Posted inଖେଳ

ବଡ଼ ଉପଲବ୍ଧି ହାସଲ କଲେ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୨: ଟି-୨୦ ବିଶ୍ୱକପ ୨୦୨୨ ଶେଷ ହେବା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ଏପର୍ଯ୍ୟନ୍ତ ଭାରତୀୟ ଦଳକୁ ଏହି ଫର୍ମାଟରେ ୩ଟି ସିରିଜରେ ଅଧିନାୟକତ୍ୱ କରିଛନ୍ତି ଏବଂ ଦଳ ୩ଟି ଯାକ ଜିତିଛି। ଏହି ସମୟ ମଧ୍ୟରେ ହାର୍ଦ୍ଦିକ ଉଭୟ ବ୍ୟାଟ ଏବଂ ବଲ ସହିତ ଚମତ୍କାର ପ୍ରଦର୍ଶନ କରି ଦଳର ବିଜୟରେ ଉଲ୍ଲେଖନୀୟ ଅବଦାନ ଦେଇଛନ୍ତି।

ନ୍ୟୁଜିଲାଣ୍ଡ ବିପକ୍ଷରେ ଶେଷ ହୋଇଥିବା ସିରିଜରେ ହାର୍ଦ୍ଦିକଙ୍କୁ ପ୍ଲେୟାର ଅଫ ଦି ସିରିଜ ଆଖ୍ୟା ଦିଆଯାଇଛି। ଏହି ସିରିଜରେ ବ୍ୟାଟିଂରେ ହାର୍ଦ୍ଦିକ ୬୬ ରନ ସଂଗ୍ରହ କରିଥିବା ବେଳେ ବୋଲିଂରେ ମୋଟ ୫ ଉଇକେଟ ନେଇଥିଲେ। ଏଥି ସହିତ ହାର୍ଦ୍ଦିକଙ୍କ ନାମରେ ଆଉ ଏକ ରେକର୍ଡ ଯୋଡି ହୋଇଛି। ଟି-୨୦ ଫର୍ମାଟରେ ୪ ହଜାରରୁ ଅଧିକ ରନ ଏବଂ ୧୦୦ରୁ ଅଧିକ ଉଇକେଟ ନେଇଥିବା ପ୍ରଥମ ଭାରତୀୟ ଖେଳାଳି ହୋଇଛନ୍ତି।

ଆଇପିଏଲରେ ନିଜର ଚମତ୍କାର ପ୍ରଦର୍ଶନ ଆଧାରରେ ଭାରତୀୟ ଦଳରେ ସ୍ଥାନ ପାଇଥିବା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ବର୍ତ୍ତମାନ ବିଶ୍ୱ କ୍ରିକେଟର ସବୁଠାରୁ ବିପଜ୍ଜନକ ଖେଳାଳି ଭାବେ ଗଣାଯାଉଛି। ଆଇପିଏଲ ୨୦୨୨ ସିଜନରେ ନିଜକୁ ଅଧିନାୟକ ଭାବରେ ଦର୍ଶାଇ ହାର୍ଦ୍ଦିକ ଗୁଜରାଟ ଟାଇଟାନ୍ସକୁ ତାଙ୍କର ପ୍ରଥମ ଆଇପିଏଲ ସିଜନରେ ବିଜେତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?