Posted inଖେଳ

ଭିସେଞ୍ଜାରେ ପାଓଲୋ ରୋସିଙ୍କ ଅନ୍ତ୍ୟେଷ୍ଟି

ଭିସେଞ୍ଜା, ୧୪।୧୨(ଏପି): ଇଟାଲୀ କିମ୍ବଦନ୍ତୀ ଫୁଟବଲର ତଥା ୧୯୮୨ ବିଶ୍ୱକପ୍‌ ହିରୋ ପାଓଲୋ ରୋସିଙ୍କ ଅନ୍ତ୍ୟେଷ୍ଟ୍ରି କ୍ରିୟା ରବିବାର ଭିସେଞ୍ଜାରେ ଅନୁଷ୍ଠିତ ହୋଇଯାଇଛି। ୬୪ ବର୍ଷରେ ରୋସି ବୁଧବାର ପରଲୋକ ଗମନ କରିଥିଲେ। ରୋସିଙ୍କ ପୂର୍ବତନ ସାଥୀ ଖେଳାଳିମାନେ ତାଙ୍କ କଫିନ୍‌ ଉଠାଇଥିଲେ। ଏଥିରେ ନେତୃତ୍ୱ ନେଇଥିଲେ ମାର୍କୋ ଟର୍ଡେଲି ଓ ଆଣ୍ଟୋନିଓ କ୍ୟାବ୍ରିନି। ରୋସିଙ୍କ ପୁଅ ଆଲେଜାଣ୍ଡ୍ରୋ ଏହି ଅବସରରେ ଉପସ୍ଥିତ ଥିଲୋ। ରୋସିଙ୍କ କଫିନ୍‌ ଉପରେ ସେ ପିନ୍ଧିଥିବା ବିଶ୍ୱକପ୍‌ ଜର୍ସିକୁ ଘୋଡ଼ାଇ ଦିଆଯାଇଥିଲା।
କୋଭିଡ୍‌-୧୯ ଯୋଗୁ ଅନ୍ତ୍ୟେଷ୍ଟି କ୍ରିୟା ପାଇଁ ଭିସେଞ୍ଜାର ମୁଖ୍ୟ ଗିର୍ଜାଘରକୁ ମାତ୍ର ୩୦୦ ବ୍ୟକ୍ତିଙ୍କୁ ପ୍ରବେଶ ଅନୁମତି ପ୍ରଦାନ କରାଯାଇଥିଲା। ଶନିବାର ଷ୍ଟାଡିୟଓ ମେଣ୍ଟିରେ ତାଙ୍କ ମରଶରୀର ଅନ୍ତିମ ଦର୍ଶନ ପାଇଁ ରଖାଯାଇଥିଲା। ଶେଷ ଦର୍ଶନ ପାଇଁ ହଜାର ହଜାର ଲୋକ ଉପସ୍ଥିତ ରହି ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।
ଉଲ୍ଲେଖଥାଉ କି, ରୋସିଙ୍କ ପ୍ରଦର୍ଶନ ବଳରେ ଇଟାଲୀ ୧୯୮୨ ଫିଫା ବିଶ୍ୱକପ୍‌ରେ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଥିଲା। ୧୯୮୦ରେ ବେଟିଂ ମାମଲରେ ଫସି ବାସନ୍ଦ ହେବା ପରେ ସେ ପ୍ରତ୍ୟାବର୍ତ୍ତନ କରି ଚମତ୍କାର ପ୍ରଦର୍ଶନ କରିଥିଲେ। ଅବସର ନେବା ପରେ ସେ ଭାଷ୍ୟକାର ଭାବେ କାର୍ଯ୍ୟ କରିଥିଲେ।
ପୂର୍ବତନ ଫୁଟବଲର ରବର୍ଟ ବାଜିଓ, ପାଓଲେ ମାଲଡିନି ଓ ଇଟାଲିଆନ ସକର ଫେଡେରେଶନ ଅଧ୍ୟକ୍ଷ ମଧ୍ୟ ଏହି ଅବସରରେ ଉପସ୍ଥିତ ଥିଲେ। ୧୯୮୨ ବିଶ୍ୱକପ୍‌ରେ ରୋସି ସର୍ବାଧିକ ଗୋଲ ସ୍କୋର କରିଥିଲେ। ମାଡ୍ରିଡ୍‌ରେ ଅନୁଷ୍ଠିତ ଫାଇନାଲ ମ୍ୟାଚରେ ଇଟାଲୀ ୩-୧ ଗୋଲରେ ପଶ୍ଚିମ ଜର୍ମାନୀକୁ ହରାଇ ଚାମ୍ପିୟନ ହୋଇଥିଲା। ଏହି ନିର୍ଣ୍ଣାୟକ ମ୍ୟାଚରେ ରୋସି ପ୍ରଥମ ଗୋଲ ଦେଇ ଇଟାଲୀକୁ ଅଗ୍ରଣୀ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri