ଆଜି ଅନୁଗୋଳରେ ପାଣ୍ଡିଆନଙ୍କ ରୋଡ୍‌ ଶୋ

ଅନୁଗୋଳ,୧୩ା୫(ଅମିତ କୁମାର ସାମଲ): ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋମବାର ଅନୁଗୋଳ ଜିଲାରେ ଦଳୀୟ ନିର୍ବାଚନ ପ୍ରଚାରର ମଙ୍ଗ ଧରିବେ। ଅପରାହ୍ନ ସାଢ଼େ ୩ଟାରେ ସେ ପାଲଲହଡ଼ା ନିର୍ବାଚନମଣ୍ଡଳୀରେ ପହଞ୍ଚି ସାଧାରଣ ସଭାରେ ଯୋଗଦେବେ। ପରେ ତାଳଚେରରେ ଏକ ସାଧାରଣ ସଭାସାରି ଅନୁଗୋଳ ଆସି ରୋଡ୍‌ ଶୋ’ କରିବେ। ଅନୁଗୋଳରେ ୩ରୁ ସାଢ଼େ ୩ ଘଣ୍ଟାର ରୋଡ୍‌ ଶୋ’ ରହିଥିବା ବିଜେଡିର ସହ ପର୍ଯ୍ୟବେକ୍ଷକ କୁନ ବିହାରୀ ଦାସ ସୂଚନା ଦେଇଛନ୍ତି। ସେହିପରି ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ତଥା ସମ୍ବଲପୁର ଏମ୍‌ପି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଆଠମଲ୍ଲିକ ଓ ଛେଣ୍ଡିପଦା ନିର୍ବାଚନମଣ୍ଡଳୀରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି।
୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା ପାଣ୍ଡିଆନ ଅପରାହ୍ନ ସାଢ଼େ ୩ଟାରେ ପାଲଲହଡ଼ା ନିର୍ବାଚନମଣ୍ଡଳୀର ରେଙ୍ଗାଳି ପଡ଼ିଆରେ ପହଞ୍ଚତ୍ବେ। ସେଠାରେ ସେ ସାଧାରଣ ସଭାରେ ଉଦ୍‌ବୋଧନ ଦେବା ସହ ବିଜେଡି ବିଧାୟକ ପ୍ରାର୍ଥୀ ଓ ଏମ୍‌ପି ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିବେ। ପରେ ତାଳଚେର ନିର୍ବାଚନମଣ୍ଡଳୀର ହାଣ୍ଡିଧୁଆଠାରେ ଅପରାହ୍ନ ସାଢ଼େ ୪ଟାରେ ପହଞ୍ଚତ୍ ସାଧାରଣ ସଭାରେ ଯୋଗଦେଇ ବିଧାୟକ ପ୍ରାର୍ଥୀ ଓ ଏମ୍‌ପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ। ସେଠାରୁ କାର୍ଯ୍ୟକ୍ରମ ସାରି ଅନୁଗୋଳ ନିର୍ବାଚନମଣ୍ଡଳୀରେ ସାଢ଼େ ୫ଟାରେ ପହଞ୍ଚତ୍ବେ। କିଛି ସମୟର ବିଶ୍ରାମ ପରେ ରେଭିନ୍ୟୁ କଲୋନୀ ନିକଟରୁ ରୋଡ୍‌ ଶୋ’ରେ ବାହାରି ଅଗ୍ନିଶମ ବିଭାଗ ଛକ, ଅମଲାପଡ଼ା ମୋହନ ସାହୁ ଛକ, ବାଳିକା ଉଚ୍ଚ ବିଦ୍ୟାଳୟ, ପୁରୁଣା ବସ୍‌ଷ୍ଟାଣ୍ଡ, ରାଜା ଛକ, ମେଡିକାଲ ଛକ, ବଜାର ଛକ, ହରିମହୁରି ଛକ, ହୁଲୁରିସିଂହା ଛକ, ଘନ ସାହୁ ଛକ, ହେମସୁରପଡ଼ା ଛକ, ଡିଆଇସି ଛକ, ରାଜା ଛକ ଦେଇ ଥାନା ଛକ ଯାଏ ଯିବେ। ଅନୁଗୋଳରେ ରାତ୍ରୀ ଯାପନ କରି ମଙ୍ଗଳବାର ସକାଳେ ସଭାଘର ଠାରେ ଏକ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି। ପାଣ୍ଡିଆନଙ୍କ ଗସ୍ତ କାର୍ଯ୍ୟକ୍ରମକୁ ନେଇ ଜିଲା ବିଜେଡି କ୍ୟାମ୍ପରେ ଘନ ଘନ ବୈଠକ ବସୁଥିବା ବେଳେ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଜିଲାରେ ମୋଟ ୩୦ ଜଣ ଅଧିକାରୀଙ୍କ ସହ ୧୦ ପ୍ଲାଟୁନ୍‌ ଫୋର୍ସ ବ୍ୟବସ୍ଥା କରାଯାଇଥିବା ଜିଲା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri