,୨୯।୫: IPS ଅଫିସର ଡିଏସ କୁଟ୍ଟେଙ୍କ ନିଲମ୍ବନ ନେଇ ମୁହଁ ଖୋଲିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ସକାଳୁ ସକାଳୁ ପ୍ରେସମିଟ୍‌ କରି ସେ କହିଛନ୍ତି, ‘ଭାଜପା ଯାହା ଚାହୁଁଛି ତାହା କରୁଛି। କୁଟ୍ଟେଙ୍କୁ ଏପରି ଭାବେ ନିଲମ୍ବନ କରିବା, ଦୁର୍ଭାଗ୍ୟଜନକ’।

ଡିଏସ କୁଟ୍ଟେ ଓ ଆଶିଷ ସିଂଙ୍କ ବିରୋଧରେ ଇସିଆଇଙ୍କ କାର୍ଯ୍ୟାନୁଷ୍ଠାନ ନେଇ ମଧ୍ୟ ପାଣ୍ଡିଆନ ଆହୁରି କହିଛନ୍ତି, ‘ଭାଜପା ଯାହା ଚାହୁଁଛି ତାହା ହେଉଛି। ଏହାଠାରୁ ଦୁର୍ଭାଗ୍ୟଜନକ କିଛିନାହିଁ। କିନ୍ତୁ ଏସବୁ ବିଜେଡି ଉପରେ କୌଣସି ପ୍ରଭାବ ପକେଇବ ନାହିଁ। ଓଡ଼ିଶାରେ ନକ୍ସଲବାଦର ମୂଳପୋଛ କରିବାରେ ଡିଏସ କୁଟ୍ଟେଙ୍କର ବଡ଼ ଭୂମିକା ଥିଲା। ଏଥିପାଇଁ ସେ ନିଜ ଜୀବନକୁ ବିପଦରେ ପକାଇ ନକ୍ସଲମାନଙ୍କ ସହ ଲଢିଛନ୍ତି’।

ସୂଚନାଥାଉ କି, ମଙ୍ଗଳବାର IPS ଅଫିସର ଡିଏସ କୁଟ୍ଟେଙ୍କୁ ନିଲମ୍ବିତ କରିଛନ୍ତି ଭାରତୀୟ ନିର୍ବାଚନ କମିଶନର। CMOରେ ସ୍ପେଶାଲ ସେକ୍ରେଟାରୀ ଭାବେ କାର୍ଯ୍ୟ କରୁଥିଲେ ଡିଏସ କୁଟ୍ଟେ। ନିର୍ବାଚନ ପ୍ରକ୍ରିୟାରେ ଅନୈତିକ ହସ୍ତକ୍ଷେପ ପାଇଁ ତାଙ୍କୁ ସସପେଣ୍ଡ କରାଯାଇଛି। ସସପେଣ୍ଡ କାଳରେ ନୂଆଦିଲ୍ଲୀ ଆବାସିକ କମିଶନରଙ୍କ ଅଫିସରେ ରହି ସେ କାର୍ଯ୍ୟ କରିବେ। କାଲି ଦିନ ୩ଟା ସୁଦ୍ଧା ସେଠାରେ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଭାରତୀୟ ନିର୍ବାଚନ କମିଶନର।

ତାଙ୍କର ପୁରା ନାଁ ଧିରେନ୍ଦ୍ର ସମ୍ଭାଜି କୁଟ୍ଟେ (Dhirendra Sambhaji Kutey)। ୨୦୧୯ ଅକ୍ଟୋବର ୨୩ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସେ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତ ହୋଇଥିଲେ। ଏଥିସହ ସେ ଓଡ଼ିଶା ପୋଲିସର ଅତିରିକ୍ତ ମହା ନିର୍ଦ୍ଦେଶକ ମଧ୍ୟ ଥିଲେ। ୧୯୯୭ ବ୍ୟାଚର ଆଇପିଏସ ଅଧିକାରୀ କୁଟ୍ଟେ ୨୦୧୭ ଏପ୍ରିଲରୁ ମୁଖ୍ୟମନ୍ତ୍ରୀଙ୍କ ସ୍ପେଶାଲ ଡ୍ୟୁଟି ପାଇ ନିୟୋଜିତ ହୋଇଥିଲେ। ନିଜ କାର୍ଯ୍ୟକାଳ ମଧ୍ୟରେ ସିଏମଙ୍କ Officer on Special Duty (OSD) ହେବାରେ ସେ ପ୍ରଥମ ଆଇପିଏସ ଅଫିସର ଥିଲେ। ୨୦୨୩ ସାଧାରଣତନ୍ତ୍ର ଦିବସରେ ନିଜର ଉଲ୍ଲେଖନୀୟ ସେବା ପାଇଁ ପୋଲିସ ପଦକରେ ସମ୍ମାନିତ ହୋଇଥିଲେ। ଏହା ପୂର୍ବରୁ ସେ ରାଜ୍ୟ ପରିବହନ କମିଶନର, IG Operation ଓ ଓଡ଼ିଶା ପୋଲିସର ବହୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ମଧ୍ୟ କାର୍ଯ୍ୟ କରିଛନ୍ତି। ସେ ରାଉରକେଲା, ଯାଜପୁର ଓ ଗଜପତିର ମଧ୍ୟ ଏସପି ରହି ଆସିଛନ୍ତି। ଏହିସବୁ ଜିଲାରେ ଏସପିଥିବାବେଳେ ଅପରାଧ ଓ ଅପରାଧୀଙ୍କ ପ୍ରତି ଦୃଢ କାର୍ଯ୍ୟାନୁଷ୍ଠାନ ନେଇ ସେ ସବୁଠି ପ୍ରଶଂସା ସାଉଁଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri