ବାଜପେୟୀଙ୍କ ବାୟୋପିକ୍‌ରେ ଅଭିନୟ କରିବେ ପଙ୍କଜ ତ୍ରିପାଠୀ

ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ବାୟୋପିକ୍‌ ‘ମେ ରହୁ ୟା ନା ରହୁଁ ୟେ ଦେଶ ରହେନା ଚାହିଁୟେ-ଅଟଳ’ରେ ଲୋକପ୍ରିୟ ଅଭିନେତା ପଙ୍କଜ ତ୍ରିପାଠୀ ବାଜପେୟୀଙ୍କ ଭୂମିକାରେ ଅଭିନୟ କରିବେ। ଏହି ଫିଲ୍ମଟି ଆସନ୍ତାବର୍ଷ ଖ୍ରୀଷ୍ଟମାସରେ ମୁକ୍ତିଲାଭ କରିବ ବୋଲି ଆଶା କରାଯାଉଛି। ଜୁନ୍‌ ୨୮ରେ ବାଜପେୟୀଙ୍କ ବାୟୋପିକ୍‌କୁ ନେଇ ଘୋଷଣା କରାଯାଇଥିଲା। ସେହି ଦିନଠାରୁ ଅଟଳ ବିହାରୀ ବାଜପେୟୀଙ୍କ ଭୂମିକାରେ କିଏ ଅଭିନୟ କରିବେ ତାହାକୁ ନେଇ ଦର୍ଶକଙ୍କ ମଧ୍ୟରେ ଆଗ୍ରହ ପ୍ରକାଶ ପାଇଥିଲା। ଏହି ଫିଲ୍ମର ନିର୍ଦ୍ଦେଶନା ଭାର ସମ୍ଭାଳିଛନ୍ତି ରବି ଯାଦବ। ବାୟୋପିକ୍‌କୁ ନେଇ ପଙ୍କଜ ତ୍ରିପାଠୀ କହିଛନ୍ତି ଯେ, ଏଭଳି ରାଜନେତାଙ୍କୁ ପରଦାରେ ଚିତ୍ରଣ କରିବା ମୋର ଗୌରବର ବିଷୟ। ସେ କେବଳ ଜଣେ ରାଜନେତା ନୁହଁନ୍ତି ବରଂ ସେ ଜଣେ ଉତ୍ତମ ଲେଖକ ତଥା ପ୍ରଖ୍ୟାତ କବି ଥିଲେ। ତାଙ୍କ ବାୟୋପିକ୍‌ରେ କାମ କରିବା ମୋ ଭଳି ଜଣେ ଅଭିନେତାଙ୍କ ପାଇଁ ସୌଭାଗ୍ୟ ଛଡା ଆଉ କିଛି ନୁହେଁ।
ଅଟଳ ବିହାରୀ ବାଜପେୟୀ ୧୯୯୬ରେ ଭାରତର ପ୍ରଧାନମନ୍ତ୍ରୀ ହୋଇଥିଲେ। ପରବର୍ତ୍ତୀ ସମୟରେ ସଂସଦରେ ସଂଖ୍ୟାଗରିଷ୍ଠତା ହାସଲ କରିବାକୁ ଭାଜପା ଅସମର୍ଥ ହୋଇଥିଲା। ଫଳରେ ବାଜପେୟୀଙ୍କୁ ୧୩ ଦିନ ମଧ୍ୟରେ ଇସ୍ତଫା ଦେବାକୁ ପଡିଥିଲାା। ଏହାପରେ ସେ ଦ୍ୱିତୀୟ ଏବଂ ତୃତୀୟ ଥର ପାଇଁ ପୁଣି ୧୯୯୮ ଏବଂ ୧୯୯୯ରେ ଭାରତର ପ୍ରଧାନମନ୍ତ୍ରୀ ହୋଇଥିଲେ। ୨୦୧୮ ଅଗଷ୍ଟ ୧୬ରେ ୯୩ ବର୍ଷ ବୟସରେ ବାଜପେୟୀଙ୍କ ଦେହାନ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri