Posted inଜାତୀୟ

ପରଲୋକରେ ପ୍ରସିଦ୍ଧ ସନ୍ତୁର ବାଦକ

ନୂଆଦିଲ୍ଲୀ,୧୦।୫: ଲୋକପ୍ରିୟ ଭାରତୀୟ ସଙ୍ଗୀତଜ୍ଞ ତଥା ସନ୍ତୁର ବାଦକ ପଣ୍ଡିତ ଶିବକୁମାର ଶର୍ମାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ବର୍ଷ ହୋଇଥିବା ବେଳେ ମୁମ୍ବାଇରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗତ ୬ମାସରୁ ସେ କିଡନୀ ରୋଗରେ ଆକ୍ରାନ୍ତ ଥିବା ବେଳେ ତାଙ୍କର ଡାଏଲିସିସ୍‌ ଚାଲିଥିଲା। ତେବେ ମଙ୍ଗଳବାର ହୃଦ୍‌ଘାତ ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତାଙ୍କ ବିୟୋଗରେ ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଥିବା ବେଳେ ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତର ଏକ ଅପୂରଣୀୟ କ୍ଷତି ହୋଇଛି। ତାଙ୍କ ବିୟୋଗରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଟୁଇଟ କରି ଶୋକ ପ୍ରକାଶ କରିବା ସହ ାଙ୍କ ପରିବାର ବର୍ଗ ଓ ଶିଷ୍ୟମାନଙ୍କୁ ସମବେଦନା ଜଣାଇଛନ୍ତି। ଏଥିସହ ତାଙ୍କର ଅମର ଆତ୍ମାର ସଦ୍‌ଗତି ପାଇଁ ମୁଖ୍ୟମନ୍ତ୍ରୀ ପ୍ରାର୍ଥନା କରିଛନ୍ତି। ସୂଚନାଯୋଗ୍ୟ, ୧୯୩୮ରେ ଜମ୍ମୁ-କଶ୍ମୀରରେ ପଣ୍ଡିତ ଶିବକୁମାର ଜନ୍ମଗ୍ରହଣ କରିଥିଲେ। ମାତ୍ର ୧୫ବର୍ଷ ବୟସରେ ସେ ଜମ୍ମୁରେ ଏକ ରେଡିଓ ଷ୍ଟେସନରେ ପ୍ରସାରକ ଭାବେ ଚାକିରି ଆରମ୍ଭ କରିଥିଲେ। ତାଙ୍କର ନିଆରା ଅନ୍ଦାଜ ପାଇଁ ଭାରତୀୟ ସଙ୍ଗୀତକୁ ଅନ୍ତର୍ଜାତୀୟ ସ୍ତରରେ ଏକ ସ୍ବତନ୍ତ୍ର ପରିଚୟ ମିଳିପାରିଥିଲା। କଳା ଓ ସଙ୍ଗୀତ ଜଗତରେ ତାଙ୍କରୁ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ପାଇଁ ଭାରତ ସରକାର ଶିବକୁମାରଙ୍କୁ ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନିତ କରିଥିଲେ। ଫିଲ୍ମ ଜଗତରେ ମଧ୍ୟ ପଣ୍ଡିତ ଶିବ କୁମାରଙ୍କ ଅନେକ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରହିଛି। ବଲିଉଡ୍‌ରେ ‘ଶିବ-ହରି’(ଶିବକୁମାର ଶର୍ମା ଓ ହରି ପ୍ରସାଦ ଚୌରାସିଆ)ଙ୍କ ଯୋଡି ଅନେକ ସୁପରହିଟ ଗୀତଗୁଡ଼ିକରେ ସଙ୍ଗୀତ ଦେଇଛନ୍ତି। ଫିଲ୍ମ ଚାନ୍ଦିନୀର ପପୁଲାର ଗୀତ ‘ ମେରେ ହାଥୋ ମେଁ ନୋ ନୋ ଚୁଡିଆଁ’ରେ ବି ଏହି ସୁପରହିଟ ଯୋଡି ନିଜର ସଙ୍ଗୀତ ଦେଇଥିଲେ। ସେହିପରି ଫିଲ୍ମ ସିଲ୍‌ସିଲା ଓ ଲମ୍‌ହେ ଭଳି ଅନେକ ଫିଲ୍ମରେ ମଧ୍ୟ ସେ ସଙ୍ଗୀତ ଦାନ କରିଛନ୍ତି। ସୂଚନା ମୁତାବକ, ଆସନ୍ତା ମେ’ ୧୫ରେ ଏକ କାର୍ଯ୍ୟକ୍ରମରେ ଶିବକୁମାର ଯୋଗଦେବାର ଥିଲା। ଏଥିରେ ସେ ହରି ପ୍ରସାଦ ଚୌରାସିଆଙ୍କ ସହ ପ୍ରଦର୍ଶନ କରିବାର ଥିଲା। ହେଲେ ବିଡମ୍ବନାର ବିଷୟ ଯେ, ଏହା ପୂର୍ବରୁ ଶିବକୁମାର ସମସ୍ତଙ୍କଠାରୁ ଶେଷ ବିଦାୟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri