‘ପଣ୍ଡିତ ରଘୁନାଥ ମୁର୍ମୁଙ୍କ ବ୍ୟାକରଣ, ଧର୍ମଶାସ୍ତ୍ର ଶିକ୍ଷାଦାନ ଅତୁଳନୀୟ’

ମହାକାଳପଡ଼ା,୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଆଦିବାସୀ ଅଧ୍ୟୁଷିତ ଗାଁ ଲୁଣିମାଠିଆ ଆଦିବାସୀ ଖେଳପଡ଼ିଆଠାରେ ପଣ୍ତିତ ରଘୁନାଥ ମୁର୍ମୁଙ୍କ ୧୨୧ ବାର୍ଷିକ ଉତ୍ସବ ବୈଶାଖ ପୂର୍ଣ୍ଣିମାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପଣ୍ତିତ ରଘୁନାଥ ମୁର୍ମୁ ସାଓ୍ବନ୍ତା ସୁସାର ସେମେ ଲେଦ ଲୁଣି ମାଠିଆ କେନ୍ଦ୍ରାପଡ଼ା ଜିଲାସ୍ତରୀୟ କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ମହାନ ସାନ୍ତାଳୀ ଭାଷାର ସ୍ରଷ୍ଟା ପଣ୍ତିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ ପୂଜାର୍ଚ୍ଚନା କରିଥିଲେ। ଏଥିରେ ମୁଖ୍ୟ ଅତିଥି ଭାବେ ମାର୍ଶାଘାଇ ବିଦ୍ୟୁତ୍‌ ବିଭାଗ ସହକାରୀ ଯନ୍ତ୍ରୀ ସୀତାରାମ ବେଶ୍ରା ଯୋଗ ଦେଇ ପଣ୍ଡିତଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ। ୧୯୦୫ ମସିହାରେ ପବିତ୍ର ବୈଶାଖ ପୂର୍ଣ୍ଣିମା ତିଥିରେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଉପଖଣ୍ଡ ଡାଣ୍ଡଭୁସ ଗ୍ରାମର ନନ୍ଦଳାଲ ମୁର୍ମୁ ଓ ସଲମା ମୁର୍ମୁଙ୍କ କୋଳ ମଣ୍ଡନ କରିଥିଲେ। ପରେ ପଣ୍ତିତଙ୍କ ସାଧନା ଯୋଗୁ ସାନ୍ତାଳୀ ଭାଷାର ସ୍ରଷ୍ଟା ଅଲଚିକ ଲିପି ଉପରେ ଗବେଷଣାତ୍ମକ ଜାରି ରଖିଥିଲେ। ପରେ ୧୯୨୫ରେ ସାନ୍ତାଳୀ ଭାଷାର ଅଲଚିକ ଲିପି ପ୍ରଚଳନ ହୋଇଥିଲା।

ବିଶେଷ କରି ବ୍ୟାକରଣ, ଧର୍ମଗ୍ରନ୍ଥ, ହିତାଲ ଶିକ୍ଷାଦାନ କରିଥିଲେ ବୋଲି ଉପସ୍ଥିତ ଅତିଥିମାନେ ମତବ୍ୟକ୍ତ କରିଥିଲେ। ଏହି ୧୨୧ ତମ ଜନ୍ମ ଜୟନ୍ତୀରେ ସୁନାକର ମାଝୀଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ସଭାରେ ପ୍ରସନ୍ନ କୁମାର ବେହେରା, ମୁଖ୍ୟବକ୍ତା ଭାବେ ସହକାରୀ ଶିକ୍ଷକ ଦୁଃଖୁ ମାରାଣ୍ଡି, ପନ୍ଦର ମାଇଲ ଗ୍ରାମର ବରିଷ୍ଠ ମୁରବୀ ଗୁନାରାମ ହେମ୍ବ୍ରମ , ଉମେଶ କିଷ୍କୁ , ଜଟାଧର ମାରାଣ୍ଡିଙ୍କ ସମେତ ଓ୍ବାର୍ଡ ସଭ୍ୟା ମଧୁ ବାସ୍କେ, ଠାକୁର ହେମ୍ରମ, ମନମୋହନ ମୁର୍ମୁ , ପାଣ୍ଡବ ହେମ୍ରମ, ଭଦ୍ରସେନ ହେମ୍ରମ, ବାଲକ ରାମ ମୁର୍ମୁ, ସୁରେଶ ମାଝୀ, ଭଜ ମୋହନ ମାଝୀ, ପାର୍ବତୀ କିସ୍କୁ, ସଲମା ହାଁସଦାଙ୍କ ସମେତ ଛାତ୍ରୀମାନଙ୍କ ଦ୍ୱାରା ସାନ୍ତାଳୀ ଭାଷାର ନୃତ୍ୟ ସଙ୍ଗୀତ ଗାନ କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କ ଏକମାତ୍ର ଭରସା ଥିଲେ ସୁମିତ, ଛଡ଼ାଇନେଲା ତୁମ୍ବେଶ୍ୱର ଘାଟ: ଗଣେଶ ଭସାଣି ବେଳେ ଋଷିକୁଲ୍ୟାରେ ଭାସିଗଲେ ଛାତ୍ର

ପୁରୁଷୋତ୍ତମପୁର, ୧୮/୯ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟ ଋଷିକୁଲ୍ୟା ନଦୀର ତୁମ୍ବେଶ୍ୱର ଘାଟରେ ଶୁକ୍ରବାର ଅଘଟଣ ଘଟିଛି। ଗଣେଶ…

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ…

ଜୈବ ବିବିଧତା ସୁରକ୍ଷା ନେଇ…

ଭଞ୍ଜନଗର, ୧୮/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଶୁକ୍ରବାର ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କୁ ସ୍ୱାଗତ…

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ…

ବ୍ୟାଙ୍କର ୩ ସ୍କାଏଲାଇଟ୍‌ ଭାଙ୍ଗି ପଶିଥିଲେ: ୪ ଗିରଫ

କେସିଙ୍ଗା, ୧୮।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ଗିଗିନା ଗ୍ରାମରେ ଥିବା କାନାରା ବ୍ୟାଙ୍କ ଶାଖାରୁ ଚୋରି ଅଭିଯୋଗରେ ୪ ଜଣଙ୍କୁ ପୋଲିସ…

କେସିଙ୍ଗା ବ୍ଲକରେ ନୂତନ ଯୋଗାଣ ଅଧିକାରୀ: ଦୀର୍ଘଦିନ ପରେ ପୂରଣ ହେଲା ଖାଲି ପଦବୀ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦୀର୍ଘଦିନ ଧରି ଯୋଗାଣ ଅଧିକାରୀ ପଦବୀ ଖାଲି ରହିଥିଲା। ଫଳରେ ରାସନ କାର୍ଡରେ ନାମ ଯୋଡ଼ିବା…

IPL 2027 ନିଲାମ ପୂର୍ବରୁ ୧୧ ବଡ଼ ବ୍ୟାଟରଙ୍କୁ ରିଲିଜ କରାଯିବ! ଲିଷ୍ଟ ଦେଖିଲେ ମୁଣ୍ଡରେ ହାତ ଦେବେ

ନୂଆଦିଲ୍ଲୀ,୧୮।୯: ସମସ୍ତ ଦଳ ଇଣ୍ଡିଆନ ପ୍ରିମିୟର ଲିଗ (IPL)ର ୨୦ତମ ସିଜିନଅର୍ଥାତ IPL 2027 ପାଇଁ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ଯଦିଓ ଏହି ଟୁର୍ଣ୍ଣାମେଣ୍ଟ ଆସନ୍ତା ବର୍ଷ…

୨୧ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଜୟପୁର,୧୭ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରଠାରେ ଏମ୍‌ଡିଆର ବିଲ୍‌ ପ୍ରତ୍ୟାହାର ଦାବିରେ ଏମ୍‌ପି, ବିଧାୟକ କଂଗ୍ରେସ ନେତା ଓ କର୍ମୀଙ୍କୁ ନେଇ ଜିଲା କଂଗ୍ରେସ କମିଟି ଆହ୍ବାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?