ସଂରକ୍ଷଣ ପାଇଁ ପ୍ୟାନେଲ

ଭୁବନେଶ୍ୱର,୮।୧(ବ୍ୟୁରୋ): ସରକାରୀ ହାଇସ୍କୁଲରେ ପାଠ ପଢୁଥିବା ଛାତ୍ରୀଛାତ୍ରଙ୍କୁ ଇଞ୍ଜିନିୟରିଂ ଏବଂ ମେଡିକାଲ କଲେଜରେ ନାମ ଲେଖାଇବା ପାଇଁ ସ୍ଥାନ ସଂରକ୍ଷଣ ସକାଶେ ଗୁରୁବାର ଏ ନେଇ ରାଜ୍ୟ ସରକାର ଏକ ହାଇ ପାଓ୍ବାର କମିଟି ଗଠନ କରିଛନ୍ତି। ଏହି କମିଟି ରାଜ୍ୟରେ ଇଞ୍ଜିନିିୟରିଂ ଓ ମେଡିକାଲ କଲେଜରେ କେତେ ପ୍ରତିଶତ ସ୍ଥାନ ସଂରକ୍ଷଣ ରହିବ ସେ ନେଇ ସରକାରଙ୍କୁ ସୁପାରିସ କରିବ।
ଓଡ଼ିଶା ହାଇକୋର୍ଟ ଅବସରପ୍ରାପ୍ତ ବିଚାରପତି ଏ.କେ. ମିଶ୍ରଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠନ କରାଯାଇଛି। କମିଟିରେ ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଅଶୋକ କୁମାର ଦାସ ସଦସ୍ୟ ଅଛନ୍ତି। ସେହିପରି ମେଡିକାଲ ଶିକ୍ଷା ଓ ତାଲିମ ନିର୍ଦ୍ଦେଶକ ସି.ବି.କେ. ମହାନ୍ତି, ଉଚ୍ଚ ଶିକ୍ଷା ପରିଷଦ ଅଧ୍ୟକ୍ଷ ବି.ଏସ. ପୁନିଆ, ବୈଷୟିକ ଶିକ୍ଷା ଓ ତାଲିମ ନିର୍ଦ୍ଦେଶକ ଜି. ରେଘୁ କମିଟିର ସଦସ୍ୟ ଥିବା ବେଳେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ଯୁଗ୍ମ ସଚିବ ଏ.କେ. ନାୟକଙ୍କୁ ମେମ୍ବର କନ୍‌ଭେନର ଭାବେ ମନୋନୀତ କରାଯାଇଛି।
ସୂଚନାଯୋଗ୍ୟ, ସରକାରୀ ହାଇସ୍କୁଲର ମେଧାବୀ ଛାତ୍ରୀଛାତ୍ରଙ୍କୁ ମେଡିକାଲ ଓ ଇଞ୍ଜିନିୟରିଂ ପାଠପଢ଼ା ପାଇଁ ପ୍ରୋତ୍ସାହିତ କରିବା ଲାଗି ସଂରକ୍ଷଣ ବ୍ୟବସ୍ଥା କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଘୋଷଣା କରିବା ପରେ ୨୦୨୦ ଡିସେମ୍ବର ୧୨ରେ ରାଜ୍ୟ କ୍ୟାବିନେଟ୍‌ରେ ଏହାକୁ ଅନୁମୋଦନ କରାଯାଇଛି। ସରକାରୀ ସ୍କୁଲରେ ବେଳକୁବେଳ ଛାତ୍ରୀଛାତ୍ରଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଗୁଣାତ୍ମକ ଶିକ୍ଷା ମିଳୁ ନ ଥିବାରୁ ଏହି ସ୍କୁଲରୁ ଅଭିଭାବକମାନେ ମୁହଁ ଫେରାଇ ନେଉଛନ୍ତି। ଏଠାରେ ପାଠ ପଢୁଥିବା ଛାତ୍ରୀଛାତ୍ର ସର୍ବଭାରତୀୟ ପ୍ରବେଶିକା ପରୀକ୍ଷାରେ ମଧ୍ୟ ଆଶାନୁରୂପ ସଫଳତା ପାଇ ପାରୁନାହାନ୍ତି। ଏହି ସ୍କୁଲଗୁଡ଼ିକରେ ପାଠ ପଢୁଥିବା ମେଧାବୀ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଆତ୍ମବିଶ୍ୱାସ ବଢ଼ାଇବା ଏବଂ ଅସମତାକୁ ଦୂର କରିବା ଲାଗି ଡାକ୍ତରୀ ଏବଂ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖା ପାଇଁ ସଂରକ୍ଷଣ ବ୍ୟବସ୍ଥା ରହିବ। ଏହି ସଙ୍କଳ୍ପ କ୍ୟାବିନେଟ୍‌ରେ ପାରିତ ହେବା ପରେ ଏହାକୁ ଚୂଡ଼ାନ୍ତ ରୂପ ଦେବା ପାଇଁ ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚ କ୍ଷମତାସମ୍ପନ୍ନ କମିଟି ଗଠନ କରିବାକୁ ଘୋଷଣା କରାଯାଇଥିଲା। ଏହି କମିଟି ୩ ମାସ ମଧ୍ୟରେ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବ। କମିଟିର ସୁପାରିସକୁ ଆଗାମୀ ଶିକ୍ଷାବର୍ଷ ଠାରୁ କାର୍ଯ୍ୟକାରୀ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri