Posted inଖେଳ

କେକେଆର୍‌ଠାରୁ ଅଲଗା ହେଲେ ମୁଖ୍ୟ କୋଚ୍‌: ଜାଣନ୍ତୁ ଏହାର କାରଣ…

କୋଲକାତା,୨୯ା୭: ଚଳିତବର୍ଷ ଆଇପିଏଲ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଓ ଦଳର ମୁଖ୍ୟ କୋଚ୍‌ ଚନ୍ଦ୍ରକାନ୍ତ ପଣ୍ଡିତ ମଙ୍ଗଳବାର ଅଲଗା ହୋଇଛନ୍ତି। ଏ ନେଇ କେକେଆର୍‌ ପକ୍ଷରୁ ଘୋଷଣା କରାଯାଇଛି। ଚନ୍ଦ୍ରକାନ୍ତ ଗତ ଦୁଇ ବର୍ଷ ଧରି କେକେଆର୍‌ ମୁଖ୍ୟ କୋଚ୍‌ ଥିଲେ। ତାଙ୍କ ମାର୍ଗଦର୍ଶନରେ କେକେଆର୍‌ ୨୦୨୪ରେ ତୃତୀୟ ଥର ପାଇଁ ଆଇପିଏଲ୍‌ ଟ୍ରଫି ଉଠାଇଥିଲା। ହେଲେ ଚଳିତବର୍ଷ ୨୦୨୫ ସଂସ୍କରଣରେ ଦଳ ଅଷ୍ଟମ ସ୍ଥାନରେ ଅଭିଯାନ ଶେଷ କରିଥିଲା, ଯାହାକି ଫ୍ରାଞ୍ଚାଇଜର ଇତିହାସରେ ସର୍ବନିମ୍ନ ପୋଜିଶନ ଥିଲା।

ପଣ୍ଡିତ ନୂଆ ସୁଯୋଗ ଖୋଜିବାକୁ ଏବଂ କେକେଆର୍‌ ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ନ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ୨୦୨୪ରେ ଆଇପିଏଲ୍‌ ଚାମ୍ପିୟନଶିପ୍‌ ଜିତିବା ଓ ଏକ ଶକ୍ତିଶାଳୀ ଦଳ ଗଠନରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ କାରଣରୁ ଆମେ କୃତଜ୍ଞ। ତାଙ୍କର ନେତୃତ୍ୱ ଓ ଶୃଙ୍ଖଳାର ପ୍ରଭାବ ଦଳ ଉପରେ ସର୍ବଦା ରହିବ। ଆମେ ତାଙ୍କ ଭବିଷ୍ୟତ ଲାଗି ଶୁଭେଚ୍ଛା ଦେଉଛୁ ବୋଲି କେକେଆର୍‌ ପକ୍ଷରୁ ଏକ୍ସ’ରେ ପୋଷ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ଏହି ଦେଶରେ ହେବନାହିଁ ଆଇପିଏଲ୍‌ ପ୍ରସାରଣ, କାହିଁକି ଜାଣନ୍ତୁ…

ଢାକା,୩୧ା୩: ଭାରତର ପ୍ରସାରଣକାରୀ ସଂସ୍ଥା ଜିଓଷ୍ଟାର ବାଂଲାଦେଶରେ ଚଳିତ ବର୍ଷର ଆଇପିଏଲ୍‌ ପ୍ରସାରଣ ଚୁକ୍ତିକୁ ବରଖାସ୍ତ କରିଛି। ସ୍ଥାନୀୟ ସାଥି କମ୍ପାନୀ ପାଉଣା ଦେବାରେ ବିଫଳ ହୋଇଥିବାରୁ…

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri