ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର ଉମରକୋଟ ଓ ଝରିଆଁରେ ନିର୍ବାଚନ ପ୍ରଚାର ଆରମ୍ଭ କରି ଦଳର ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ବିପୁଳ ପରିମାଣର ଭୋଟଦେଇ ଜିତାଇବାକୁ ନିବେଦନ କରିଛନ୍ତି ।

ତେବେ ପ୍ରଚାର ସମୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି ପାଣ୍ଡିଆନ। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ସାଧାରଣ ଲୋକଙ୍କୁ ଏତେ ସୁବିଧା ଦେଉଛନ୍ତି ବୋଲି ବିରୋଧୀ ରାଗରେ ଜର୍ଜର ହେଉଛନ୍ତି । ତେଣୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ମିଶନ ଶକ୍ତି ଆଦି କାର୍ଯ୍ୟକ୍ରମ ବନ୍ଦ କରିବାକୁ ଷଡଯନ୍ତ୍ର କରୁଛନ୍ତି । ମା’ ମାନଙ୍କ ଦୁବାଇ ଗସ୍ତ ବନ୍ଦ କରିଦେଲେ । ପାଣ୍ଡିଆନ ଆହୁରି କହିଛନ୍ତି, କେନ୍ଦ୍ରମନ୍ତ୍ରୀ ବଡ ବଡ କଥା କହୁଛନ୍ତି । କିନ୍ତୁ ୫ ବର୍ଷ ହେଲା ଶିକ୍ଷାମନ୍ତ୍ରୀ ହେଲେଣି, ଆପଣଙ୍କ ଅଞ୍ଚଳରେ ଗୋଟିଏ ବି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲି ପାରିଲେ ନାହିଁ । ସେ ଚାହିଁଥିଲେ ନବରଙ୍ଗପୁରରେ ତିନି ଚାରିଟି କେନ୍ଦ୍ରୀୟ ବିଦ୍ୟାଳୟ କରିପାରିଥାନ୍ତେ। କିନ୍ତୁ ହୋଇପାରିଲା ନାହିଁ। ଓଡିଶା ସରକାର ୫ଟି ରେ ୮୦୦୦ରୁ ଅଧିକ ହାଇସ୍କୁଲର ରୂପାନ୍ତର କରିଛନ୍ତି ।

ଉମରକୋଟରେ ବର୍ତ୍ତମାନ ୨୧୨ କୋଟି ଟଙ୍କାର କାମ ଚାଲିଛି । ପୋଡାଗଡ ଶିବ ମନ୍ଦିର ଓ ଐତିହ୍ୟ ସ୍ଥଳ ପାଇଁ ୩ କୋଟି ଟଙ୍କାର କାମ ଚାଲିଛି । ଉମରକୋଟରେ ଡାଇଲିସିସ ସେଣ୍ଟର ଖୋଲିଛି । ୫୦ କୋଟିରେ ୫ ଟି ରାସ୍ତା କାମ ଚାଲିଛି । ଝରିଗାଁ ପାଇଁ ଡିଗ୍ରୀ କଲେଜ ମଞ୍ଜୁର ହୋଇଛି। ଚନ୍ଦାହାଣ୍ଡି ଝରିଗାଁକୁ ପାଇପ ଯୋଗେ ପିଇବା ପାଣି ଯୋଗାଇ ଦିଆଯାଉଛି । ଝରିଗାଁରୁ ମେଦେନା ରାସ୍ତା ପାଇଁ ୪୫ କୋଟି, ଉମରକୋଟ-ଚନ୍ଦାହାଣ୍ଡି ମାଲଗାଁ ରାସ୍ତା ପାଇଁ ୬୧ କୋଟି, ଭୈରଘୁମର ଜଳପ୍ରପାତ ଠାରେ ପର୍ଯ୍ୟଟନ ପାଇଁ ୩ କୋଟି ୨୫ ଲକ୍ଷ, ଚନ୍ଦନଧାରା ଜଳପ୍ରପାତରେ ପର୍ଯ୍ୟଟନର ବିକାଶ ପାଇଁ ୩ କୋଟି ୭୦ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି ବୋଲି ପାଣ୍ଡିଆନ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?