ସମ୍ବିତ ପାତ୍ରଙ୍କୁ ପାଣ୍ଡିଆନ କହିଲେ, ନିଜ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅ

ଭୁବନେଶ୍ୱର,୨୧।୫: ମହାପ୍ରଭୁ ଜଗନ୍ନାଥଙ୍କୁ ନେଇ ପୁରୀ ଭାଜପା ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ବିବାଦୀୟ ବୟାନ ପରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ । ଜାତୀୟ ଖବର ସରବରାହ ସଂସ୍ଥା ଏଏନଆଇକୁ ସାକ୍ଷାତକାର ଦେଇ ସେ କହିଛନ୍ତି, ଶ୍ରୀଜଗନ୍ନାଥଙ୍କୁ ଆମକୁ ରାଜନୀତିରୁ ବାହାରେ ରଖିବାକୁ ହେବ । ଏଥିସହିତ ସମ୍ବିତ ପାତ୍ରଙ୍କୁ ପାଣ୍ଡିଆନ ନିଜର ଧ୍ୟାନ ରଖିବାକୁ ପରାମର୍ଶ ଦେଇଛନ୍ତି ।

ସେ କହିଛନ୍ତି, ଭାଜପା ଓଡିଆ ଅସ୍ମିତାର କଥା କହୁଛି କିନ୍ତୁ ଜଗନ୍ନାଥ ହେଉଛନ୍ତି ଆମ ଓଡିଆ ଅସ୍ମିତାର ପ୍ରତୀକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ଅନୁଭବ କରିଛନ୍ତି ଯେ, ଭଗବାନଙ୍କୁ ରାଜନୀତିରୁ ବାହାରେ ରଖିବେ । ଅନ୍ୟପଟେ ଏଭଳି ବିବାଦୀୟ ବୟାନକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ଦୁଃଖ ହେଲା ବୋଲି କହିଛନ୍ତି ପାଣ୍ଡିଆନ ।

ଅନ୍ୟପଟେ ସେ ଆହୁରି ମଧ୍ୟ କହିଛନ୍ତି ଯେ, ଓଡିଶାର ଲୋକ ନିର୍ବାଚନରେ ଧର୍ମ କିମ୍ବା ମହାପ୍ରଭୁ ଜଗନ୍ନାଥଙ୍କୁ ଆଣିବା ପସନ୍ଦ କରନ୍ତିନି । ଏହା ପ୍ରଥମ ଥର ପାଇଁ ହୋଇଛି । ସେମାନେ ସବୁବେଳେ କିଛି ନା କିଛିକୁ ଧର୍ମ ଏବଂ ମହାପ୍ରଭୁ ଜଗନ୍ନାଥଙ୍କ ସହ ଯୋଡି ଦେଇଥାନ୍ତି । ଭାଜପା ନିର୍ବାଚନରେ ବିଜେଡି ଏବଂ ନବୀନ ପଟ୍ଟନାୟକଙ୍କୁ ଟକ୍କର ଦେବାକୁ ଚେଷ୍ଟା କରୁଛି । ତେଣୁ ଏଭଳି ରଣନୀତି ଆପଣାଉଛି ।

ଶେଷରେ ସମ୍ବିତ ପାତ୍ରଙ୍କୁ ନିଜର ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ କଛନ୍ତି ପାଣ୍ଡିଆନ। ଭୀଷଣ ଗରମ, ଧୂଳି ପ୍ରତି ସଚେତନ ରୁହନ୍ତୁ । ଆଉ ମାତ୍ର ୩ ଦିନ ପରେ ତାଙ୍କ ନିର୍ବାଚନ ଅଛି । ତେଣୁ ଏଭଳି ସମୟରେ ସେ ଉପବାସ କଲେ, ଚେତା ହରାଇପାରନ୍ତି ବୋଲି କହିଛନ୍ତି ପାଣ୍ଡିଆନ ।

 


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି ।…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର; ମହଜୁଦ ରହିଛି ପର୍ଯ୍ୟାପ୍ତ ପରିମାଣର ଅଶୋଧିତ ତୈଳ, ଭୟଭୀତ ହୁଅନ୍ତୁ ନାହିଁ

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ, ଭାରତ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ଦେଶ ଭିତରେ ପର୍ଯ୍ୟାପ୍ତ ପରିମାଣରେ…

ଗ୍ୟାସ୍‌ ସଙ୍କଟ ମଧ୍ୟରେ ସରକାର ନେଲେ ବଡ଼ ପଦକ୍ଷେପ: ଏଣିକି ଅଧିକରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୨୫ା୩: ଏଲପିଜି ସଙ୍କଟ ମଧ୍ୟରେ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପେଟ୍ରୋଲ ଏବଂ ଡିଜେଲ ଅଭାବର ଗୁଜବକୁ ମଧ୍ୟ ସ୍ପଷ୍ଟ କରାଯାଇଛି। ଲୋକଙ୍କୁ ଏଥିପ୍ରତି ଧ୍ୟାନ…

ଯୁଦ୍ଧ ଭିତରେ ୧ ଏପ୍ରିଲରୁ ବଦଳିଯିବ ୫ ନିୟମ, ରୋଷେଇ ଘରରୁ ପେଟ୍ରୋଲ ଯାଏ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୫।୩: ୧ ଏପ୍ରିଲରୁ ଆର୍ଥିକ ନିୟମାବଳୀରେ ଅନେକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ସାଧାରଣ ଲୋକଙ୍କ ପକେଟ ଏବଂ ଦୈନନ୍ଦିନ ଖର୍ଚ୍ଚ ଉପରେ ସିଧାସଳଖ…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

ପେନ୍‌ସନ୍‌ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri