କରୋନା ନୂଆ ଭାରିଆଣ୍ଟ ନେଇ ଆତଙ୍କ, ୨୮ ଦିନରେ ସଂକ୍ରମଣରେ ୮୦ ପ୍ରତିଶତ ବୃଦ୍ଧି…

ଲଣ୍ଡନ,୧୨।୮ : ପୁଣିଥରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରୁଛି। କରୋନାର ନୂଆ ଭାରିଆଣ୍ଟ ଇଜି.୫.୧ ଆରିସ ଦ୍ୱାରା ଲୋକେ ସଂକ୍ରମିତ ହେବାରେ ଲାଗିଛନ୍ତି। ଏହାକୁ ଇଜି.୫.୧ ଏରିସ ସବ ଭାରିଆଣ୍ଟ ନାମିତ କରାଯାଇଛି। ସାତଟି ନୂତନ କୋଭିଡ ଭାରିଆଣ୍ଟ ମଧ୍ୟରୁ ଏହା ଗୋଟିଏ। ଗତ ୨୮ ଦିନରେ ସଂକ୍ରମଣରେ ୮୦ ପ୍ରତିଶତ ବୃଦ୍ଧି ଘଟିଛି।

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଅନୁସାରେ ୧୦ ଜୁଲାଇରୁ ୬ ଅଗଷ୍ଟ ମଧ୍ୟରେ ୧.୫ ନିୟୁତ ଲୋକ ଏହା ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ଏହି ସମୟ ମଧ୍ୟରେ ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟାରେ ୫୭ ପ୍ରତିଶତ ହ୍ରାସ ଘଟିଛି।

ବ୍ରିଟେନରେ ଏହା ଯୋଗୁ ସ୍ଥିତି ସଙ୍କଟ ଜନକ ହୋଇଛି। ଇଂଲଣ୍ଡର ସ୍ବାସ୍ଥ୍ୟ ଅଧିକାରୀଙ୍କ ଅନୁଯାୟୀ, ଏହି ଭାରିଆଣ୍ଟଟି ଓମିକ୍ରନରୁ ଆସିଛି। ବ୍ରିଟେନର ସ୍ବାସ୍ଥ୍ୟ ସୁରକ୍ଷା ଏଜେନ୍ସି ଅନୁଯାୟୀ, କରୋନାର ଏକ ନୂତନ ଭାରିଆଣ୍ଟ ବ୍ରିଟେନରେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି ଏବଂ ଏହା ଦେଶର ସ୍ବାସ୍ଥ୍ୟ ଅଧିକାରୀଙ୍କ ମଧ୍ୟରେ ଉଦବେଗ ସୃଷ୍ଟି କରିଛି। ନ୍ୟୁଜ ଏଜେନ୍ସି ରିପୋର୍ଟ ଅନୁସାରେ ଏରିସ ନାମରେ ନାମିତ ସବ ଭାରିଆଣ୍ଟ ବର୍ତ୍ତମାନ ଦ୍ରୁତ ଗତିରେ ବ୍ୟାପିଥିବା ଲାଗିଛି। ଗତ ମାସରେ ବ୍ରିଟେନରେ ଏହା ଦେଖିବାକୁ ମିଳିଥିଲା।

ଜୁଲାଇ ମାସରେ ଏରିସ ଚିହ୍ନଟ ହୋଇଥିଲା। ଅନ୍ତର୍ଜାତୀୟ ସ୍ତରରେ ବିଶେଷ କରି ଏସିଆରେ ଏହାର ସଂକ୍ରମଣ ବୃଦ୍ଧି େଯୋଗୁ ଦେଶରେ ଏହାର ରିପୋର୍ଟ ହେବା ପରେ ଏହା ୩୧ ଜୁଲାଇରେ କରୋନାର ଏକ ନୂଆ ଭାରିଆଣ୍ଟ ଭାବରେ ଏହାକୁ ବର୍ଗୀକୃତ କରାଯାଇଥିଲା । ଦୁଇ ସପ୍ତାହ ପୂର୍ବରୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଏହି ଭାରିଆଣ୍ଟକୁ ଟ୍ରାକିଂ କରିବା ଆରମ୍ଭ କରିଥିଲା। ବିଶ୍ୱସ୍ବାସ୍ଥ୍ୟ ସଂଗଠନ କହିଛି ଟିକା ଏବଂ ପୂର୍ବ ସଂକ୍ରମଣ ଯୋଗୁ ଲୋକମାନେ ଅଧିକ ସୁରକ୍ଷିତ ରହିଛନ୍ତି। କିନ୍ତୁ ଦେଶଗୁଡିକରେ ଏନେଇ ସଚେତନତାର ଅଭାବ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri