ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ବିଜ୍ଞାପନରେ ପାଣ୍ଡିଆନଙ୍କ ଫଟୋ ପାଇଁ ଖର୍ଚ୍ଚ ହୋଇଛି ଏତେ କୋଟି ଟଙ୍କା

ଭୁବନେଶ୍ୱର,୨୯ା୮: ପ୍ରଚାର ପାଇଁ ରାଜକୋଷରୁ ବିପୁଳ ଖର୍ଚ୍ଚ କରିଛନ୍ତି ପୂର୍ବ ବିଜେଡି ସରକାର। ତେବେ ୫ ବର୍ଷରେ ପ୍ରଚାର ପାଇଁ ବିଜେଡି ୪୫୨ କୋଟି ୯୬ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲା। ଏନେଇ ଗୁରୁବାର ବିଧାନସଭାରେ ଭାଜପା ବିଧାୟକ ଲକ୍ଷ୍ମଣ ବାଗ୍‌ଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ଉତ୍ତର ରଖିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ, ବିଜ୍ଞାପନରେ କେବଳ ପାଣ୍ଡିଆନଙ୍କ ଫଟୋ ପାଇଁ ୧୫ କୋଟି ୨୬ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ଯାହାକି ସରକାରୀ ଅର୍ଥକୁ ଶ୍ରାଦ୍ଧ କରାଯାଇଥିବା ଭାଜପା ଅଭିଯୋଗ କରିଛି।

ଅନ୍ୟପକ୍ଷରେ ଅପରାହ୍ନ ୪ଟା ଯାଏ ଗୃହକୁ ମୁଲତବୀ ରଖିଛନ୍ତି ବାଚସ୍ପତି ସୁରମା ପାଢ଼ୀ। ବିଜେଡିର ମୁଲତବୀ ପ୍ରସ୍ତାବ ଗ୍ରହଣ ନ ହେବାରୁ ଗୃହର ମଧ୍ୟଭାଗକୁ ଆସି ବିଜେଡି ବିଧାୟକମାନେ ହୋ-ହଲ୍ଲା କରିଥିଲେ। ଫଳରେ ବାଚସ୍ପତି ଗୃହକୁ ମଲତବୀ ରଖିଥିଲେ।

ସୂଚନାଯୋଗ୍ୟ, ନିର୍ବାଚନ ପୂର୍ବରୁ ପାଣ୍ଡିଆନ ହେଲିକପ୍ଟର ଯୋଗେ ବିଭିନ୍ନ ଜିଲା ଗସ୍ତ କରିଥିଲେ। ଏଥିଲାଗି ଅନେକ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ହେଲେ ସୂଚନା ଅଧିକାର କର୍ମୀ ଏନେଇ କେତେ ଅର୍ଥ ଖର୍ଚ୍ଚ ହୋଇଛି ବୋଲି ଆର୍‌ଟିଆଇ ଜରିଆରେ ତଥ୍ୟ ମାଗିବାରୁ ତାର ହିସାବ ଚାଲିଥିବା ସରକାର ଉତ୍ତର ରଖିଛନ୍ତି, ଯାହାକୁ ନେଇ ଏବେ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ନିକଟରେ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଏହି ଘଟଣାରେ ତଦନ୍ତ ଚାଲିଛି, କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri