Posted inଖେଳ

କ୍ୟାପଟେନ ବଦଳାଇବ ନାହିଁ ଦିଲ୍ଲୀ କ୍ୟାପିଟାଲ

ନୂଆଦିଲ୍ଲୀ,୩।୯: ଚଳିତ ଆଇପିଏଲ ସିଜନର ବଳକା ମ୍ୟାଚ୍‌ ପାଇଁ ଶ୍ରେୟାସ ଆୟାର ଉପଲବ୍ଧ ହୋଇଛନ୍ତି। ହେଲେ ରିଷଭ ପନ୍ତ ହିଁ ଦିଲ୍ଲୀ କ୍ୟାପିଟାଲ୍ସ ଫ୍ରାଞ୍ଚାଇଜର ନେତୃତ୍ୱ ଭାର ସମ୍ଭାଳିବେ। ଏ ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ତେବେ ଦଳର ପ୍ରତ୍ୟେକ ଖେଳାଳି, କୋଚ୍‌ ଓ ଷ୍ଟାଫ ୟୁଏଇଠାରେ ଏକତ୍ରିତ ହେବା ପରେ ଏ ନେଇ ବିଧିବଦ୍ଧ ଘୋଷଣା ହେବ ବୋଲି ଫ୍ରାଞ୍ଚାଇଜର ଜଣେ ପ୍ରମୋଟର ସୂଚନା ଦେଇଛନ୍ତି।

ପନ୍ତଙ୍କ ନେତୃତ୍ୱରେ ଦିଲ୍ଲୀ ଆଇପିଏଲର ପ୍ରାରମ୍ଭିକ ମ୍ୟାଚ୍‌ରେ ଭଲ ପ୍ରଦର୍ଶନ କରିଥିଲା। ଏହି ଧାରା ଜାରି ରଖିବା ପାଇଁ ଟିମ୍‌ ମ୍ୟାନେଜମେଣ୍ଟ ନେତୃତ୍ୱରେ କୌଣସି ପରିବର୍ତ୍ତନ କରିବାକୁ ଚାହୁଁ ନାହିଁ। ପୂର୍ବରୁ ଆୟାର ଦୁଇଟି ସିଜନରେ ଦିଲ୍ଲୀ ଦଳର ନେତୃତ୍ୱ ଭାର ସମ୍ଭାଳିଥିଲେ। ତାଙ୍କ ନେତୃତ୍ୱରେ ଦିଲ୍ଲୀ ପ୍ରଥମ ଥର ପାଇଁ ଆଇପିଏଲ ଫାଇନାଲ ପର୍ଯ୍ୟନ୍ତ ପହଞ୍ଚିଥିଲା। କିନ୍ତୁ ଚଳିତ ବର୍ଷ ଆହତ ସମସ୍ୟା କାରଣରୁ ୨୬ ବର୍ଷୀୟ ଆୟାର ଆଇପିଏଲରୁ ବାଦ୍‌ ପଡ଼ିଥିଲେ। ତାଙ୍କ ଅନୁପସ୍ଥିତିରେ ପନ୍ତଙ୍କୁ ମିଳିଥିଲା ନେତୃତ୍ୱ ଭାର। ସବୁଠୁ ବଡ଼ କଥା ହେଲା, ଆୟାର ଗତ ମାର୍ଚ୍ଚଠାରୁ ପ୍ରତିଦ୍ୱନ୍ଦ୍ୱିତାମୂଳକ କ୍ରିକେଟରୁ ଦୂରରେ ଅଛନ୍ତି। ଏଣୁ ଟିମ୍‌ ମ୍ୟାନେଜମେଣ୍ଟ ତାଙ୍କୁ ନେତୃତ୍ୱ ଭାର ଦେଇ କୌଣସି ଚାନ୍ସ ନେବାକୁ ଚାହୁଁ ନାହିଁ। ଉଲ୍ଲେଖଯୋଗ୍ୟ, ପନ୍ତଙ୍କ ନେତୃତ୍ୱରେ ଦିଲ୍ଲୀ ୮ ମ୍ୟାଚ୍‌ ଖେଳିଥିଲା। ସେଥିରୁ ୬ଟି ବିଜୟରୁ ୧୨ ପଏଣ୍ଟ ସହ ପଏଣ୍ଟ ଟେବୁଲ ଶୀର୍ଷରେ ଅଛି। ଆଇପିଏଲର ଦ୍ୱିତୀୟ ପର୍ଯ୍ୟାୟରେ ଦିଲ୍ଲୀ ତା’ର ପ୍ରଥମ ମ୍ୟାଚ୍‌ରେ ସନରାଇଜର୍ସ ହାେଇଦ୍ରାବାଦ୍‌କୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଥିବା ମଣିଷ ଲକ୍ଷ୍ୟ ହାସଲ ନ ହେବା ଯାଏ ଥକିଯାଏ ନାହିଁ। ସବୁ ବାଧା ଏପରିକି ସୁଯୋଗକୁ ମଧ୍ୟ ପଛକରି ସେଠାରେ ପହଞ୍ଚିଯାଆନ୍ତି...

ଡଙ୍ଗରୁଣୀର ବାଟରେ ପ୍ରାଥମିକ ଶିକ୍ଷା

ଆମ୍ବଗଛ ଭିତରୁ ଧୀରେ ଧୀରେ ଶୀତୁଆ ଖରା ପିଲାଙ୍କ ଉପରେ ଅଣେଇହୋଇ ଆସୁଥାଏ। ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ର ନିର୍ଗୁଣ୍ଡି ଗାଆଁ। ଗାଆଁ ଭିତରୁ ପବନ...

ଜିଜ୍ଞାସାର ମହାଯଜ୍ଞ

ସ୍ତକଟିଏ ପ୍ରକାଶ ପାଇଲେ ପୁସ୍ତକର ସ୍ରଷ୍ଟା ଚାହେଁ ତା’ର ବହୁଳ ପ୍ରସାରଣ। କାରଣ ବହି ଖାଲି ଲେଖିଦେଲେ ହେବନି, ତାହା ପଢ଼ାଯିବା ଦରକାର। ପଢ଼ିବା ପାଇଁଁ...

ଏଆଇରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର

ନ୍ୟୁୟର୍କ,୧୫।୧୨: କୃତ୍ରିମ ବୁଦ୍ଧମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) କ୍ଷେତ୍ରରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର ବିବେଚିତ ହୋଇଛି। ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟଳୟ ପକ୍ଷରୁ...

‘ଭାଜପା ଡିଏନ୍‌ଏରେ ଭୋଟ୍‌ ଚୋରି’

ନୂଆଦିଲ୍ଲୀ,୧୫ା୧୨(ପି.ଟି.); ଭାଜପାର ଡିଏନ୍‌ଏରେ ‘ଭୋଟ ଚୋରି’ ପ୍ରବୃତ୍ତି ରହିଛି। କଂଗ୍ରେସ ସତ୍ୟ ସହ ଛିଡ଼ା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri