Posted inଖେଳ

ପାଣ୍ଡ୍ୟାଙ୍କ ହାତରୁ ଯାଇପାରେ ଅଧିନାୟକ ପଦ: ରୋହିତଙ୍କ ସହ କଥା ହେଲେ ଆକାଶ ଅମ୍ବାନୀ

ହାଇଦ୍ରାବାଦ,୨୮।୩: ସନରାଇଜର୍ସ ହାଇଦ୍ରାବାଦ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି ମ୍ୟାଚରେ ଆଇପିଏଲ ଇତିହାସରେ ହାଇଦ୍ରାବାଦ ସବୁଠୁ ବଡ଼ ସ୍କୋର କରିଥିଲା। ମୁମ୍ବାଇ ଦଳ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଖେଳୁଥିଲେ। ଦଳର ପରାଜୟ ପରେ ସୋସିଆଲ ମିଡିଆରେ ତାଙ୍କୁ ବହୁତ ସମାଲୋଚନା କରାଯାଇଥିଲା। ମ୍ୟାଚ ପରେ ଆକାଶ ଅମ୍ବାନୀ ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କ ସହ କଥାବାର୍ତ୍ତା ହୋଇଥିବା ଦେଖିବାକୁ ମିଳିଥିଲା। ସୋସିଆଲ ମିଡିଆରେ ରୋହିତ ଏବଂ ଆକାଶଙ୍କ ଫଟୋ ଭାଇରାଲ ହେବାରେ ଲାଗିଛି।
ମୁମ୍ବାଇ ଇଣ୍ଡିଆନ୍ସ ଏହି ସିଜିନ୍‌ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଥିଲା। ସେ ରୋହିତଙ୍କୁ ଅଧିନାୟକତ୍ୱରୁ ହଟାଇ ଦେଇଥିଲେ। ଏହି ଦାୟିତ୍ୱ ତାଙ୍କ ସ୍ଥାନରେ ପାଣ୍ଡ୍ୟାଙ୍କୁ ଦିଆଯାଇଥିଲା। କିନ୍ତୁ ହାଇଦ୍ରାବାଦ ବିପକ୍ଷରେ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱ ଅତ୍ୟନ୍ତ ଖରାପ ଥିଲା। ଅନେକ ପୂର୍ବତନ କ୍ରିକେଟର ମଧ୍ୟ ତାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇଛନ୍ତି। ମ୍ୟାଚ ପରେ ଆକାଶ ଏବଂ ରୋହିତଙ୍କ ମଧ୍ୟରେ କଥାବାର୍ତ୍ତା ହୋଇଥିଲା। ଏହାର ଫଟୋ ସୋସିଆଲ ମିଡିଆରେ ଶେୟାର କରାଯାଇଛି ଏବଂ ରୋହିତ ପୁଣିଥରେ ଅଧିନାୟକତ୍ୱ ପାଇପାରନ୍ତି ବୋଲି ଅନୁମାନ କରାଯାଉଛି।
ପ୍ରଥମେ ବ୍ୟାଟିଂ କରି ହାଇଦ୍ରାବାଦ ୨୭୭ ରନ ସଂଗ୍ରହ କରିଥିଲା।ହାଇଦ୍ରାବାଦ ଦେଇଥିବା ଟାର୍ଗେଟକୁ ପିଛା କରି ମୁମ୍ବାଇ ୨୪୬ ରନ ସ୍କୋର କରିଥିଲା। ଏଥିପାଇଁ ତିଲକ ବର୍ମା ୬୪ ରନର ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ...

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri