ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୨୦ ଓଭରରେ ୬ ଉଇକେଟ ହରାଇ ୧୭୫ ରନ୍‌ କରିଥିଲା। ୧୭୬ ରନ୍‌ର ଟାର୍ଗେଟ୍‌କୁ ପିଛାକରି ଦକ୍ଷିଣ ଆଫ୍ରିକା ସାଙ୍ଘାତିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୭୪ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ତେବେ ମ୍ୟାଚ୍‌ରେ ଏକ ଅଘଟଣା ଘଟିଥିଲା।

ମ୍ୟାଚ ଆରମ୍ଭ ହେବା ପୂର୍ବରୁ ଖେଳାଳିମାନେ ଅଭ୍ୟାସ କରୁଥିଲେ । କୃକ ଟାଓ୍ବାର୍‌ ପାର୍ଶ୍ୱ ବାଉଣ୍ଡାରୀ ପାଖରେ ଭାରତୀୟ ଅଲରାଉଣ୍ଡର ପାଣ୍ଡ୍ୟା ବ୍ୟାଟିଂ ଅଭ୍ୟାସ କରୁଥିଲେ। ନେଟ୍ସକୁ ପୁଲ ସଟ ଖେଳୁଥିବା ବେଳେ ହଠାତ୍‌ ତାଙ୍କର ଏକ ସଟ ଜାଲ ଟପି ବିସିସିଆଇ ବକ୍ସରେ ବସିଥିବା ଜଣେ ଦର୍ଶକଙ୍କ ମୁହଁରେ ବାଜିଥିଲା । ଏହାପରେ ତୁରନ୍ତ ପାଣ୍ଡ୍ୟା ଅଭ୍ୟାସ ବନ୍ଦ ବନ୍ଦ କରି ପ୍ରଶଂସକଙ୍କ ପାଖକୁ ଦୌଡ଼ି ଆସିଥିଲେ। ସେ ଠିକ ଅଛତି କି ନାହିଁ ପଚାରି ବୁଝିଥିଲେ। ପରେ ଉକ୍ତ ଆହତ ପ୍ରଶଂସକଙ୍କୁ ଚିକିତ୍ସା ପାଇଁ ନିଆଯାଇଥିଲା।

ଭାରତ ବିଜୟର ମୁଖ୍ୟ ନାୟକ ଥିଲେ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ଆହତରୁ ଫେରି ସେ ମାତ୍ର ୨୮ ବଲରେ ୫୯ ରନର ବିସ୍ଫୋରକ ଇନିଂସ ଖେଳି ଦଳକୁ ୧୭୫ ରନରେ ପହଞ୍ଚାଇଥିଲେ ଏବଂ ପରେ ଗୁରୁତ୍ୱପୂର୍ଣ୍ଣ ଡେଭିଡ ମିଲରଙ୍କ ଉଇକେଟ ନେଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?