Posted inଖେଳ

ପନ୍ତ ଦିଲ୍ଲୀ ଅଧିନାୟକ ରହିଲେ

ଦୁବାଇ,୧୭।୯ (ପି.ଟି.)
ସେପ୍ଟେମ୍ବର ୧୯ରୁ ଆରମ୍ଭ ହେବାକୁଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଅବଶିଷ୍ଟ ମ୍ୟାଚଗୁଡ଼ିକ ପାଇଁ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଅଧିନାୟକ ପଦ ବଜାୟ ରଖିଛନ୍ତି। ଗତବର୍ଷ ଶ୍ରେୟାସ ଆୟାରଙ୍କ ନେତୃତ୍ୱରେ ଦିଲ୍ଲୀ କ୍ୟାପିଟାଲ୍ସ ଭଲ ପ୍ରଦର୍ଶନ କରି ପ୍ରଥମ ଥର ଫାଇନାଲରେ ପ୍ରବେଶ କରିଥିଲା। ଚଳିତବର୍ଷ ଆଘାତପ୍ରାପ୍ତ ଆୟାରଙ୍କ କାନ୍ଧରେ ଅସ୍ତ୍ରୋପଚାର ଯୋଗୁ ତାଙ୍କ ଅନୁପସ୍ଥିତିରେ ପନ୍ତ ଦଳର ଅଧିନାୟକ ପଦ ସମ୍ଭାଳିଥିଲେ। ଟୁର୍ନାମେଣ୍ଟର ପ୍ରଥମ ଭାଗରେ ପନ୍ତଙ୍କ ଅଧିନାୟକତ୍ୱରେ ଦଳ ଭଲ ପ୍ରଦର୍ଶନ କରିଛି। ଦିଲ୍ଲୀ କ୍ୟାପିଟାଲ୍ସ ୬ଟି ଗେମ୍‌ରେ ବିଜୟ ଲାଭ କରି ୧୨ ପଏଣ୍ଟ ସହ ଟେବୁଲ ଶୀର୍ଷରେ ରହିଛି। ଆଇପିଏଲ୍‌ ୨୦୨୧ ସିଜନର ଅବଶିଷ୍ଟାଂଶ ପାଇଁ ରିଷଭ ପନ୍ତ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ପଦ ବଜାୟ ରଖିଥିବା ଦଳର ସହମାଲିକ ଜେଏସ୍‌ଡବ୍ଲ୍ୟୁ-ଜିଏମ୍‌ଆର ଗୁରୁବାର ଘୋଷଣା କରିଛି। ଫ୍ରାଞ୍ଚାଇଜ୍‌ର ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରେ ଏ ବିଷୟରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026ରେ ଖେଳିବେ ଏହି ୫ ବରିଷ୍ଠ ଖେଳାଳି, ଜାଣନ୍ତୁ କେଉଁ ଦଳରେ କିଏ ହେଲେ ସାମିଲ

ନୂଆଦିଲ୍ଲୀ,୨୧।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) କୁ ପ୍ରାୟତଃ ଯୁବ ଖେଳାଳିଙ୍କ ପାଇଁ ଏକ କ୍ୟାରିୟର ଲଞ୍ଚର ଭାବରେ ଗଣନା କରାଯାଏ, କାରଣ ଏହି ଟୁର୍ଣ୍ଣାମେଣ୍ଟ ସେମାନଙ୍କର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

ମହିଳା ବିଶ୍ୱକପ୍‌ ପାଇଁ ଫିଫାର ଆସିଲା ନୂଆ ନିୟମ, ଜାଣନ୍ତୁ…

ଜୁରିଚ୍‌,୨୦ା୩: ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’ର ଏକ ନୂଆ ନିୟମ ଅନୁମୋଦନ ଲାଭ କରିଛି। ଏଣିକି ମହିଳା ବିଶ୍ୱକପ୍‌ ଓ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକରେ ମହିଳା ଫୁଟ୍‌ବଲ…

ତୃତୀୟ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ

ଅକ୍‌ଲାଣ୍ଡ,୨୦ା୩: ଶୁକ୍ରବାର ଖେଳାଯାଇଥିବା ତୃତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ। ଟମ୍‌ ଲଥାମ(୬୩)ଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ…

IPL ପୂର୍ବରୁ ସରକାରଙ୍କ ‘ମାଷ୍ଟରଷ୍ଟ୍ରୋକ୍‌’: ୩୦୦ ଅଧିକ ବେଆଇନ ବେଟିଂ ସାଇଟ୍‌ ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୦।୩: ଭାରତରେ ବେଆଇନ ଜୁଆ ଏବଂ ସଟ୍ଟାବାଜି (Betting) ଚଳାଉଥିବା ସଂସ୍ଥାଗୁଡ଼ିକ ବିରୋଧରେ କେନ୍ଦ୍ର ସରକାର ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆଗକୁ ଆଇପିଏଲ୍‌(IPL…

ଧୋନିଙ୍କ ସହ ଏମିତି କରିବାକୁ ଖୁବ ଆଗ୍ରହୀ ଅଛନ୍ତି ସଞ୍ଜୁ ସମାସନ, Video ଖୋଲିଲା ବଡ଼ ଗୁମର

ନୂଆଦିଲ୍ଲୀ,୨୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ ପୂର୍ବରୁ, ଚେନ୍ନାଇ ସୁପର କିଙ୍ଗସ ରାଜସ୍ଥାନ ରୟାଲ୍ସ ସହିତ ଏକ ଟ୍ରେଡରେ ସଞ୍ଜୁ ସାମସନଙ୍କୁ କିଣିଥିଲା। ସେବେଠାରୁ, ପ୍ରଶଂସକମାନେ…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, IPL 2026ରେ ଧମାଲ କରିବେ ଏହି ଷ୍ଟାର, ବଡ଼ ଭବିଷ୍ୟବାଣୀ କଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୨୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ପାଇଁ କାଉଣ୍ଟଡାଉନ ଚାଲିଛି। ଲିଗର ୧୯ତମ ସିଜିନ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ…

ଶ୍ୱଶୁରଙ୍କୁ ନେଇ ଏମିତି କହିଦେଲେ ଧୋନୀଙ୍କ ସ୍ତ୍ରୀ: ଚାରିଆଡ଼େ ହେଉଛି ଚର୍ଚ୍ଚା

ରାଞ୍ଚି,୨୦।୩: ଭରତୀୟ କ୍ରିକେଟ୍‌ ଦଳର ପୂର୍ବତନ କ୍ରିକେଟର୍‌ ମହେନ୍ଦ୍ର ସିଂହ ଧୋନୀଙ୍କ ପରିବାର ସମ୍ପର୍କରେ ଏକ ଭାବପ୍ରବଣ ପୋଷ୍ଟ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri