ଦୈନିକ ସଂକ୍ରମଣ ନେଇ ଆତଙ୍କ: ୨୪ ଘଣ୍ଟାରେ ୧,୧୩୩ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ, ୨୨।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ଏହା ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିଛି। ଏହା ୧୧ ଶହ ଉପରେ ରହିଛି। ଗତ ୨୪ ଘଣ୍ଟାରେ ଏହା ୧,୧୩୩ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୬୪୫ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା ୭ ହଜାର ଉପରେ ରହିଛି। ଏହା ୭ ହଜାର ୨୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୬ ହଜାର ୫୫୯ ଥିଲା। ସେହିପରି ୨୪ ଘଣ୍ଟାରେ ୬୬୨ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୪୩୫ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୮୧୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୯୮ ହଜାର ୧୧୮ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୬୦ ହଜାର ୨୭୯ ଜଣ ସୁସ୍ଥ ହୋଇ ସାରିଛନ୍ତି।

Share