ପାଣ୍ଟାଲୁନ୍ସ ଶହୀଦନଗର ଷ୍ଟୋର ପୁନଃ ଉଦ୍‌ଘାଟିତ

ଭୁବନେଶ୍ୱର,୧୮।୯:ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ଆଦିତ୍ୟ ବିର୍ଲା ଗ୍ରୁପ୍‌ର ରିଟେଲ ୟୁନିଟ୍‌ ପାଣ୍ଟାଲୁନ୍ସର ସ୍ଥାନୀୟ ଶହୀଦନଗର ଏକ୍ସକ୍ଲୁସିଭ ଷ୍ଟୋରର ନବକଳେବର ସହ ଷ୍ଟୋରର ପୁନଃ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପାଣ୍ଟାଲୁନ୍ସ ପକ୍ଷରୁ ଶନିବାର ଏକ ସ୍ବତନ୍ତ୍ର ଉଦ୍‌ଘାଟନୀ କାର୍ଯ୍ୟକ୍ରମର ଆୟୋଜନ ମଧ୍ୟ କରାଯାଇଥିଲା। ଏହି ଅବସରରେ ଓଲିଉଡ୍‌ ଅଭିନେତ୍ରୀ ଭୂମିକା ଦାଶ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଷ୍ଟୋର ସ୍ବତ୍ୱାଧିକାରୀ (ମାଲିକ) ବିଶ୍ୱମୋହନ ପଟ୍ଟନାୟକ ଏବଂ ଜୟଶ୍ରୀ ପଟ୍ଟନାୟକଙ୍କ ସମେତ ପାଣ୍ଟାଲୁନ୍ସର ସିଓଓ କରନ୍‌ ମେହେଟା ପ୍ରମୁଖ ଉପସ୍ଥିତ ଥିଲେ।

ଏ ସମ୍ପର୍କରେ ପାଣ୍ଟାଲୁନ୍ସର ସିଓଓ ମେହେଟା କହିଛନ୍ତି, ଶହୀଦନଗର ଜନପଥ ରୋଡ୍‌ସ୍ଥିତ ସୁରୁଚି ପ୍ଲାଜାଠାରେ ଅବସ୍ଥିତ ପାଣ୍ଟାଲୁନ୍ସ ଷ୍ଟୋରର ପୁନଃ ଶୁଭାରମ୍ଭ ନେଇ ଆମେ ବେଶ୍‌ ଆନନ୍ଦିତ। ବିଶେଷକରି ଏହାର ଆକର୍ଷଣୀୟ ଡିଜାଇନ ଓ ସୌନ୍ଦର୍ଯ୍ୟ ସାଙ୍ଗକୁ ଗୁଣବତ୍ତା ସାମଗ୍ରୀର ସମ୍ଭାର ଏବଂ ସେବା ସମସ୍ତଙ୍କ ହୃଦୟକୁ ଜିତିପାରିଛି। ଚଳିତ ପାର୍ବଣ ଋତୁର ଆଗମନ ସହ ଉକ୍ତ ଷ୍ଟୋରରେ ଆମେ ଅଧିକ ଗ୍ରାହକଙ୍କ ଆଗମନ ଆଶା କରୁଛୁ। ଫଳରେ ଗ୍ରାହକଙ୍କ ଅଭିଳାଷ ପୂରା କରିବା ଲାଗି ଏଠାରେ ଆମେ ସମସ୍ତ ପ୍ରକାରର ସାମଗ୍ରୀ ଉପଲବ୍ଧ କରାଇଛୁ ବୋଲି ସେ ମତବ୍ୟକ୍ତ କରିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ଷ୍ଟୋରର ବହୁ ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

ଆଉ ଶସ୍ତା ନୁହେଁ, ମହଙ୍ଗା ହୋଇପାରେ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଦାମ୍‌ ବଢ଼ିବାର ବଡ଼ କାରଣ

ନୂଆଦିଲ୍ଲୀ,୨୧। ୮: ପେଟ୍ରୋଲ-ଡିଜେଲ ଦାମକୁ ନେଇ ପୁଣି ବଢ଼ିପାରେ ସାଧାରଣ ଲୋକଙ୍କ ଚିନ୍ତା। ଅନ୍ତର୍ଜାତୀୟ ବଜାରରେ କ୍ରୁଡ ଅଏଲ ମୂଲ୍ୟରେ ହଠାତ୍‌ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri