ଛାତ୍ରୀଛାତ୍ରଙ୍କୁ ସଫଳତାର ବାଟ ବତାଇଲେ ପାଣ୍ଡିଆନ

ବ୍ରହ୍ମପୁର,୩୧।୧(ତନୁଶ୍ରୀ ନାହାକ)/ଭୁବନେଶ୍ୱର(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଙ୍ଗଳବାର ଗଞ୍ଜାମ ଜିଲା ଗସ୍ତକରି ଜିଲାର କଲେଜ ରୂପାନ୍ତରଣ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଏଥିସହିତ ବ୍ରହ୍ମପୁର ଉପକଣ୍ଠ ଆମ୍ବପୁଆ ବିବେକ ବିହାରଠାରେ ଗଞ୍ଜାମ ଜିଲାସ୍ତରୀୟ ‘ନୂଆ-ଓ’ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରୀଛାତ୍ରଙ୍କୁ ସଫଳତାର ବାଟ ବତାଇଛନ୍ତି। ପାଣ୍ଡିଆନ କଲେଜ ଛାତ୍ରୀଛାତ୍ରମାନଙ୍କୁ ଜୀବନରେ ସଫଳ ହେବା ନିମନ୍ତେ ୧୪ଟି ଗୁରୁମନ୍ତ୍ର ଦେଇଛନ୍ତି। ଶାରୀରିକ ଓ ମାନସିକ ସୁସ୍ଥତା ନିମନ୍ତେ ନିୟମିତ ଯୋଗ, ପ୍ରାଣାୟମ, ବ୍ୟାୟାମ କରିବା, ଗୁରୁଜନ ଓ ଅଭିଭାବକଙ୍କ ପ୍ରତି ସମ୍ମାନ, ପାଠ ସମେତ ନିଜ ଅନ୍ତର୍ନିହିତ ଗୁଣର ବିକାଶ ପାଇଁ ରୁଚି ରଖିବା, କ୍ରୀଡ଼ାଭ୍ୟାସ କରିବା, ପାଠପଢ଼ା ସମୟରେ ଏକଗ୍ରତା ରକ୍ଷା କରିବାକୁ ସେ ପରାମର୍ଶ ଦେଇଥିଲେ। ଆଜି ଦେଶର ଅଧିକାଂଶ ସଫଳ ବ୍ୟକ୍ତିତ୍ୱ ବୈଜ୍ଞାନିକ ହୁଅନ୍ତୁ କିମ୍ବା ପ୍ରଶାସନିକ ଅଧିକାରୀ ପ୍ରାୟ ସରକାରୀ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ର। ତେଣୁ ସରକାରୀ ସ୍କୁଲର ଛାତ୍ରୀଛାତ୍ର ନିଜକୁ ଗର୍ବ ଅନୁଭବ କରିବା ଉଚିତ। ଗଞ୍ଜାମ ଜିଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ମୋ ନିଜର ପ୍ରିୟ ଜିଲା ବୋଲି ପାଣ୍ଡିଆନ କହିଥିଲେ। କାର୍ଯ୍ୟକ୍ରମକୁ ଜିଲାର ବିଭିନ୍ନ ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟ ଓ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ପ୍ରାୟ ୧୫ ହଜାର ଛାତ୍ରୀଛାତ୍ର ଆସିଥିଲେ। ୫-ଟି ଅଧ୍ୟକ୍ଷ ସେମାନଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇଥିଲେ। ଏହାପରେ ପାଣ୍ଡିଆନ ଜିଲାର କଲେଜ ରୂପାନ୍ତରଣ ପ୍ରକଳ୍ପଗୁଡିକର ସମୀକ୍ଷା କରିଛନ୍ତି। ୧୫୬ କଲେଜରେ ସ୍ମାର୍ଟ କ୍ଲାସ୍‌ରୁମ୍‌, ଇ-ଲଇବ୍ରେରି, ବିଜ୍ଞାନ ଲାବରେଟୋରି ଇତ୍ୟାଦି ପାଇଁ ୯୨ କୋଟି ଟଙ୍କା ଅନୁମୋଦନ କରିଛନ୍ତି। ଆସନ୍ତା ଫେବୃଆରୀ ସୁଦ୍ଧା ଜିଲାର ସମସ୍ତ କଲେଜ ରୂପାନ୍ତରୀକରଣ କାର୍ଯ୍ୟ ଶେଷ ହେବ ବୋଲି ସେ କହିଛନ୍ତି।
ଜିଲାସ୍ତରୀୟ ‘ନୂଆ- ଓ’ କାର୍ଯ୍ୟକ୍ରମରେ ଓଲିଉଡ୍‌ କଳାକାର ବାବୁଶାନ, ଅଭିନେତ୍ରୀ ତଥା ମଡ଼େଲ ପୁପୁଲ ଭୂୟାଁଙ୍କ ସମେତ ବହୁ ସିନେତାରକା କାର୍ଯ୍ୟକ୍ରମରେ ଯୋଗଦେଇ ଛାତ୍ରୀଛାତ୍ରଙ୍କ ମନୋରଞ୍ଜନ କରିଥିଲେ। ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ବ୍ରହ୍ମପୁର ଉପଜିଲାପାଳ ଆଶୁତୋଷ କୁଲକର୍ନି ସି, ବିଏମ୍‌ସି କମିଶନର ଜେ. ସୋନାଲ, ଜିଲା କ୍ରୀଡ଼ା ଅଧିକାରୀ ସନ୍ତୋଷ ସାହୁ, ଦକ୍ଷିଣାଞ୍ଚଳ ଉଚ୍ଚଶିକ୍ଷା ନିର୍ଦ୍ଦେଶକ ସିଦ୍ଧାର୍ଥ ଶଙ୍କର ପାଢ଼ୀ, ଦକ୍ଷିଣାଞ୍ଚଳ ଉଚ୍ଚଶିକ୍ଷା ଉପ ନିର୍ଦ୍ଦେଶକ ଡ.ସୁଶାନ୍ତ ଦାସଙ୍କ ସମେତ ବହୁ ପ୍ରଶାସନିକ ଅଧିକାରୀ ଯୋଗଦେଇଥିଲେ।
କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯିବା ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଈଗୋଠରେ ବଜ୍ରାଘାତ, ଆଉ ତା’ପରେ…

ଗୁଣୁପୁର,୨୨।୫(ସୁଜାତା ପାଢ଼ୀ): କାଳବୈଶାଖୀ ପ୍ରଭାବରେ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଶୁକ୍ରବାର ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଛି। ସେତିକିବେଳେ ଗୁଣପୁର ଓଭର ବ୍ରିଜ କୃଷି ବିଭାଗ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଜିଲା ଆଇନ ସେବା ପ୍ରାଧିକରଣ: ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ କାର୍ଯ୍ୟକ୍ରମ

ଛତ୍ରପୁର,୨୨ା୫ (ଦିଲ୍ଲୀପ ସାମଲ): ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ ଶୀର୍ଷକ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଛତ୍ରପୁର ସ୍ଥିତ ବିଜ୍ଞାନ…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

ଗଞ୍ଜେଇ ଲିଙ୍କରେ ପୂର୍ବତନ ସରପଞ୍ଚଙ୍କୁ ବାନ୍ଧିଲା ପୋଲିସ

ମୋହନା,୨୨ା୫ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ଓ ପ୍ରୋତ୍ସାହନ ମାମଲାରେ ଅଡ଼ବା ଥାନା ବିରିକୋଟ ପଞ୍ଚାୟତର ପୂର୍ବତନ ସରପଞ୍ଚ ମାଶା ମାଝୀଙ୍କୁ ଗିରଫ କରି କୋର୍ଟ…

ସିଏସ୍‌କେ ଅଧିନାୟକ ଋତୁରାଜଙ୍କୁ ଜରିମାନା, କାହିଁକି ଜାଣନ୍ତୁ…

ଅହମଦାବାଦ,୨୨ା୫: ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ ଓଭର-ରେଟ୍‌ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଋତୁରାଜ ଗାଏକ୍ୱାଡଙ୍କୁ ଜରିମାନା କରାଯାଇଛି। ଗୁଜରାଟ ଟାଇଟାନ୍ସ…

କେଏସୟୁବି କଲେଜରେ ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଲେ ଡ. ଗଗନ ବିହାରୀ ପୁରୋହିତ

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷଙ୍କ ଭାବେ ଡ. ଗଗନ ବିହାରୀ ପୁରୋହିତ ଶୁକ୍ରବାର ଅପରାହ୍ନରେ ଦାୟିତ୍ୱ…

ଚଳନ୍ତା ଅଟୋ ଉପରେ ପଡ଼ିଲା ଗଛ, ଆଉ ତା‘ପରେ…

ପାରଳାଖେମୁଣ୍ଡି,୨୨ା୫(ଗିରିଧାରୀ ପରିା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ସୀମାନ୍ତ ଆନ୍ଧ୍ର ପ୍ରଦେଶର ପାଟପୁର ଗ୍ରାମ ନିକଟରେ ଶୁକ୍ରବାର ଏକ ଗଛ ପଡ଼ି ଅଟୋ ଚୁର୍‌ମାର୍‌ ହୋଇଯାଇଛି। ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri