କାଲିଫର୍ନିଆ ଚର୍ଚ୍ଚରେ ଗୁଳିକାଣ୍ଡ

କାଲିଫର୍ନିଆ,୧୬ ।୫: ଆମେରିକାରେ ଗୁଳିକାଣ୍ଡ ଘଟଣା ଲାଗି ରହିଛି । ଶନିବାର ବଫେଲୋ ସୁପରମାର୍କେଟରେ ଗୁଳିକାଣ୍ଡ ପରେ ରବିବାର କାଲିଫର୍ନିଆର ଏକ ଚର୍ଚ୍ଚରେ ଗୁଳିକାଣ୍ଡ ହୋଇଥିବା ଜଣାପଡିଛି । ସ୍ଥାନୀୟ ପୋଲିସର ସୂଚନା ଅନୁଯାୟୀ, ସାଉଥ କାଲିଫର୍ନିଆରେ ପ୍ରୋସ୍ୱିଟେରିୟମ ଚର୍ଚ୍ଚରେ ହୋଇଥିବା ଗୁଳିକାଣ୍ଡରେ ଜଣଙ୍କର ମୃତ୍ୟୁ ହେବାସହ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ତେବେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରାଯାଇଥିବା ପୋଲିସ ସୂଚନା ଦେଇଛି । ସୂଚନାଯୋଗ୍ୟ, ଦିନ ପ୍ରାୟ ୧ଟା ୩୦ରେ ଚର୍ଚ୍ଚରେ ଗୁଳି ଫୁଟିବା ଶବ୍ଦ ଶୁଭିଥିଲା । ଏହାପରେ ଲୋକେ ଜୀବନ ବିକଳରେ ଏଣେତେଣେ ଦୌଡିବାକୁ ଲାଗିଥିଲେ । ତେବେ ଫାୟାରିଂରେ ଘଟଣାସ୍ଥଳରେ ହିଁ ଜଣଙ୍କର ମୃତ୍ୟୁ ହୋଇଯାଇଥିଲା । ଏହି ସମୟରେ ଉକ୍ତ ଚର୍ଚ୍ଚରେ ପ୍ରାୟ ୩୦ ଜଣ ଉପସ୍ଥିତ ଥିଲେ । ଚର୍ଚ୍ଚରେ ଥିବା ଅଧିକାଂଶ ଲୋକ ତାଇୱାନର ମୂଳ ବାସିନ୍ଦା ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri