‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ଅନାବରଣ ହୋଇଛି। ଏହି ଉପଲକ୍ଷେ ବିଦ୍ୟାଳୟ ପରିସରରେ ସହକାରୀ ଶିକ୍ଷକ ଚନ୍ଦ୍ରଶେଖର ବାଡ଼ତ୍ୟାଙ୍କ ସଂଯୋଜନାରେ ଛାତ୍ରୀଛାତ୍ରଙ୍କ ଦ୍ୱାରା ପ୍ରାରମ୍ଭିକ ସଙ୍ଗୀତ ଗାନ ପରେ ଆୟୋଜିତ ସଭାରେ ପ୍ରଧାନଶିକ୍ଷକ ଏମ୍‌. ସତ୍ୟନାରାୟଣ ଦୋରା ଅଧ୍ୟକ୍ଷତା କରିଥିଲେ। ସିଦ୍ଧେଶ୍ୱର ନୋଡାଲ ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଅଶୋକ କୁମାର ଶତପଥୀ ପ୍ରତିମୂର୍ତ୍ତିକୁ ଉଦ୍‌ଘାଟନ କରିଥିବା ବେଳେ ମୁଖ୍ୟ ଅତିଥି ଅବସରପ୍ରାପ୍ତ ଶିକ୍ଷକ ମୁରଲୀଧର ସ୍ବାଇଁ, ସମ୍ମାନିତ ଅତିଥି ଭାବେ ଖବରଦାତା ଦିଗାମ୍ବର ମହାରଣା ଓ ମୁଖ୍ୟବକ୍ତା ଭାବେ ବାଦୁଆ ଗ୍ରାମ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବାବୁ ପ୍ରଧାନ ଯୋଗ ଦେଇ ପୁଣ୍ୟାତ୍ମା ଗୋପବନ୍ଧୁଙ୍କ ତ୍ୟାଗପୁତ ଆଦର୍ଶ ଜୀବନ ସମ୍ପର୍କରେ ଉଦ୍‌ବୋଧନ ଦେଇଥିଲେ। ସେ ଜଣେ ସ୍ବାଧୀନତା ସଂଗ୍ରାମୀ ଦେଶସେବକ, ସୁସାହିତିକ୍ୟ ଭାବେ ଓଡ଼ିଶାର ପ୍ରତ୍ୟେକ ବ୍ୟକ୍ତି ବିଶେଷଙ୍କ ହୃଦୟର ମଣି ଭାବେ ରହିଛନ୍ତି ବୋଲି ସଭାରେ ମତପ୍ରକାଶ ପାଇଥିଲା। ବିଦ୍ୟାଳୟର ସହକାରୀ ଶିକ୍ଷକ ବଳରାମ ବେହେରା, ମୁକୁନ୍ଦ ରଇତ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶ୍ୟାମା ରେଡ୍ଡୀ, ପୂର୍ବତନ ସଭାପତି ସନ୍ତୋଷ ନାହାକ, କେ. କାଳିନ୍ଦୀ ଚନ୍ଦ୍ର ରେଡ୍ଡୀଙ୍କ ସମେତ ବହୁ ସଂଖ୍ୟକ ଅଭିଭାବକ ଏବଂ ସମସ୍ତ ଛାତ୍ରୀଛାତ୍ର ବୃନ୍ଦ ଉପସ୍ଥିତ ଥିଲେ। ଶେଷରେ ଛାତ୍ରୀଛାତ୍ର ଦଳଗତ ନୃତ୍ୟ ପରିବେଷଣ କରିଥିଲେ। ଶିକ୍ଷୟିତ୍ରୀ ମହାଲକ୍ଷ୍ମୀ ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri