ଶେୟାର ବଜାରରେ ହାହାକାର: ୫ଦିନରେ ନିବେଶକ ହରାଇଲେଣି ୧୦ଲକ୍ଷ କୋଟି

ନୂଆଦିଲ୍ଲୀ,୩୧।୫: ଶେୟାର ବଜାରରେ କ୍ରମାଗତ ୫ଦିନ କାରବାର ହ୍ରାସ ଘଟିବା ନିବେଶକମାନଙ୍କୁ ନିରାଶ କରିଛି। ୫ ଦିନରେ ନିବେଶକମାନେ ପ୍ରାୟ ୧୦ ଲକ୍ଷ କୋଟି ଟଙ୍କାର ନିବେଶ ହରାଇଥିବା ଷ୍ଟକ୍‌ ମାକେର୍ଟ ତଥ୍ୟରୁ ଜଣାପଡ଼ିଛି। ଗୁରୁବାର କାରବାର ଶେଷ ସୁଦ୍ଧା ବଜାର ପୁଞ୍ଜି ୪୨୦ଲକ୍ଷ କୋଟି ଟଙ୍କାରୁ ହ୍ରାସ ପାଇ ୪୧୦ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି। ବୁଧବାର କାରବାର ଶେଷରେ ବଜାର ପୁଞ୍ଜି ୪୧୫.୧୦ ଲକ୍ଷ କୋଟି ଟଙ୍କା ଥିଲା। ହେଲେ ଗୁରୁବାରର କାରବାର ଶେଷ ସୁଦ୍ଧା ବଜାର ପୁଞ୍ଜି ୪.୭ ଲକ୍ଷ କୋଟି ଟଙ୍କା ହ୍ରାସ ପାଇ ୪୧୦.୪୦ ଲକ୍ଷ କୋଟିରେ ରହିଛି। ବିଶେଷକରି ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ବା ବିଏସ୍‌ଇ୩୦ ବିଶିଷ୍ଟ ଶେୟାର ସର୍ବାଧିକ କ୍ଷତି ସହିଥିଲାବେଳେ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି ୫୦ର ନିବେଶକମାନେ ମଧ୍ୟ ବ୍ୟାପକ ଭାବେ ନିବେଶ ହରାଇଛନ୍ତି।
ସାଧାରଣ ନିର୍ବାଚନର ସମ୍ଭାବ୍ୟ ଫଳାଫଳକୁ ନେଇ ଆଶଙ୍କାରେ ଥିବା ବିଦେଶୀ ନିବେଶକମାନେ ବଜାରରୁ ପୁଞ୍ଜି ପ୍ରତ୍ୟାହର କରୁଥିବାବେଳେ ଷ୍ଟକ୍‌ ମାକେର୍ଟର କାରବାର ହ୍ରାସ ପାଇଛି। ଏପରିକି ଗୁରୁବାର ଶେୟାର ବଜାରର କାରବାର ଶେଷ ସୁଦ୍ଧା ବିଏସ୍‌ଇ ସେନ୍‌ସେକ୍ସ ୬୧୭.୩୦ ପଏଣ୍ଟ ବା ୦.୮୩% ହ୍ରାସ ପାଇ ୭୩,୮୮୬(୭୩,୮୮୫.୬୦) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିପରି ନିଫ୍ଟି୫୦ ସହ ୨୧୬.୦୫ ପଏଣ୍ଟ ବା ୦.୯୫% ହ୍ରାସ ପାଇ ୨୨, ୪୮୯ ଅଙ୍କରେ ପହଞ୍ଚତ୍ଛି।
ସେହିପରି ବିଏସ୍‌ଇ ସ୍ମଲ୍‌କ୍ୟାପ୍‌ ୧.୨୧% ଏବଂ ବିଏସ୍‌ଇ ମିଡ୍‌କ୍ୟାପ୍‌ ୧.୩୩% ହ୍ରାସ ପାଇଥିବାବେଳେ ନିଫ୍ଟି ମିଡ୍‌କ୍ୟାପ୍‌ ୧.୩୪% ଏବଂ ନିଫ୍ଟି ସ୍ମଲ୍‌କ୍ୟାପ୍‌ ୧.୪୧% ହ୍ରାସ ପାଇଛି। ଅନ୍ୟପକ୍ଷରେ ନିଫ୍ଟି ବ୍ୟାଙ୍କିଙ୍ଗ୍‌ ୦.୩୭% ବୃଦ୍ଧି ହୋଇଛି ବୋଲି ଶେୟାର ବଜାର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ତଃରାଷ୍ଟ୍ରୀୟ ସମସ୍ୟା ସାଙ୍ଗକୁ ଘରୋଇ ବଜାରରେ ସାଧାରଣ ନିର୍ବାଚନ-୨୦୨୪ର ପ୍ରଭାବ ଶେୟାର ବଜାରର କାରବାରକୁ ପ୍ରଭାବିତ କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?