ସରୁନି ପାଣିକୋଇଲି-ରିମୁଳି ରାସ୍ତା କାମ

ଠିକା ସଂସ୍ଥା ଗୁଡ଼ିକର ମନମୁଖୀ କାମ ଏବଂ ଉପଯୁକ୍ତ ତଦାରଖର ଅଭାବ ଯୋଗୁ ପାଣିକୋଇଲି-ରିମୁଳି ଜାତୀୟ ରାଜପଥ ୨୦ର କାମ ସରୁନାହିଁ ା ଫଳରେ ଯାତାୟାତରେ ସମସ୍ୟା ସୃଷ୍ଟି ହେଉଥିବାବେଳେ ଦୁର୍ଘଟଣା ଘଟୁଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି ା ଏଣେ ରାସ୍ତା କାମ ସରି ନ ଥିବାବେଳେ ତିନୋଟି ସ୍ଥାନରେ ଟୋଲ ଆଦାୟ ହେଉଥିବା ନେଇ ଅସନ୍ତୋଷ ଦେଖାଦେଇଛି।
ଦୀର୍ଘ ୨୧ କି.ମି. ରାସ୍ତାର ବଳକା କାମ ଏକ ଠିକା ସଂସ୍ଥା କରୁଛି। ୨୦୨୧ ମସିହା ଫେବୃୟାରୀ ୨୫ରେ ଏନେଇ କମ୍ପାନୀ ଚୁକ୍ତି କରିଥିଲେ ା
୧୪୬.୪୩ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଥିଲା। ଏହି କାମ ୨୦୨୨ମସିହା ମାର୍ଚ୍ଚ ୨୨ରେ ସରିବା ପାଇଁ ଧାର୍ଯ୍ୟ କରାଯାଇଥିଲା। ତେବେ କାମରେ ବିଳମ୍ବ ହେଉଥିବାରୁ ଏହାର ମୂଲ୍ୟ ୧୫୦.୪୯ କୋଟିକୁ ବୃଦ୍ଧି କରାଯାଇଥିବା ଜଣାପଡିଛି। ତେବେ ଅଦ୍ୟାବଧି ୧୯ କି.ମି. ରାସ୍ତା କାମ ସରିଥିବା ବେଳେ ୯୮.୭୮ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ଏକ ରିପୋର୍ଟରୁ ଜଣାପଡିଛି। ଏଣୁ ପ୍ରଶାସନ ନିର୍ଦ୍ଧାରିତ ସମୟରେ କାମ ନ ସାରିବା ପାଇଁ ପେନାଲଟି ଆଦାୟ ନ କରି କିପରି ବ୍ୟୟ ଅଟକଳକୁ ବୃଦ୍ଧି କରୁଛନ୍ତି ତାହା ସନ୍ଦେହପୂର୍ଣ୍ଣ ବୋଲି ସଦର ବିଧାୟକ ମୋହନ ମାଝୀ କହିଛନ୍ତି। ଏହି କାମ ୨୦୨୨ ଅକ୍ଟୋବର ୩୧ରେ ସରିବ ବୋଲି ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ସେହିପରି ବେଲବାହାଳି ସମେତ କେତେକ ପୋଲ, କଲଭର୍ଟ କାମ ମଧ୍ୟ ସରି ନ ଥିବା ଜଣାପଡିଛି। ଗତମାସ ୨୫ ତାରିଖରେ ପ୍ରଶାସନ ପକ୍ଷରୁ ଅନୁଷ୍ଠିତ ଜିଲା ଉନ୍ନୟନ ସମନ୍ବୟ ଓ ତଦାରଖ କମିଟି ବୈଠକ (ଦିସା)ରେ ଆଲୋଚନା ହୋଇଥିବା ବେଳେ କେତେକ ସଦସ୍ୟ କାମରେ ବିଳମ୍ବ ନେଇ ଅସନ୍ତୋଷ ବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

ମହାନ ଜନନାୟକ ବିଜୁବାବୁଙ୍କୁ ବିଜେଡି ମନେ ପକାଇ…

ପାଟଣା,୧୭ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଶୁକ୍ରବାର ରାଜନଗର ରଘୁନାଥଜୀଉ ମଠ ପରିସରରେ ଅନୁଷ୍ଠିତ ହୋଇଛି।…

ପୁରୁଣା ବଜାର ଅଞ୍ଚଳକୁ ଓଏମ୍‌ସି ଖଣି ପ୍ରଭାବିତ ଅଞ୍ଚଳରେ ସାମିଲ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବଂଶପାଳ ବ୍ଲକ ଅନ୍ତର୍ଗତ ଶୁଆକାଟିରେ ଥିବା ଓଡ଼ିଶା ଖଣି ନିଗମର ଗନ୍ଧମାର୍ଦ୍ଦନ ଲୌହ ଖଣି କାର୍ଯ୍ୟ ଦ୍ବାରା ପ୍ରଭାବିତ ହେଇଥିବା କେନ୍ଦୁଝର ପୁରୁଣା…

୧୭ ବର୍ଷରୁ କମ୍‌ ବାଳିକା କ୍ରିକେଟ ଖେଳିବେ ସାଇ ପ୍ରତୀକ୍ଷା

ହାଟଡିହୀ,୧୬l୪(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଛାତ୍ରୀ ସାଇ ପ୍ରତୀକ୍ଷା ଜେନା ୧୭ ବର୍ଷରୁ କମ ବାଳିକା କ୍ରିକେଟ ଖେଳିବା ପାଇଁ…

ଏକର ପ୍ରତି ଏତେ କୋଟି ଟଙ୍କା ଦାବି କଲେ ଗ୍ରାମବାସୀ, ଶୁଣିକି ଆଶ୍ଚର୍ଯ୍ୟ ହୋଇଗଲେ…

ପାଟଣା,୧୫।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ସକାଳ ୯ଟାରେ ଚେମଣା ପଞ୍ଚାୟତ ବଳିଆ ପଶି…

ଡିଜେ ବଜେଇ ପ୍ରସେଶନ କରିବାରୁ ୨ ସାହି ମଧ୍ୟରେ ମାରପିଟ: ୧୫ ରୁ ଊର୍ଦ୍ଧ୍ୱ ଆହତ

ଆନନ୍ଦପୁର,୧୫।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅନ୍ତର୍ଗତ କେଶଦୁରାପାଳ ଗାଁରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି। ମଙ୍ଗଳବାର ରାତିରେ କଣ୍ଟାଫୋଡା…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri