Posted inଜାତୀୟ

ପୁଣି ବିଷ ଓଗାଳିଲେ ପନ୍ନୁ: ମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଧମକ

ଚଣ୍ଡିଗଡ,୧୫।୨: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭାଗବନ୍ତ ମାନଙ୍କୁ ଧମକ ଦିଆଯାଇଛି। ଏହି ଧମକ ଅନ୍ୟ କେହି ନୁହେଁ ବରଂ ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ ସିଂହ ପନ୍ନୁ ଦେଇଛନ୍ତି। ଆତଙ୍କବାଦୀ ପନ୍ନୁ ପୁଣି ଥରେ ଦେଶ ବିରୋଧରେ ବିଷ ଓଗାଳିଛନ୍ତି। ନିଷିଦ୍ଧ ସଂଗଠନ ଶିଖ ଫର ଜଷ୍ଟିସର ମୁଖ୍ୟ ଗୁରୁପତୱନ୍ତ ପନ୍ନୁ ପୁଣିଥରେ ପଞ୍ଜାବର ଜଳନ୍ଧରର ନାକୋଦର ସହରରେ ଖଲିସ୍ତାନକୁ ସମର୍ଥନ କରି ପୋଷ୍ଟର ଲଗାଇଛନ୍ତି। ନାକୋଦରର ଗୋଟିଏ ନୁହେଁ ବରଂ ଚାରୋଟି ସ୍ଥାନରେ ଏହି ପୋଷ୍ଟରଗୁଡ଼ିକ ଲଗାଯାଇଛି। ଷ୍ଟେଟ ପବ୍ଲିକ ସ୍କୁଲ, ଗୁରୁ ନାନକ ନ୍ୟାଶନାଲ କଲେଜ, ଡକ୍ଟର ଆମ୍ବେଦକର ଚୌକ, ନାକୋଦର ଏବଂ ଆଦର୍ଶ କଲୋନି ନାକୋଦରରେ ଖଲିସ୍ତାନି ପୋଷ୍ଟର ଦେଖିବାକୁ ମିଳିଛି। ସୂଚନା ମିଳିବା ମାତ୍ରେ ପୋଲିସ ମଧ୍ୟ ତଦନ୍ତ ଆରମ୍ଭ କରିଛି।
ଆତଙ୍କବାଦୀ ପନ୍ନୁ ଏହି ସମ୍ପୂର୍ଣ୍ଣ ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ କରିଛନ୍ତି ଏବଂ ଏଥିରେ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କୁ ମଧ୍ୟ ଧମକ ଦେଇଛନ୍ତି। ଭାଇରାଲ ଭିଡିଓରେ କୁହାଯାଉଛି ଯେ, ଜଳନ୍ଧରର ନାକୋଦରରେ ୪ଟି ସ୍ଥାନରେ ଖଲିସ୍ତାନି ପୋଷ୍ଟର ଲଗାଯାଇଛି। ବହୁତ ଦିନ ପରେ, ଏହି ଆତଙ୍କବାଦୀ ସଂଗଠନ ପୋଷ୍ଟର ବ୍ୟବହାର କରିଛି। ଭିଡିଓରେ ଦାବି କରାଯାଇଛି ଯେ, ତାଙ୍କ ସହଯୋଗୀମାନେ ଚାରୋଟି ସ୍ଥାନରେ ପୋଷ୍ଟର ଲଗାଇଛନ୍ତି। ଭିଡିଓରେ ପନ୍ନୁ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂତନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିବା ସମୟରେ ପଞ୍ଜାବରେ ଏହି ଖାଲିସ୍ତାନି ପୋଷ୍ଟର ଲଗାଯାଇଛି।

ପନ୍ନୁ ଏହି ଭିଡିଓରେ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କୁ ମଧ୍ୟ ଧମକ ଦେଇଛନ୍ତି। ସେ କହିଛନ୍ତି, ତାଙ୍କର ରାଜନୈତିକ ଯାତ୍ରାର ଶେଷ ସାତୋଜ ଗ୍ରାମରୁ ଆରମ୍ଭ ହୋଇଛି। ସେମାନେ ପୂର୍ବତନ ମୁଖ୍ୟମନ୍ତ୍ରୀ ବେଅନ୍ତ ସିଂହଙ୍କୁ ମନେ ରଖିବା ଉଚିତ। ଯେଉଁମାନେ ଖଲିସ୍ତାନର ପୋଷ୍ଟର ଲଗାଇବେ, ସେମାନେ ମଧ୍ୟ ଅସ୍ତ୍ର ଉଠାଇ ପାରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଇରାନ ଉପରୁ କଟକଣା ହଟାଇଲେ ଟ୍ରମ୍ପ୍‌, ତେହରାନ କହିଲା ଆମ ପାଖରେ…

ଓ୍ବାଶିଂଟନ/ତେହରାନ୍‌,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହୁ ହୁ ହୋଇ ବଢ଼ିଚାଲିଥିବାବେଳେ ଏହାକୁ ପ୍ରଶମିତ କରିବା ପାଇଁ ଆମେରିକା ସମୁଦ୍ରରେ ଅଟକି…

ଜାହାଜ ଚଳାଚଳ ପକ୍ଷରୁ ବଡ଼ ସୂଚନା: ଆଉ ୨ ଭାରତୀୟ ଏଲ୍‌ପିଜି ବୋଝେଇ ଟ୍ୟାଙ୍କର ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ ଅତିକ୍ରମ କରିବ

ନୂଆଦିଲ୍ଲୀ,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ବିଶ୍ୱର ପ୍ରମୁଖ ତୈଳ ପରିବହନ ପଥ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ଇରାନ ଅବରୋଧ କରିଥିବା ବେଳେ ଭାରତରେ ତରଳୀକୃତ ପେଟ୍ରୋଲିୟମ ଗ୍ୟାସ୍‌(ଏଲ୍‌ପିଜି)…

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ

ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri