Posted inଖେଳ

ପଙ୍କଜ ଆଡଭାନୀଙ୍କୁ ୨୬ତମ ବିଶ୍ୱ ବିଲିୟାଡର୍‌ସ ଟାଇଟଲ

ଦୋହା, ୨୨ା୧୧ (ପି.ଟି.): ଭାରତୀୟ କ୍ୟୁଇଷ୍ଟ ପଙ୍କଜ ଆଡଭାନୀ ଏଠାରେ ଚାଲିଥିବା ଆଇବିଏସ୍‌ଏଫ ଓ୍ବାଲର୍‌ଡ ବିଲିୟାଡର୍‌ସ ଚାମ୍ପିୟନଶିପ୍‌ ଟାଇଟଲ ହାସଲ କରିଛନ୍ତି। ଫାଇନାଲରେ ସେ ନିଜ ଦେଶର ସୌରଭ କୋଠାରୀଙ୍କୁ ୧୦୦୦-୪୧୬ ବ୍ୟବଧାନରେ ହରାଇ ଦେଇଛନ୍ତି। ଗତବର୍ଷ କୁଆଲାଲମ୍ପୁର ଟାଇଟଲ ମୁକାବିଲାର ଏହା ରିମ୍ୟାଚ ବୋଲି କୁହାଯାଉଛି। ଉଭୟ ବିଲିୟାଡର୍‌ସ ଓ ସ୍ନୁକରର ସମସ୍ତ ଫର୍ମାଟ ଆଧିପତ୍ୟ ବଜାୟ ରଖିବା ସହ ବିଶ୍ୱ ଟାଇଟଲ ଜିତିବାରେ ଆଡଭାନୀ ହେଉଛନ୍ତି ବିଶ୍ୱର ଏକମାତ୍ର ଖେଳାଳି। ୩-ବଲ୍‌ ଗେମ୍‌ରେ ଚମତ୍କାର ପ୍ରଦର୍ଶନ କରି ସେ ଭାରତକୁ ଶୀର୍ଷରେ ରଖିପାରିଛନ୍ତି। ଏଠାରେ ସେ ତାଙ୍କ ୨୬ତମ ବିଶ୍ୱ ଟାଇଟଲ ହାସଲ କରିଛନ୍ତି। ସୂଚନାଯୋଗ୍ୟ, ଆଡଭାନୀ ଏହି ପ୍ରତିଯୋଗିତାରେ ସେ ତାଙ୍କ ପ୍ରଥମ ବିଶ୍ୱ ଟାଇଟଲ ୨୦୦୫ରେ ହାସଲ କରିଥିଲେ। ଆଡଭାନୀ ୯ଥର ‘ଲଙ୍ଗ୍‌ ଫର୍ମାଟ’ ଜିତିଥିବା ବେଳେ ସେ ୮ଥର ପଏଣ୍ଟ ଫର୍ମାଟ ଚାମ୍ପିୟନ ହୋଇଛନ୍ତି। ଏହାଛଡ଼ା ସେ ଥରେ ଓ୍ବାଲର୍‌ଡ ଟିମ୍‌ ବିଲିୟାଡର୍‌ସ ଚାମ୍ପିୟନଶିପ୍‌ ବିଜେତା ହୋଇପାରିଛନ୍ତି। ଏହି ଟୁର୍ନାମେଣ୍ଟରେ ଆଡଭାନୀ ସେମିଫାଇନାଲରେ ନିଜ ଦେଶର କ୍ୟୁଇଷ୍ଟ ରୁପେଶ ଶାହାଙ୍କୁ ୯୦୦-୨୭୩ରେ ହରାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri