ଗୋଟିଏ ମିନିଟ୍‌ରେ ସସ୍‌ପେଣ୍ଡ୍‌ କରିଦେବି କହିଲେ ପାଣ୍ଡିଆନ, କାହାକୁ କାହିଁକି ଏମିତି କହିଲେ…

ଭୁବନେଶ୍ୱର, ୧୮ା୮(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ସେ ରବିବାର ସନ୍ଧ୍ୟାରୁ ସ୍ଥାନୀୟ ସମ୍‌ ଅଲ୍ଟିମେଟ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ନବୀନଙ୍କ ଅସୁସ୍ଥତା ସମ୍ପର୍କରେ ଖବର ପାଇ ଉକ୍ତ ଘରୋଇ ହସ୍ପିଟାଲରେ ଦଳୀୟ ନେତାଙ୍କ ପ୍ରବଳ ଭିଡ଼ ଜମିଥିଲା। ସେହି ହସ୍ପିଟାଲର ତୃତୀୟ ମହଲାରେ ନବୀନ ଚିକିତ୍ସାଧୀନ ଥିବାବେଳେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଜାଣିବା ପାଇଁ ଦ୍ୱିତୀୟ ମହଲାରେ ବିଜେଡିର ବହୁ ବରିଷ୍ଠ ନେତା ବସି ରହିଥିଲେ। ସେମାନଙ୍କ ମଧ୍ୟରୁ ୨ ଜଣ ବରିଷ୍ଠ ନେତାଙ୍କ ସୂଚନା ମୁତାବକ, ରାତି ପ୍ରାୟ ୭ଟା ୩୦ରେ ସୁଜାତା କାର୍ତ୍ତିକେୟନ କେତେଜଣ ଡାକ୍ତରଙ୍କ ସହିତ ତୃତୀୟ ମହଲା ଆଡ଼କୁ ଯିବା ସମୟରେ ଦ୍ୱିତୀୟ ମହଲାରେ ଉପସ୍ଥିତ ବହୁ ନେତା ଠିଆହୋଇ ତାଙ୍କୁ ନମସ୍କାର କରିଥିଲେ। ହେଲେ ଦଳର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୁଜାତାଙ୍କୁ ପ୍ରଶ୍ନ କରିଥିଲେ ଯେ, ଯଦି ନବୀନବାବୁଙ୍କ ଦେହ ଦୁଇଦିନ ହେଲା ଖରାପ ଥିଲା, ତେବେ ତାଙ୍କୁ କାହିଁକି ଏତେ ବିଳମ୍ବରେ ହସ୍ପିଟାଲକୁ ଅଣାଗଲା। ଏ ସମ୍ପର୍କରେ ଦଳର ଅନ୍ୟ ନେତାମାନଙ୍କୁ କାହିଁକି ଖବର ଦିଆଗଲା ନାହିଁ। କ’ଣ ଏଠାରେ ଚାଲିଛି ବୋଲି ରଣେନ୍ଦ୍ର ପ୍ରଶ୍ନ ଉଠାଇଥିଲେ। ରଣେନ୍ଦ୍ରଙ୍କ ପ୍ରଶ୍ନର କୌଣସି ଉତ୍ତର ନ ଦେଇ ସୁଜାତା ତୃତୀୟ ମହଲା ଆଡ଼କୁ ଚାଲିଯାଇଥିଲେ। ଏହାର କିଛି ସମୟ ପରେ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ହସ୍ପିଟାଲର ତୃତୀୟ ମହଲାରେ ପହଞ୍ଚି ନବୀନଙ୍କୁ ଦେଖିବାକୁ ଚାହିଁଥିଲେ। ହେଲେ ତାଙ୍କୁ ସୁଯୋଗ ଦିଆଯାଇ ନ ଥିଲା। ଏହାପରେ ସେଠାରେ ଭି. କାର୍ତ୍ତିକ ପାଣ୍ଡିଆନ ପହଞ୍ଚି ସାକ୍ଷାତ୍‌ ହୋଇପାରିବ ନାହିଁ ବୋଲି କହିବାରୁ କିଛିସମୟ ଯୁକ୍ତିତର୍କ ହୋଇଥିବା ଜଣାପଡ଼ିଛି। ଏହାପରେ ପାଣ୍ଡିଆନ ରାଗ ତମତମ ହୋଇ ତୃତୀୟ ମହଲାରୁ ଆସି ଦ୍ୱିତୀୟ ମହଲାରେ ପହଞ୍ଚିଥିଲେ। ସେ ‘ଆଇ ଆମ୍‌ ଡାଉନ୍‌, ନଟ୍‌ ଆଉଟ୍‌’ କହିବା ସହ ଗୋଟାଏ ମିନିଟ୍‌ରେ ଦଳରୁ ସସ୍‌ପେଣ୍ଡ କରିଦେବି ବୋଲି ପରୋକ୍ଷରେ ରଣେନ୍ଦ୍ରଙ୍କୁ ଇଙ୍ଗିତ କରି ଚାଲିଯାଇଥିବା ସେଠି ଉପସ୍ଥିତ ଅନ୍ୟ କେତେଜଣ ନେତା ଧରିତ୍ରୀକୁ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri