Posted inଖେଳ

ଇତିହାସ ରଚିଲେ ପଙ୍ଘାଲ

ଅମାନ (ଜୋର୍ଡାନ), ୧୯ା୮ (ପି.ଟି.): ଅନ୍ତିମ ପଙ୍ଘାଲ ପ୍ରଥମ ଭାରତୀୟ ମହିଳା କୁସ୍ତିଯୋଦ୍ଧା ଭାବେ ପଛକୁ ପଛ ୨୦ ବର୍ଷରୁ କମ୍‌ ବିଶ୍ୱ ଟାଇଟଲ ହାସଲ କରି ଇତିହାସ ସୃଷ୍ଟି କରିଛନ୍ତି। ଏଠାରେ ଚାଲିଥିବା ବିଶ୍ୱ ଜୁନିୟର କୁସ୍ତି ଚାମ୍ପିୟନଶିପରେ ସେ ୫୩ କେଜି ଶ୍ରେଣୀରେ ଟାଇଟଲ ବଜାୟ ରଖିବାରେ ସମର୍ଥ ହୋଇଛନ୍ତି। କେବଳ ପଙ୍ଘାଲ ନୁହଁନ୍ତି ସବିତା (୬୨କେଜି) ମଧ୍ୟ ବିଶ୍ୱ ଚାମ୍ପିୟନ ହୋଇପାରିଛନ୍ତି। ଖେଳର ଇତିହାସରେ ଏକ ବିଶ୍ୱ ଚାମ୍ପିୟନଶିପ୍‌ରେ ଭାରତୀୟ ମହିଳା ଟିମ୍‌ ପ୍ରଥମ ଥର ଟାଇଟଲ ବିଜୟୀ ହୋଇଛି। ଗୁରୁବାର ପ୍ରିୟା ମଲିକ ୭୬କେଜି ଶ୍ରେଣୀରେ ଟାଇଟଲ ବିଜୟୀ ହୋଇଛନ୍ତି। ଭାରତୀୟ ରେସ୍‌ଲିଂ ପାଇଁ ଏହା ଏକ ଖୁସିର ଖବର ଯେ, ଦେଶର ୭ଜଣ କୁସ୍ତିଯୋଦ୍ଧା ପଦକ ଜିତିବାରେ ସମର୍ଥ ହୋଇଛନ୍ତି। ତିନୋଟି ସ୍ବର୍ଣ୍ଣ ବ୍ୟତୀତ ଅନ୍ତିମ କୁଣ୍ଡୁ (୬୫କେଜି) ଗୋଟିଏ ରୌପ୍ୟ ଏବଂ ରୀନା (୫୭କେଜି), ଆର୍‌ଜୁ (୬୮କେଜି) ଏବଂ ହର୍ଶିତା (୭୨କେଜି) ତିନୋଟି ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ହରିୟାଣାର ହିସାର ବାସିନ୍ଦା ପଙ୍ଘାଲ ତାଙ୍କ ୟୁକ୍ରେନିଆନ ପ୍ରତିଦ୍ୱନ୍ଦ୍ୱୀଙ୍କୁ ୪-୦ରେ ହରାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri