କେନ୍ଦ୍ରୀୟ ଡେପୁଟେସନରେ ଗଲେ ପାଣ୍ଡିଆନଙ୍କ ସହଯୋଗୀ IPS ଡି.ଏସ୍‌ କୁଟ୍ଟେ

ଭୁବନେଶ୍ୱର,୮।୧୨: କେନ୍ଦ୍ରୀୟ ଡେପୁଟେସନରେ ଯାଇଛନ୍ତି ବିବାଦୀୟ ଆଇପିଏସ ଅଧିକାରୀ ଡି.ଏସ୍‌ କୁଟ୍ଟେ। ବିଏସ୍ଏଫ୍ ଆଇଜି ଭାବେ ସେ ଡେପୁଟେସନରେ ଯିବେ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ମୁଖ୍ୟ ସଚିବଙ୍କୁ ଚିଠି କରାଯାଇଛି। ଏବେ ଗୃହ ବିଭାଗର ଓଏସ୍‌ଡି ଅଛନ୍ତି ଡି.ଏସ୍‌ କୁଟ୍ଟେ। ଏହି ପଦବୀରେ ତାଙ୍କୁ ୨୯ ଫେବୃଆରୀ ୨୦୨୮ ପର୍ଯ୍ୟନ୍ତ ନିଯୁକ୍ତ କରାଯାଇଛି। ଯଥାଶୀଘ୍ର ତାଙ୍କୁ ବର୍ତ୍ତମାନର କାର୍ଯ୍ୟରୁ ବିରତି ଦିଆଯାଇ ନୂଆ କାର୍ଯ୍ୟରେ ଯୋଗଦେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଦୁଇଦିନ ତଳେ ଅନ୍ୟତମ ଚର୍ଚ୍ଚିତ ତଥା ବିବାଦୀୟ ଆଇପିଏସ୍ ଆଶିଷ ସିଂ ମଧ୍ୟ କେନ୍ଦ୍ରୀୟ ଡେପୁଟେସନରେ ଯାଇଛନ୍ତି। ଅର୍ଦ୍ଧସାମରିକ ବାହିନୀ ଇଣ୍ଡୋ-ତିବ୍ବତ ବର୍ଡର ପୁଲିସ (ଆଇଟିବିପି)ରେ ତାଙ୍କୁ ଆଇଜି ଭାବେ ନିଯୁକ୍ତି ଦିଆଯାଇଛି। ୫ବର୍ଷ ପାଇଁ ସେ ଡେପୁଟେସନ୍‌ ନ୍ୟୁଟେସନ୍‌ରେ ଯିବେ ବୋଲି ଭାରତ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତୁରନ୍ତ ତାଙ୍କୁ ରିଲିଭ୍ କରିବା ପାଇଁ ରାଜ୍ୟ ସରକାରଙ୍କୁ ଚିଠି କରିଛି କେନ୍ଦ୍ର ଗୃହ ମନ୍ତ୍ରଣାଳୟ।

ସୂଚନାଯୋଗ୍ୟ, ଗତ ସାଧାରଣ ନିର୍ବାଚନ ବେଳେ ଡି.ଏସ୍‌ କୁଟ୍ଟେ ଏବଂ ଆଶିଷ ସିଂ ବିବାଦ ଘେରକୁ ଆସିଥିଲେ। ନିର୍ବାଚନ ପରିଚାଳନାରେ ସେ ବ୍ୟାପକ ଅନିୟମିତତା କରୁଥିବା ନେଇ ନିର୍ବାଚନ ଆୟୋଗ ଅଧ୍ଯକ୍ଷ ଅଭିଯୋଗ ଆଣିଥିଲେ।

ଏହାପରେ ଗତ ମେ’ ୪ ତାରିଖରେ ଆଶିଷ ସିଂ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ମାସକ ପାଇଁ ଛୁଟି ନେଇଥିଲେ। ତାଙ୍କ ସ୍ବାସ୍ଥ୍ୟ ଖରାପ ନେଇ ସତ୍ୟାସତ୍ୟ ଜାଣିବାକୁ ମେ’ ୨୮ ତାରିଖରେ ଇସିଆଇଙ୍କ ପକ୍ଷରୁ ସ୍ବାସ୍ଥ୍ୟ ଯାଞ୍ଚ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ଭୁବନେଶ୍ଵର ଏମ୍ଭ ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ମେଡି କାଲ ବୋର୍ଡ ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରିଥିଲା। ତାଙ୍କ ସ୍ବାସ୍ଥ୍ୟ ଠିକ୍‌ ଠାକ୍ ଥିବା ନେଇ ଉକ୍ତ ବୋର୍ଡ ରିପୋର୍ଟ ଦେଇଥିଲା।

ସେହିଭଳି ନିର୍ବାଚନ ସମୟରେ କୁଟ୍ଟେଙ୍କୁ ନିଲମ୍ବିତ କରାଯାଇଥିଲା। ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଥିବା ବେଳେ ସେ ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶରେ ନିଲମ୍ବିତ ହୋଇଥିଲେ। ଏବେ ନିଲମ୍ବନ ହଟିବା ପରେ ଆଇପିଏସ ଡିଏସ କୁଟ୍ଟେଙ୍କୁ ରାଜ୍ୟ ଗୃହ ବିଭାଗ ଓଏସଡି ଭାବେ ନିଯୁକ୍ତି ମିଳିଥିଲା।

କୁଟ୍ଟେଙ୍କ ପୁରା ନାମ ଧିରେନ୍ଦ୍ର ସମ୍ଭାଜି କୁଟ୍ଟେ। ୨୦୧୯ ଅକ୍ଟୋବର ୨୩ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସେ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତ ହୋଇଥିଲେ। ଏଥିସହ ସେ ଓଡ଼ିଶା ପୋଲିସର ଅତିରିକ୍ତ ମହା ନିର୍ଦ୍ଦେଶକ ମଧ୍ୟ ଥିଲେ। ୧୯୯୭ ବ୍ୟାଚର ଆଇପିଏସ ଅଧିକାରୀ କୁଟ୍ଟେ ୨୦୧୭ ଏପ୍ରିଲରୁ ମୁଖ୍ୟମନ୍ତ୍ରୀଙ୍କ ସ୍ପେଶାଲ ଡ୍ୟୁଟି ପାଇ ନିୟୋଜିତ ହୋଇଥିଲେ। ୨୦୨୩ ସାଧାରଣତନ୍ତ୍ର ଦିବସରେ ନିଜର ଉଲ୍ଲେଖନୀୟ ସେବା ପାଇଁ ପୋଲିସ ପଦକରେ ମଧ୍ୟ ସମ୍ମାନିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri