ଜିଲା ଚିକିତ୍ସାଳୟରେ ସୁରକ୍ଷାକର୍ମୀଙ୍କ ଆତଙ୍କ

ଅନୁଗୋଳ ଅଫିସ, ୨୪।୪: କ୍ରମିକ ସଂଖ୍ୟା ଅନୁଯାୟୀ ଧାଡ଼ିରେ ଛିଡ଼ା ହୋଇଥିବା ରୋଗୀ ଓ ସମ୍ପର୍କୀୟଙ୍କୁ ଅଣଦେଖା କଲେ। ପଛରେ ଆସିଥିବା ଲୋକଙ୍କୁ ଆଗୁଆ ଡାକ୍ତରଙ୍କ ପରାମର୍ଶ ପାଇଁ ଛାଡ଼ିଲେ। ଏହାର ପ୍ରତିବାଦ କରିବାରୁ ଅସୁସ୍ଥ ଶିଶୁଙ୍କୁ ନେଇ ଚିକିତ୍ସା ପାଇଁ ଆସିଥିବା ଜଣେ ବ୍ୟକ୍ତିଙ୍କୁ ନିସ୍ତୁକ ପିଟିଲେ। ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ରବିବାର ଶୃଙ୍ଖଳା ଦାୟିତ୍ୱରେ ଥିବା ସୁରକ୍ଷାକର୍ମୀ ଏଭଳି ଢଙ୍ଗରେ ଆତଙ୍କ ଖେଳାଇଛନ୍ତି। ସର୍ବସମ୍ମୁଖରେ ସୁରକ୍ଷାକର୍ମୀଙ୍କ ଏଭଳି କାରନାମା ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏ ସମ୍ପର୍କରେ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ନିକଟରେ ସୂଚନା ନ ଥିବା ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି।
ଅଭିଯୋଗ ଅନୁଯାୟୀ, ଛେଣ୍ଡିପଦା ବ୍ଲକ ପଥରଗୁଞ୍ଜି ଅଞ୍ଚଳର ଅଭିରାମ ମୁଖୀ ତାଙ୍କ ୭ ବର୍ଷର ଅସୁସ୍ଥ ଶିଶୁକୁ ନେଇ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସିଥିଲେ। ଶିଶୁ ବିଭାଗରେ କରିଥିବା ଟିକେଟ୍‌ରେ ତାଙ୍କର କ୍ରମିକ ସଂଖ୍ୟା ୧୪ ରହିଥିଲା। ତେବେ ସେଠାରେ ନିୟୋଜିତ ସୁରକ୍ଷାକର୍ମୀମାନେ ସେମାନଙ୍କ ପରିଚିତଙ୍କୁ ଆଗୁଆ ଛାଡ଼ିବା ପାଇଁ ଅଭିରାମଙ୍କ ଟିକେଟ୍‌କୁ ପଛକୁ କରିଦେଇଥିଲେ। ଅଭିରାମ ଶିଶୁଙ୍କୁ ଧରି ଧାଡ଼ିରେ ଦୀର୍ଘ ସମୟ ଛିଡ଼ା ହୋଇଥିବାବେଳେ ସୁରକ୍ଷାକର୍ମୀମାନେ ଟିକେଟ କ୍ରମିକ ସଂଖ୍ୟା ଅଦଳବଦଳ କରି ଅନ୍ୟ ରୋଗୀଙ୍କୁ ଡାକ୍ତରଙ୍କ ପାଖକୁ ପଠାଇବା ଜାରି ରଖିଥିଲେ। ଅଭିରାମ ଏହାର ପ୍ରତିବାଦ କରିବାରୁ ସୁରକ୍ଷାକର୍ମୀମାନେ ଉତ୍‌କ୍ଷିପ୍ତ ହୋଇଉଠିଥିଲେ। ତାଙ୍କୁ ଏକ କୋଠରିକୁ ନେଇଯାଇ ନିସ୍ତୁକ ମାଡ଼ ମାରିବା ସହ ଶାର୍ଟ ଚିରିଦେଇଥିବା ଅଭିରାମ ଅନୁଗୋଳ ଥାନାରେ ଅଭିଯୋଗ କରିଛନ୍ତି। ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସୁରକ୍ଷାକର୍ମୀଙ୍କୁ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି। ଏଥିପୂର୍ବରୁ ମଧ୍ୟ ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟଙ୍କୁ ମେଡିକାଲରେ ସୁରକ୍ଷାକର୍ମୀମାନେ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଥିବାବେଳେ ଚଳିତ ଥର ଏହା ସୀମା ଟପିଛି।
ଏ ନେଇ ଏଡିଏମ୍‌ଓ (ମେଡିକାଲ) ମାନସ ରଞ୍ଜନ ବିଶ୍ୱାଳ କହିଛନ୍ତି, ଘଟଣା ସମ୍ପର୍କରେ ସେ ଅବଗତ ନାହାନ୍ତି। ଯଦି ଏଭଳି ଘଟଣା ଘଟିଥିବ, ତେବେ ସାଂଘାତିକ କଥା। ଏହାର ତଦନ୍ତ କରାଯିବ। ସିଡିଏମ୍‌ଓଙ୍କୁ ଘଟଣା ସମ୍ପର୍କରେ ଅବଗତ କରାଯିବ। ଅନ୍ୟପଟେ କର୍ତ୍ତୃପକ୍ଷଙ୍କ ଅପାରଗତାରୁ ମେଡିକାଲ ସର୍ବସମ୍ମୁଖରେ ଏଭଳି ଘଟଣା ଘଟିଥିବା ବୁଦ୍ଧିଜୀବୀମାନେ କହିଛନ୍ତି। ମେଡିକାଲରେ ଏଭଳି ଅନେକ ଘଟଣା ଘଟୁଛି। ଯାହା ଲୋକଲୋଚନକୁ ଆସୁଛି, ତାହାର ତଦନ୍ତ କରିବାକୁ କର୍ତ୍ତୃପକ୍ଷ କହୁଛନ୍ତି। କିନ୍ତୁ ପରବର୍ତ୍ତୀ ସମୟରେ ତଦନ୍ତ କେଉଁଆଡ଼େ ଯାଉଛି ତାହା ଜଣାପଡ଼ୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁହଁ ଖୋଲିଲେ ବିକ୍ରମ ପଣ୍ଡା, ମୁଁ ନିର୍ଦ୍ଦୋଷ….

ବ୍ରହ୍ମପୁର,୮।୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ମୁହଁ ଖୋଲିଛନ୍ତି । ମୁଁ ଦୋଷୀ ନୁହେଁ ମୋତେ ଫସାଇ…

ପାକିସ୍ତାନ ନୁହେଁ ଏହି ଟିମ ସହ ପରବର୍ତ୍ତି ମ୍ୟାଚ ଖେଳିବ ଭାରତ, ଜାଣନ୍ତୁ କେବେ ହେବ ମୁହାଁମୁହିଁ

ନୂଆଦିଲ୍ଲୀ,୮।୨: ଟିମ ଇଣ୍ଡିଆ ୨୦୨୬ ଟି-୨୦ ବିଶ୍ୱକପ ଏକ ଦମଦାର ବିଜୟ ସହିତ ଆରମ୍ଭ କରିଥିଲା। ପ୍ରଥମ ମ୍ୟାଚରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟାଟ ଚମକି ଉଠିଥିଲା,…

୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍, ୨୭ଜଣ ବସିଥିବା ବେଳେ….

ମୋହନା,୮।୨( ମନ୍ମଥ ମିଶ୍ର ): ଭାରସାମ୍ୟ ହରାଇ ୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍ । ତେବେ ଦୁର୍ଘଟଣାରେ ୨୦ଜଣ ଆହାତ ହୋଇଥିବା ବେଳେ ସେମାନଙ୍କ…

ସେମିକଣ୍ଡକ୍ଟରରୁ ଡିଜିଟାଲ ପେମେଣ୍ଟ ପୁଣି AI ପର୍ଯ୍ୟନ୍ତ… ଭାରତ-ମାଲେସିଆ ମଧ୍ୟରେ ସ୍ବାକ୍ଷରିତ ହେଲା ୬ଟି ପ୍ରମୁଖ ଚୁକ୍ତି

କୁଆଲାଲମ୍ପୁର,୮।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ଉପସ୍ଥିତିରେ ଭାରତ ଏବଂ ମାଲେସିଆ ମଧ୍ୟରେ ଛଅଟି ପ୍ରମୁଖ ଚୁକ୍ତି ସ୍ବାକ୍ଷରିତ ହୋଇଛି। କୁଆଲାଲମ୍ପୁରରେ…

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କ ମୃତ୍ୟୁ

ଢାକା,୮।୨: ବାଂଲାଦେଶରେ ହିନ୍ଦୁ ମୃତ୍ୟୁ ମାମଲା ନିରନ୍ତର ରିପୋର୍ଟ ହେଉଛି। ଏହି ସମ୍ପର୍କରେ, ରବିବାର, ଫେବୃଆରୀ ୮ରେ ଏକ ପ୍ରମୁଖ ଖବର ପ୍ରକାଶିତ ହୋଇଛି। ରିପୋର୍ଟ ଅନୁଯାୟୀ,…

ମେଡିକାଲରୁ ଡେଇଁ ପଳାଇଲେ ଅଫିମ ଚାଷୀ : ବିଧାୟକ ଦେଲେ ପୋଲିସ ଦୋଷ 

ଟେନସା,୮।୨(ସମୀର କୁମାର ପାୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ କାଲଟା ପଞ୍ଚାୟତ ନିକଟ ପୁଣ୍ଢି ପୋଖରୀ ଅଞ୍ଚଳରେ ଶନିବାର ଅଫିମ ଚାଷ ନେଇ ଚଢ଼ାଉ କରାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri