Posted inଖେଳ

କ୍ୟାପଟେନ ବଦଳାଇବ ନାହିଁ ଦିଲ୍ଲୀ କ୍ୟାପିଟାଲ

ନୂଆଦିଲ୍ଲୀ,୩।୯: ଚଳିତ ଆଇପିଏଲ ସିଜନର ବଳକା ମ୍ୟାଚ୍‌ ପାଇଁ ଶ୍ରେୟାସ ଆୟାର ଉପଲବ୍ଧ ହୋଇଛନ୍ତି। ହେଲେ ରିଷଭ ପନ୍ତ ହିଁ ଦିଲ୍ଲୀ କ୍ୟାପିଟାଲ୍ସ ଫ୍ରାଞ୍ଚାଇଜର ନେତୃତ୍ୱ ଭାର ସମ୍ଭାଳିବେ। ଏ ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ତେବେ ଦଳର ପ୍ରତ୍ୟେକ ଖେଳାଳି, କୋଚ୍‌ ଓ ଷ୍ଟାଫ ୟୁଏଇଠାରେ ଏକତ୍ରିତ ହେବା ପରେ ଏ ନେଇ ବିଧିବଦ୍ଧ ଘୋଷଣା ହେବ ବୋଲି ଫ୍ରାଞ୍ଚାଇଜର ଜଣେ ପ୍ରମୋଟର ସୂଚନା ଦେଇଛନ୍ତି।

ପନ୍ତଙ୍କ ନେତୃତ୍ୱରେ ଦିଲ୍ଲୀ ଆଇପିଏଲର ପ୍ରାରମ୍ଭିକ ମ୍ୟାଚ୍‌ରେ ଭଲ ପ୍ରଦର୍ଶନ କରିଥିଲା। ଏହି ଧାରା ଜାରି ରଖିବା ପାଇଁ ଟିମ୍‌ ମ୍ୟାନେଜମେଣ୍ଟ ନେତୃତ୍ୱରେ କୌଣସି ପରିବର୍ତ୍ତନ କରିବାକୁ ଚାହୁଁ ନାହିଁ। ପୂର୍ବରୁ ଆୟାର ଦୁଇଟି ସିଜନରେ ଦିଲ୍ଲୀ ଦଳର ନେତୃତ୍ୱ ଭାର ସମ୍ଭାଳିଥିଲେ। ତାଙ୍କ ନେତୃତ୍ୱରେ ଦିଲ୍ଲୀ ପ୍ରଥମ ଥର ପାଇଁ ଆଇପିଏଲ ଫାଇନାଲ ପର୍ଯ୍ୟନ୍ତ ପହଞ୍ଚିଥିଲା। କିନ୍ତୁ ଚଳିତ ବର୍ଷ ଆହତ ସମସ୍ୟା କାରଣରୁ ୨୬ ବର୍ଷୀୟ ଆୟାର ଆଇପିଏଲରୁ ବାଦ୍‌ ପଡ଼ିଥିଲେ। ତାଙ୍କ ଅନୁପସ୍ଥିତିରେ ପନ୍ତଙ୍କୁ ମିଳିଥିଲା ନେତୃତ୍ୱ ଭାର। ସବୁଠୁ ବଡ଼ କଥା ହେଲା, ଆୟାର ଗତ ମାର୍ଚ୍ଚଠାରୁ ପ୍ରତିଦ୍ୱନ୍ଦ୍ୱିତାମୂଳକ କ୍ରିକେଟରୁ ଦୂରରେ ଅଛନ୍ତି। ଏଣୁ ଟିମ୍‌ ମ୍ୟାନେଜମେଣ୍ଟ ତାଙ୍କୁ ନେତୃତ୍ୱ ଭାର ଦେଇ କୌଣସି ଚାନ୍ସ ନେବାକୁ ଚାହୁଁ ନାହିଁ। ଉଲ୍ଲେଖଯୋଗ୍ୟ, ପନ୍ତଙ୍କ ନେତୃତ୍ୱରେ ଦିଲ୍ଲୀ ୮ ମ୍ୟାଚ୍‌ ଖେଳିଥିଲା। ସେଥିରୁ ୬ଟି ବିଜୟରୁ ୧୨ ପଏଣ୍ଟ ସହ ପଏଣ୍ଟ ଟେବୁଲ ଶୀର୍ଷରେ ଅଛି। ଆଇପିଏଲର ଦ୍ୱିତୀୟ ପର୍ଯ୍ୟାୟରେ ଦିଲ୍ଲୀ ତା’ର ପ୍ରଥମ ମ୍ୟାଚ୍‌ରେ ସନରାଇଜର୍ସ ହାେଇଦ୍ରାବାଦ୍‌କୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri