Posted inଖେଳ

ବିଦେଶରେ ପନ୍ତଙ୍କ ୧୦୦୦ ଟେଷ୍ଟ ରନ

ଲଡର୍‌ସ,୧୪।୮: ଭଲ ଆରମ୍ଭ ପାଇଲା ପରେ ମଧ୍ୟ ବିଫଳ ହୋଇଛନ୍ତି ଭାରତୀୟ ଉଇକେଟକିପର ଓ ବ୍ୟାଟ୍ସମ୍ୟାନ ରିଷଭ ପନ୍ତ। ୫୮ ବଲରେ ୫ ଚୌକା ସହାୟତାରେ ପନ୍ତ ଖେଳିଥିଲେ ୩୭ ରନ୍‌ର ଇନିଂସ। ଏହି ଅବସରରେ ପନ୍ତ ବିଦେଶରେ ୧୦୦୦ ଟେଷ୍ଟ ରନ ପୂରଣ କରିଛନ୍ତି। ବିଦେଶ ମାଟିରେ ସେ ମୋଟ ୧୦୧୧ ରନ ସଂଗ୍ରହ କରିଛନ୍ତି। ସେ ଭାରତର ଚତୁର୍ଥ ଉଇକେଟକିପର ବ୍ୟାଟ୍ସମ୍ୟାନ ଭାବେ ଏହି ସଫଳତା ପାଇଛନ୍ତି। ତାଙ୍କ ପୂର୍ବରୁ ମହେନ୍ଦ୍ର ସିଂ ଧୋନୀ (୨,୪୯୬ ରନ), ଫାରୁକ ଇଞ୍ଜିନିୟର (୧,୨୦୯ରନ) ଓ ସୟଦ କିରମାନୀ (୧,୧୦୯) ଏହି ମାଇଲଖୁଣ୍ଟ ଅତିକ୍ରମ କରିଥିଲେ। ରୋହିତ ଶର୍ମାଙ୍କ ପରେ ପନ୍ତ ଦ୍ୱିତୀୟ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ଚଳିତବର୍ଷ ୬୦୦ ଟେଷ୍ଟ ରନ ପୂରଣ କରିଛନ୍ତି। ଏହି ଦୁଇଜଣଙ୍କୁ ବାଦ୍‌ ଦେଲେ ବିଶ୍ୱର ଅନ୍ୟ ୩ଜଣ ବ୍ୟାଟ୍ସମ୍ୟାନ ଜୋ ରୁଟ୍‌ (୧୦୬୪), ଲାହିରୁ ଥିରିମାନେ (୬୫୯ ରନ) ଓ ଦିମୁଥ କରୁଣାରତ୍ନେ (୬୨୪ ରନ) ଚଳିତ ବର୍ଷ ୬୦୦ ଟେଷ୍ଟ ରନ ପୂରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ପ୍ରତିନିଧି-ଅଧିକାରୀଙ୍କ ଦ୍ୱିପାକ୍ଷିକ ବୈଠକ, ପ୍ରତଶ୍ରୁତି ମିଳିବା ପରେ…

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଏଠାରେ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଯାଇଛି। ରବିଧାନ ବିକ୍ରିବଟାରେ…

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

ବୋମାମାଡ଼ କରି ହତ୍ୟା ଉଦ୍ୟମ: ମାଷ୍ଟରମାଇଣ୍ଡଙ୍କ ସମେତ ୩ ଗଲେ ଜେଲ୍‌, ଅଭିଯୁକ୍ତଙ୍କ ନାଁରେ ରହିଛି କେସ୍‌ର ଲମ୍ବା ତାଲିକା

ଦିଗପହଣ୍ଡି,୧୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ୍‌.ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ତାଙ୍କୁ ଏବଂ ତାଙ୍କ…

କଂସାମାରି ରାସ୍ତାକଡରେ ଜୁଆ ଖେଳ ବେଳେ ପୋଲିସର ଚଢଉ, ଜବତ ହେଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗାଁ ରାସ୍ତାକଡରେ ଜୁଆ ଖେଳ ଚାଲିଥିବା ବେଳେ ଚଢାଉ କଲା ପୋଲିସ । ବୁଧବାର ଅପରାହ୍ନ…

ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ…

ରୁଷିଆରୁ ତେଲ କ୍ରୟ ଉପରେ ଆମେରିକାର ବଡ଼ ନିଷ୍ପତ୍ତି, ଭାରତ ଦେବ…

ଓ୍ବାଶିଂଟନ,୧୫।୭: ରୁଷିଆରୁ ତୈଳ କ୍ରୟ କରୁଥିବା ଦେଶମାନଙ୍କ ଉପରେ ୫୦୦ପ୍ରତିଶତ ଶୁଳ୍କ ଲାଗୁ କରିବାର ପ୍ରସ୍ତାବ ମଧ୍ୟରେ, ଭାରତ ଏବଂ ଚାଇନା ପାଇଁ ଏକ ଆଶ୍ବସ୍ତିକର ଖବର…

ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରୁଛନ୍ତି ଫିଲିପ୍‌, ବାପାଙ୍କୁ ଆସିଲା ଏମିତି କଲ୍‌…

ଗୁଡ଼ାରି,୧୫ା୭(ପ୍ରମୋଦ ପତି): ଦାଦନ ଖଟିବାକୁ କେରଳ ରାଜ୍ୟକୁ ଯାଇ ସେଠାରେ ମୃତ୍ୟୁ ବରଣ କରିଛନ୍ତି ଗୁଡ଼ାରି ବ୍ଲକର ଏମ୍‌କେ ରାଇ ପଞ୍ଚାୟତ ଅନ୍ତର୍ଗତ ମକାଗୁଡ଼ା ଗ୍ରାମର ଅବିବାହିତ…

ପୁରୀ ରଥଯାତ୍ରା ଡ୍ୟୁଟିବେଳେ ପ୍ରାଣ ହରାଇଥିବା ହୋମଗାର୍ଡଙ୍କ ପରିବାରକୁ ସହାୟତା

ବଞ୍ଚୋ,୧୫ା୭(ପ୍ରଦୋଷ ବିଶ୍ୱାଳ): ପୁରୀ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଡ୍ୟୁଟିରେ ନିୟୋଜିତ ଥିବା ସମୟରେ କେନ୍ଦୁଝର ପୋଲିସ ବିଭାଗର ଜଣେ ହୋମଗାର୍ଡଙ୍କ ଅକାଳ ବିୟୋଗ ଘଟିଥିଲା। ଏହି ଘଟଣା ସମଗ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri