କେନ୍ଦ୍ରୀୟ ଡେପୁଟେସନରେ ଗଲେ ପାଣ୍ଡିଆନଙ୍କ ସହଯୋଗୀ IPS ଡି.ଏସ୍‌ କୁଟ୍ଟେ

ଭୁବନେଶ୍ୱର,୮।୧୨: କେନ୍ଦ୍ରୀୟ ଡେପୁଟେସନରେ ଯାଇଛନ୍ତି ବିବାଦୀୟ ଆଇପିଏସ ଅଧିକାରୀ ଡି.ଏସ୍‌ କୁଟ୍ଟେ। ବିଏସ୍ଏଫ୍ ଆଇଜି ଭାବେ ସେ ଡେପୁଟେସନରେ ଯିବେ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ମୁଖ୍ୟ ସଚିବଙ୍କୁ ଚିଠି କରାଯାଇଛି। ଏବେ ଗୃହ ବିଭାଗର ଓଏସ୍‌ଡି ଅଛନ୍ତି ଡି.ଏସ୍‌ କୁଟ୍ଟେ। ଏହି ପଦବୀରେ ତାଙ୍କୁ ୨୯ ଫେବୃଆରୀ ୨୦୨୮ ପର୍ଯ୍ୟନ୍ତ ନିଯୁକ୍ତ କରାଯାଇଛି। ଯଥାଶୀଘ୍ର ତାଙ୍କୁ ବର୍ତ୍ତମାନର କାର୍ଯ୍ୟରୁ ବିରତି ଦିଆଯାଇ ନୂଆ କାର୍ଯ୍ୟରେ ଯୋଗଦେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଦୁଇଦିନ ତଳେ ଅନ୍ୟତମ ଚର୍ଚ୍ଚିତ ତଥା ବିବାଦୀୟ ଆଇପିଏସ୍ ଆଶିଷ ସିଂ ମଧ୍ୟ କେନ୍ଦ୍ରୀୟ ଡେପୁଟେସନରେ ଯାଇଛନ୍ତି। ଅର୍ଦ୍ଧସାମରିକ ବାହିନୀ ଇଣ୍ଡୋ-ତିବ୍ବତ ବର୍ଡର ପୁଲିସ (ଆଇଟିବିପି)ରେ ତାଙ୍କୁ ଆଇଜି ଭାବେ ନିଯୁକ୍ତି ଦିଆଯାଇଛି। ୫ବର୍ଷ ପାଇଁ ସେ ଡେପୁଟେସନ୍‌ ନ୍ୟୁଟେସନ୍‌ରେ ଯିବେ ବୋଲି ଭାରତ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତୁରନ୍ତ ତାଙ୍କୁ ରିଲିଭ୍ କରିବା ପାଇଁ ରାଜ୍ୟ ସରକାରଙ୍କୁ ଚିଠି କରିଛି କେନ୍ଦ୍ର ଗୃହ ମନ୍ତ୍ରଣାଳୟ।

ସୂଚନାଯୋଗ୍ୟ, ଗତ ସାଧାରଣ ନିର୍ବାଚନ ବେଳେ ଡି.ଏସ୍‌ କୁଟ୍ଟେ ଏବଂ ଆଶିଷ ସିଂ ବିବାଦ ଘେରକୁ ଆସିଥିଲେ। ନିର୍ବାଚନ ପରିଚାଳନାରେ ସେ ବ୍ୟାପକ ଅନିୟମିତତା କରୁଥିବା ନେଇ ନିର୍ବାଚନ ଆୟୋଗ ଅଧ୍ଯକ୍ଷ ଅଭିଯୋଗ ଆଣିଥିଲେ।

ଏହାପରେ ଗତ ମେ’ ୪ ତାରିଖରେ ଆଶିଷ ସିଂ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ମାସକ ପାଇଁ ଛୁଟି ନେଇଥିଲେ। ତାଙ୍କ ସ୍ବାସ୍ଥ୍ୟ ଖରାପ ନେଇ ସତ୍ୟାସତ୍ୟ ଜାଣିବାକୁ ମେ’ ୨୮ ତାରିଖରେ ଇସିଆଇଙ୍କ ପକ୍ଷରୁ ସ୍ବାସ୍ଥ୍ୟ ଯାଞ୍ଚ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ଭୁବନେଶ୍ଵର ଏମ୍ଭ ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ମେଡି କାଲ ବୋର୍ଡ ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରିଥିଲା। ତାଙ୍କ ସ୍ବାସ୍ଥ୍ୟ ଠିକ୍‌ ଠାକ୍ ଥିବା ନେଇ ଉକ୍ତ ବୋର୍ଡ ରିପୋର୍ଟ ଦେଇଥିଲା।

ସେହିଭଳି ନିର୍ବାଚନ ସମୟରେ କୁଟ୍ଟେଙ୍କୁ ନିଲମ୍ବିତ କରାଯାଇଥିଲା। ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଥିବା ବେଳେ ସେ ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶରେ ନିଲମ୍ବିତ ହୋଇଥିଲେ। ଏବେ ନିଲମ୍ବନ ହଟିବା ପରେ ଆଇପିଏସ ଡିଏସ କୁଟ୍ଟେଙ୍କୁ ରାଜ୍ୟ ଗୃହ ବିଭାଗ ଓଏସଡି ଭାବେ ନିଯୁକ୍ତି ମିଳିଥିଲା।

କୁଟ୍ଟେଙ୍କ ପୁରା ନାମ ଧିରେନ୍ଦ୍ର ସମ୍ଭାଜି କୁଟ୍ଟେ। ୨୦୧୯ ଅକ୍ଟୋବର ୨୩ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସେ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତ ହୋଇଥିଲେ। ଏଥିସହ ସେ ଓଡ଼ିଶା ପୋଲିସର ଅତିରିକ୍ତ ମହା ନିର୍ଦ୍ଦେଶକ ମଧ୍ୟ ଥିଲେ। ୧୯୯୭ ବ୍ୟାଚର ଆଇପିଏସ ଅଧିକାରୀ କୁଟ୍ଟେ ୨୦୧୭ ଏପ୍ରିଲରୁ ମୁଖ୍ୟମନ୍ତ୍ରୀଙ୍କ ସ୍ପେଶାଲ ଡ୍ୟୁଟି ପାଇ ନିୟୋଜିତ ହୋଇଥିଲେ। ୨୦୨୩ ସାଧାରଣତନ୍ତ୍ର ଦିବସରେ ନିଜର ଉଲ୍ଲେଖନୀୟ ସେବା ପାଇଁ ପୋଲିସ ପଦକରେ ମଧ୍ୟ ସମ୍ମାନିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

CBI ତଦନ୍ତ ନେଇ ମୁହଁ ଖୋଲିଲେ ଦୀପାଳି, ମୋହନ ସରକାରଙ୍କୁ କଲେ ପ୍ରଶ୍ନ

ଭୁବନେଶ୍ୱର,୧୫।୧: ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ମୁହଁ ଖୋଲିଛନ୍ତି ଝିଅ ଦୀପାଳି ଦାସ। ଭାଜପା ନେତାମାନେ ବାରମ୍ବାର ଏହି ପ୍ରସଙ୍ଗ ଉଠାଉଥିବାରୁ ଅସନ୍ତୋଷ...

ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି (NEP) ୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର,୧୫।୧: ଭାରତ ସରକାର ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ଜାତୀୟ ଶିକ୍ଷା ନୀତି ୨୦୨୦ କୁ ରାଜ୍ୟରେ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା...

ଶ୍ରୀମନ୍ଦିରରେ ଟଳିପଡ଼ିଲେ ସୁଆର ବଡୁ ସେବାୟତ

ପୁରୀ,୧୫ା୧(ଅଜିତ ମହାନ୍ତି): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସେବା କରିବା ସମୟରେ ଜଣେ ସୁଆରବଡୁ ସେବକଙ୍କ ମୃତ୍ୟୁ ଘଟିଛି। ମୃତ ସେବାୟତ ଜଣଙ୍କ ହେଉଛନ୍ତି ଜଗନ୍ନାଥ ସୁନାଥାଳି। ଶ୍ରୀମନ୍ଦିରରେ...

ଆଲୋକ ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, କେନ୍ଦୁଝରରେ ଥିଲେ…

ଭୁବନେଶ୍ୱର,୧୫।୧: ଓଡ଼ିଶା ସରକାର ବରିଷ୍ଠ ଓଏଏସ୍ ଅଧିକାରୀ ଆଲୋକ କୁମାର ପ୍ରଧାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ କରିଛନ୍ତି। ଏନେଇ...

ଟ୍ରଲରକୁ ଧକ୍କା ଦେଇ ବୁଡ଼ିଲା ବୋଟ୍‌, ୮ ଯାତ୍ରୀଙ୍କୁ ଉଦ୍ଧାର କଲେ ମତ୍ସ୍ୟଜୀବୀ

ଚାନ୍ଦବାଲି,୧୫ା୧(ଅଶୋକ ପଣ୍ଡା): ଭଦ୍ରକ ଜିଲା ଧାମରାଠାରେ ମାଛଧରା ଟ୍ରଲରକୁ ଧକ୍କା ଦେଇ ବୁଧବାର ଏକ ଯାତ୍ରୀବାହୀ ବୋଟ୍‌ ବୁଡ଼ିଯାଇଛି। ଖବରରୁ ପ୍ରକାଶ ଏକ ଯାତ୍ରୀବାହୀ ବୋଟ୍‌...

ଫେରିବ ଶୀତ, ଘନ କୁହୁଡି ପାଇଁ ଏସବୁ ଜିଲାକୁ ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୧୫।୧: ଗତ ଦୁଇ ଦିନ ମଧ୍ୟରେ କିଛି ଆରାମ ପାଇବା ପରେ ଶୀତ ପୁଣି ଓଡିଶା ଫେରିବାର ସମ୍ଭାବନା ରହିଛି। ଆସନ୍ତା ତିନିରୁ ଚାରି ଦିନ...

୩ ବ୍ୟବସାୟୀଙ୍କୁ ଲହୁଲୁହାଣ କରି ୧୫ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଉମରକୋଟ,୧୫ା୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ଥମୁନି ଲୁଟେରାଙ୍କ ଆତଙ୍କରାଜ। ସଂଘବଦ୍ଧ ଆକ୍ରମଣ କରି ୧୫ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି ଲୁଟେରା। ଦୁଇ ଦିନ ତଳେ...

ଅନାସ୍ଥା ପ୍ରସ୍ତାବ ପରେ ସାଂଘାତିକ ଅଭିଯୋଗ ଆଣିଲେ ପୌର ପରିଷଦ ଅଧ୍ୟକ୍ଷା: ସାଙ୍ଗେସାଙ୍ଗେ ଦୀପାଳୀଙ୍କୁ…

ଭୁବନେଶ୍ୱର,୧୫।୧: ବ୍ରଜରାଜନଗର ପୌର ପରିଷଦ ଅଧ୍ୟକ୍ଷା ଯାଜ୍ଞସେନୀ ଓରାମଙ୍କ ବିରୋଧରେ ଅନାସ୍ଥା ଆସିଥିବା ବେଳେ ନବୀନ ନିବାସରୁ ବିଜେଡି ନେତ୍ରୀ ଦୀପାଳି ଦାସଙ୍କୁ ଡାକରା ଆସିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri