ସଂରକ୍ଷଣ ପାଇଁ ପ୍ୟାନେଲ

ଭୁବନେଶ୍ୱର,୮।୧(ବ୍ୟୁରୋ): ସରକାରୀ ହାଇସ୍କୁଲରେ ପାଠ ପଢୁଥିବା ଛାତ୍ରୀଛାତ୍ରଙ୍କୁ ଇଞ୍ଜିନିୟରିଂ ଏବଂ ମେଡିକାଲ କଲେଜରେ ନାମ ଲେଖାଇବା ପାଇଁ ସ୍ଥାନ ସଂରକ୍ଷଣ ସକାଶେ ଗୁରୁବାର ଏ ନେଇ ରାଜ୍ୟ ସରକାର ଏକ ହାଇ ପାଓ୍ବାର କମିଟି ଗଠନ କରିଛନ୍ତି। ଏହି କମିଟି ରାଜ୍ୟରେ ଇଞ୍ଜିନିିୟରିଂ ଓ ମେଡିକାଲ କଲେଜରେ କେତେ ପ୍ରତିଶତ ସ୍ଥାନ ସଂରକ୍ଷଣ ରହିବ ସେ ନେଇ ସରକାରଙ୍କୁ ସୁପାରିସ କରିବ।
ଓଡ଼ିଶା ହାଇକୋର୍ଟ ଅବସରପ୍ରାପ୍ତ ବିଚାରପତି ଏ.କେ. ମିଶ୍ରଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠନ କରାଯାଇଛି। କମିଟିରେ ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଅଶୋକ କୁମାର ଦାସ ସଦସ୍ୟ ଅଛନ୍ତି। ସେହିପରି ମେଡିକାଲ ଶିକ୍ଷା ଓ ତାଲିମ ନିର୍ଦ୍ଦେଶକ ସି.ବି.କେ. ମହାନ୍ତି, ଉଚ୍ଚ ଶିକ୍ଷା ପରିଷଦ ଅଧ୍ୟକ୍ଷ ବି.ଏସ. ପୁନିଆ, ବୈଷୟିକ ଶିକ୍ଷା ଓ ତାଲିମ ନିର୍ଦ୍ଦେଶକ ଜି. ରେଘୁ କମିଟିର ସଦସ୍ୟ ଥିବା ବେଳେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ଯୁଗ୍ମ ସଚିବ ଏ.କେ. ନାୟକଙ୍କୁ ମେମ୍ବର କନ୍‌ଭେନର ଭାବେ ମନୋନୀତ କରାଯାଇଛି।
ସୂଚନାଯୋଗ୍ୟ, ସରକାରୀ ହାଇସ୍କୁଲର ମେଧାବୀ ଛାତ୍ରୀଛାତ୍ରଙ୍କୁ ମେଡିକାଲ ଓ ଇଞ୍ଜିନିୟରିଂ ପାଠପଢ଼ା ପାଇଁ ପ୍ରୋତ୍ସାହିତ କରିବା ଲାଗି ସଂରକ୍ଷଣ ବ୍ୟବସ୍ଥା କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଘୋଷଣା କରିବା ପରେ ୨୦୨୦ ଡିସେମ୍ବର ୧୨ରେ ରାଜ୍ୟ କ୍ୟାବିନେଟ୍‌ରେ ଏହାକୁ ଅନୁମୋଦନ କରାଯାଇଛି। ସରକାରୀ ସ୍କୁଲରେ ବେଳକୁବେଳ ଛାତ୍ରୀଛାତ୍ରଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଗୁଣାତ୍ମକ ଶିକ୍ଷା ମିଳୁ ନ ଥିବାରୁ ଏହି ସ୍କୁଲରୁ ଅଭିଭାବକମାନେ ମୁହଁ ଫେରାଇ ନେଉଛନ୍ତି। ଏଠାରେ ପାଠ ପଢୁଥିବା ଛାତ୍ରୀଛାତ୍ର ସର୍ବଭାରତୀୟ ପ୍ରବେଶିକା ପରୀକ୍ଷାରେ ମଧ୍ୟ ଆଶାନୁରୂପ ସଫଳତା ପାଇ ପାରୁନାହାନ୍ତି। ଏହି ସ୍କୁଲଗୁଡ଼ିକରେ ପାଠ ପଢୁଥିବା ମେଧାବୀ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଆତ୍ମବିଶ୍ୱାସ ବଢ଼ାଇବା ଏବଂ ଅସମତାକୁ ଦୂର କରିବା ଲାଗି ଡାକ୍ତରୀ ଏବଂ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖା ପାଇଁ ସଂରକ୍ଷଣ ବ୍ୟବସ୍ଥା ରହିବ। ଏହି ସଙ୍କଳ୍ପ କ୍ୟାବିନେଟ୍‌ରେ ପାରିତ ହେବା ପରେ ଏହାକୁ ଚୂଡ଼ାନ୍ତ ରୂପ ଦେବା ପାଇଁ ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚ କ୍ଷମତାସମ୍ପନ୍ନ କମିଟି ଗଠନ କରିବାକୁ ଘୋଷଣା କରାଯାଇଥିଲା। ଏହି କମିଟି ୩ ମାସ ମଧ୍ୟରେ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବ। କମିଟିର ସୁପାରିସକୁ ଆଗାମୀ ଶିକ୍ଷାବର୍ଷ ଠାରୁ କାର୍ଯ୍ୟକାରୀ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri