ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ଚନ୍ଦ୍ରକଳା ଦିଗାଳ।

ମିଳିଥିବା ସୂଚନା ମୁତାବକ, ଚନ୍ଦ୍ରକଳା ନିଜ ବାଡ଼ିରୁ ଅମୃତଭଣ୍ଡା ତୋଳୁଥିଲେ । ସେତିକିବେଳେ ଅମୃତଭଣ୍ଡା ବେଳେ ଚନ୍ଦ୍ରକଳାଙ୍କ ମୁଣ୍ଡ ଏବଂ ଛାତିରେ ପଡିଥିଲା। ଫଳରେ ଚନ୍ଦ୍ରକଳା ଘଟଣାସ୍ଥଳରେ ଅଚେତ ହୋଇ ପଡ଼ିଯାଇଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଚନ୍ଦ୍ରକଳାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଖବରପାଇ ଘଟଣା ସ୍ଥଳରେ ବାଲିଗୁଡ଼ା ଥାନା ଅଧିକାରୀ ସମ୍ବିତ୍‌ ସ୍ବାଇଁ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

‘ଗାଡ଼ି ଗଭୀର ଖାଲ ଆଡ଼କୁ ମାଡ଼ିଚାଲିଛି; ବ୍ରେକ ଲଗାଇବାର ସମୟ ଆସିଯାଇଛି’ AIକୁ ନେଇ ଆମେରିକୀୟ ଆଇନ ପ୍ରଣେତାଙ୍କ ଚେତାବନୀ

ଓ୍ବାଶିଂଟନ,୧୩।୯: ଆମେରିକାର ସିନେଟର ବର୍ନି ସାଣ୍ଡର୍ସ ରବିବାର କହିଛନ୍ତି ଯେ AI (କୃତ୍ରିମ ବୁଦ୍ଧିମତ୍ତା) ବିକାଶର ଗତି ମନ୍ଥର କରିବା ପାଇଁ ଡାରିଓ ଆମୋଡେଇ, ସାମ ଅଲ୍ଟମ୍ୟାନ…

ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…

ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…

ଘର କାମ ସାରି ବାହାରେ ଥିବାବେଳେ ଯୁବକଙ୍କୁଦୁଇ ରାଉଣ୍ଡ ଗୁଳି

ସୋରଡ଼ା, ୧୩।୯ (ରଜନୀ ମହାପାତ୍ର): ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ…

ନୂଆଁଖାଇରେ ସମ୍ବଲପୁରୀ ଲୁଗାର କ୍ରେଜ୍‌, ବଢ଼ୁଛି ବେପାର: ବଜାରରେ ଜମୁଛି ଭିଡ଼

ଅମରପାଲି, ୧୩/୯ (ପୀତାମ୍ବର ସାହୁ): ନୂଆଁଖାଇ ପର୍ବକୁ ଆଉ କିଛି ଦିନ ବାକି ଥିବାବେଳେ ପଶ୍ଚିମ ଓଡ଼ିଶାର ବଜାରରେ ଦେଖାଦେଇଛି ଉତ୍ସବର ରଙ୍ଗ। ନୂଆଁଖାଇରେ ନୂଆ ପୋଷାକ…

ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି

ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର…

ଚାଲିଗଲେ ହରି ନନା, ହାଣ୍ଡିରେ ରହିଗଲା ସ୍ୱାଦ: ଆଉ ମିଳିବନି…

ବଡ଼ଗାଁ, ୧୩।୯ (ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଓ ଆଖପାଖ ଅଞ୍ଚଳରେ ସ୍ୱାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତି ପାଇଁ ବେଶ୍‌ ପରିଚିତ ରୋଷେୟା ହରିହର ବିଶି (୬୨)ଙ୍କ…

ପୁରୁଷୋତ୍ତମପୁରର ୩ ରେସଲର୍‌, ରାଜ୍ୟସ୍ତରରେ ଦେଖାଇବେ ଦମ୍‌: ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାକୁ…

ପୁରୁଷୋତ୍ତମପୁର, ୧୩/୯ (ସବିତା ମିଶ୍ର): ଗଞ୍ଜାମ ଜିଲାସ୍ତରୀୟ ରେସଲିଂ କ୍ରୀଡ଼ା ପ୍ରତିଯୋଗିତାରେ ବାଳକ ଓ ବାଳିକା ବିଭାଗରେ ଉତ୍ତମ ଦକ୍ଷତା ପ୍ରଦର୍ଶନ କରି ଚାମ୍ପିୟନ ଆଖ୍ୟା ଅର୍ଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?