Posted inଖେଳ

୧୪ ବର୍ଷର ଟେଷ୍ଟ କ୍ୟାରିୟରରେ ଏଭଳି କରିପାରି ନ ଥିଲେ ଧୋନୀ, ହେଲେ ପନ୍ତ କଲେ ରେକର୍ଡ

ଚେନ୍ନାଇ,୧୧।୨: ଭାରତୀୟ କ୍ରିକେଟ ଟିମ୍‌ ଅଷ୍ଟ୍ରେଲିଆରେ ସିରିଜ୍‌ ଜିତିବାରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ଉଇକେଟକିପର ରିଷଭ ପନ୍ତଙ୍କୁ ଏମ୍‌ଏସ୍‌ ଧୋନୀଙ୍କ ଉତ୍ତରାଧିକାରୀ ବୋଲି କୁହାଯାଉଛି। ବ୍ୟାଟିଂଠାରୁ ଆରମ୍ଭ କରି ଉଇକେଟ ପଛରେ ଭୂମିକାକୁ ସେ ବେଶ ଭଲ ଭାବେ ତୁଲାଉଛନ୍ତି। ଖୁବ୍‌ କମ୍‌ ଦିନର କ୍ୟାରିୟରରେ ସେ ଅନେକ ବଡ଼ ଉପଲବ୍ଧି ହାସଲ କରିସାରିଛନ୍ତି ଯାହା ଧୋନୀ ହାସଲ କରିପାରିନାହାନ୍ତି।

ବୁଧବାର ଇଂଲଣ୍ଡ ବିପକ୍ଷରେ ଚେନ୍ନାଇରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ପାଳିରେ ସେ ୯୧ ରନ୍‌ କରି ଦଳକୁ ମଜଭୂତ ସ୍ଥିତିକୁ ଆଣିବାକୁ ସହାୟକ ହୋଇଥିଲେ। ପରେ ଦ୍ୱିତୀୟ ପାଳିରେ ସେ ମାତ୍ରୁ ୧୧ ରନ୍‌ କରି ଆଉଟ୍‌ ହୋଇଥିଲେ। ହେଲେ ପ୍ରଥମ ପାଳିରେ ଅର୍ଦ୍ଧଶତକକୁ ନେଇ ସେ ଆଇସିସି ଟେଷ୍ଟ ର଼୍ୟାକିଂରେ ୭୦୩ ପଏଣ୍ଟ ସହ ୧୩ତମ ସ୍ଥାନକୁ ପହଞ୍ଚିଛନ୍ତି। ଏଯାବତ ଏହା ତାଙ୍କର ସର୍ବଶ୍ରେଷ୍ଠ ର଼୍ୟାକିଂ ବୋଲି କୁହାଯାଉଛି। ନିଜର ଉପଲବ୍ଧିକୁ ନେଇ ସେ ଭାରତର ପ୍ରଥମ ଫୁଲଟାଇମ୍‌ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ହୋଇଛନ୍ତି। ନିଜର ୧୭ତମ ଟେଷ୍ଟରେ ପନ୍ତ ଏହି ସଫଳତା ପାଇଛନ୍ତି।

ଅପରପକ୍ଷେ ଧୋନୀ ହ୍ବାଇଟ୍‌ ବଲ୍‌ କ୍ରିକେଟରେ ୯୦ ଟେଷ୍ଟର ୧୪୪ ପାଳିରେ ୪୮୭୬ରନ୍‌ କରିଛନ୍ତି। ଏଥିରେ ୬ ଶତକ ଏବଂ ୩୩ ଅର୍ଦ୍ଧଶତକ ରହିଛି। ନିଜର କ୍ୟାରିୟରରେ ସେ ଟେଷ୍ଟ ର଼୍ୟାକିଂରେ ୨୦ତମ ସ୍ଥାନ ପର୍ଯ୍ୟନ୍ତ ପହଞ୍ଚିପାରିଥିଲେ। ନଭେମ୍ବର ୨୦୧୩ରେ ସେ ଏହା ହାସଲ କରିଛନ୍ତି। ସେ ଟେଷ୍ଟ କ୍ୟାରିୟରରେ ସର୍ବାଧିକ ୬୬୨ ପଏଣ୍ଟ ହାସଲ କରିପାରିଥିଲେ। ଏବେ ପନ୍ତ ତାଙ୍କୁ କାଟି ନୂଆ ରେକର୍ଡ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri