Posted inଖେଳ

ୟୁକେ’ରେ ନିର୍ବାଚନ ଲଢ଼ିବେ ପାନେସର

ଲଣ୍ଡନ, ୧ା୫: ଇଂଲଣ୍ଡର ପୂର୍ବତନ ସ୍ପିନର ମଣ୍ଟି ପାନେସର ରାଜନୀତିରେ ପ୍ରବେଶ କରିଛନ୍ତି। ୟୁନାଇଟେଡ କିଙ୍ଗଡମ୍‌ (ୟୁକେ) ନିର୍ବାଚନରେ ସେ ଜର୍ଜ ଗ୍ୟାଲୋଓ୍ବେଙ୍କ ଓ୍ବାର୍କର୍ସ ପାର୍ଟି ଅଫ୍‌ ବ୍ରିଟେନରୁ ପ୍ରାର୍ଥୀ ହେବେ ବୋଲି ଘୋଷଣା କରିଛନ୍ତି। ୪୨ବର୍ଷୀୟ ବାମହାତୀ ସ୍ପିନର ପାନେସର ଇଂଲଣ୍ଡ ପାଇଁ ୫୦ଟେଷ୍ଟ ମ୍ୟାଚ ଖେଳି ୧୬୭ ଉଇକେଟ ଅକ୍ତିଆର କରିଛନ୍ତି। ସେ ଇଲିଙ୍ଗ ସାଉଥାଲ ନିର୍ବାଚନ ପାର୍ଲାମେଣ୍ଟ ନିର୍ବାଚନ ମଣ୍ଡଳୀରୁ ପ୍ରାର୍ଥୀ ହେବେ। ପାନେସର ଜନୈକ ଖବରକାଗଜରେ ତାଙ୍କର ଏକ ସ୍ତମ୍ଭରେ ଉଲ୍ଲେଖ କରିଛନ୍ତ ଯେ, ସେ ଦେଶର ଶ୍ରମିକମାନଙ୍କ ସ୍ବର ହେବାକୁ ଚାହୁଛନ୍ତି। ଭବିଷ୍ୟତରେ ତାଙ୍କର ପ୍ରଧାନମନ୍ତ୍ରୀ ହେବାର ଅଭିଳାଷ ରହିଛି। ଯଦି ତାଙ୍କର ଏହି ସ୍ବପ୍ନ ସାକାର ହୁଏ ତେବେ ସେ ବ୍ରିଟେନକୁ ଏକ ସୁରକ୍ଷିତ ଏବଂ ଶକ୍ତିଶାଳୀ ରାଷ୍ଟ୍ରରେ ପରିଣତ କରିବେ। କିନ୍ତୁ ବର୍ତ୍ତମାନ ତାଙ୍କର ପ୍ରଥମ କାର୍ଯ୍ୟ ହେଉଛି ଇଲିଙ୍ଗ ସାଉଥାଲର ଲୋକମାନଙ୍କର ପ୍ରତିନିଧିତ୍ୱ କରିବା। ସୂଚନାଯୋଗ୍ୟ, ଭାରତୀୟ ବଂଶୋଦ୍ଭବ ଶିଖ ସମ୍ପ୍ରଦାୟର ପାନେସର ବେଡଫୋର୍ଡଶାୟାରର ଲୁଟନ୍‌ରେ ଜନ୍ମ ଗ୍ରହଣ କରିଛନ୍ତି। ପ୍ରଥମେ ୨୦୦୮ରେ ନାଗପୁର ଟେଷ୍ଟ ପାଇଁ ତାଙ୍କୁ ଯେତେବେଳେ ମନୋନୀତ କରାଗଲା ଜଣେ କ୍ରିକେଟର ଭାବେସେ ପରିଚିତ ହୋଇଥିଲେ। ୨୦୦୯ ଆଶେସ ସିରିଜ ଏବଂ ୨୦୧୨ ଭାରତ ସିରିଜ ଜିତିଥିବା ଦଳର ସେ ଜଣେ ସଦସ୍ୟ ଥିଲେ। କ୍ରିକେଟରୁ ଯଦିଓ ସେ ବିଧିବଦ୍ଧ ତାଙ୍କର ଅବସର ଘୋଷଣା କରିନାହାନ୍ତି ସେ ୨୦୧୬ରେ କ୍ରିକେଟ ଛାଡ଼ିବା ପରେ ଲଣ୍ଡନସ୍ଥିତ ସେଣ୍ଟ ମେରୀ ୟୁନିଭର୍ସିଟି ସ୍ପୋଟର୍‌ସ ଜର୍ନାଲିଜିମ ପାଠ୍ୟକ୍ରମ ଶେଷ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri