ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ ଅଞ୍ଚଳରେ ପ୍ରବେଶ କରି ବ୍ୟାପକ ଫସଲ ନଷ୍ଟ କରୁଥିବାରୁ ସ୍ଥାନୀୟ ଚାଷୀ ଓ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଆତଙ୍କ ଖେଳିଯାଇଛି। ହାତୀ ଆକ୍ରମଣ ଭୟରେ ଲୋକେ ନିଜ ଚାଷ ଜମିକୁ ଯିବାକୁ ସାହସ କରୁନାହାନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ସିଙ୍ଗାରି ପଞ୍ଚାୟତର ପାଳଖମଣ, ଟିକ୍ରାପଡ଼ା, ପାଦୁଲଗୁଡ଼ା ଏବଂ ଟିଡିମସ୍କା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଏହି ୧୩ଟି ହାତୀ ଡେରା ବାନ୍ଧି ରହିଛନ୍ତି। ସନ୍ଧ୍ୟା ହେବା ମାତ୍ରକେ ହାତୀପଲ ଜଙ୍ଗଲରୁ ବାହାରି ଆଖପାଖ ଚାଷଜମିରେ ପଶି ଧାନ ଓ ଅନ୍ୟାନ୍ୟ ଫସଲକୁ ଦଳିଚକଟି ନଷ୍ଟ କରିଦେଉଛନ୍ତି। ହାତୀପଲଙ୍କ ଏହି ଉପଦ୍ରବର ଦୃଶ୍ୟ କ୍ୟାମେରାରେ ମଧ୍ୟ କଏଦ ହୋଇଛି।

ଘଟଣା ସମ୍ପର୍କରେ ଖବର ପାଇ ବନ ବିଭାଗର ବନାଞ୍ଚଳ ଅଧିକାରୀ, ପାରାଗାର୍ଡ ଓ ବନ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ବନ ବିଭାଗ ଟିମ୍ ହାତୀପଲଙ୍କ ଗତିବିଧି ଉପରେ କଡ଼ା ନଜର ରଖିବା ସହ ସେମାନଙ୍କୁ ସୁରକ୍ଷିତ ଭାବେ ଗାଁ ନିକଟରୁ ଅନ୍ୟତ୍ର ଘଉଡ଼ାଇବା ପାଇଁ ଉଦ୍ୟମ ଜାରି ରଖିଛନ୍ତି।

ଅନ୍ୟପକ୍ଷରେ, କ୍ଷତିଗ୍ରସ୍ତ ଚାଷୀଙ୍କ ଫସଲ ହାନିର ତୁରନ୍ତ ଆକଳନ କରି ଉଚିତ କ୍ଷତିପୂରଣ ପ୍ରଦାନ କରିବା ସହ ହାତୀ ଆତଙ୍କର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ ବାସିନ୍ଦା ପ୍ରଶାସନ ନିକଟରେ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?